ଆଜି ୫ଘଣ୍ଟା ଶ୍ରୀବିଗ୍ରହଙ୍କ ଦର୍ଶନ ବନ୍ଦ

ପୁରୀ : ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ହେବ। ତେଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୫ରୁ ରାତି ୧୦ ପର୍ୟ୍ୟନ୍ତ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ନୀତି ସମ୍ପାଦନ ବେଳେ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରହିଥାଏ। ବନକଲାଗି ନୀତିରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇଥାଏ। ପରମ୍ପରା ଅନୁଯାୟୀ ଦ୍ବିପ୍ରହର ଧୂପ ଶେଷ ହେବା ପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି ସମ୍ପନ୍ନ କରାଯାଏ। ଦତ୍ତମହାପାତ୍ର ସେବକମାନେ ରତ୍ନ ସିଂହାସନ ଉପରକୁ ଯାଇ ଠାକୁରମାନଙ୍କ ଶ୍ରୀମୁଖସିଂହାର କରିଥାନ୍ତି। ଏହି ନୀତି ସମାପନ ହେବା ପର୍ୟ୍ୟନ୍ତ ପ୍ରାୟ ୫ଘଣ୍ଟା ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହିଥାଏ। ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ଶ୍ରୀମନ୍ଦିର ଭାଷାରେ ବନକଲାଗି କୁହାଯାଏ। ଆଜି ମହାପ୍ରଭୁଙ୍କ ବନକ ଲାଗି ଏବଂ ୨୦ରେ ଗୁରୁତ୍ବପୂର୍ଣ୍ଣ ନୀତି ଯୋଗୁଁ ରତ୍ନଭଣ୍ଡାର ମରାମତି ଏବଂ ସଂରକ୍ଷଣ କାର୍ୟ୍ୟ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

  • Related Posts

    ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍

    ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍‌ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…

    Continue reading
    ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ: ମୁଖ୍ୟମନ୍ତ୍ରୀ

    ଡେଡ୍‌‌ଲାଇନ୍ ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ ​ନିଶାକୁ ନାଁ, ଜୀବନକୁ ହଁ—ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନିଅନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ