ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ନବଦାସଙ୍କ ପତ୍ନୀ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ନବଦାସଙ୍କ ପତ୍ନୀ ମିନତି । ଏଥିପାଇଁ ଗତ ୧୧ ତାରିଖରେ ଇ-ମେଲ କରିଥିଲେ ସେ ମୁଖ୍ୟମନ୍ତ୍ରୀଙ୍କୁ ସମୟ ମାଗିଥିଲେ । ଏହାପରେ ମିନତିଙ୍କୁ ଭେଟିବାକୁ ସମୟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ସମୟରେ ମିନତି କ’ଣ କହିବେ ତାହା ସ୍ପଷ୍ଟ ହୋଇନାହିଁ । ତେବେ ସେ ଘଟଣାର ସିବିଆଇ ତଦନ୍ତ ପାଇଁ ଦାବି କରିପାରନ୍ତି ।

ଆଜି ଅପରାହ୍ନ ୫ଟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଓ ମିନତି ଦାସଙ୍କ ମଧ୍ୟରେ ଆଲୋଚନା ହେବ । ଆଜି ନବ ଦାସଙ୍କ ପରିବାରକୁ କ୍ରାଇମବ୍ରାଞ୍ଚ ଟିମ୍ ଦୀର୍ଘ ୭ ଘଣ୍ଟା ଧରି ବୟାନ ରେକର୍ଡ କରିଥିଲା । ଏହାପରେ ନବଙ୍କ ପୁଅ ବିଶାଲ ଦାସ କହିଥିଲେ,ସିବିଆଇ ତଦନ୍ତ ପାଇଁ ଚିଠି ପ୍ରସ୍ତୁତ ହୋଇ ରହିଛି । ଦୀର୍ଘ ଦୁଇବର୍ଷ ପରେ ବି ନବଦାସଙ୍କ ହତ୍ୟାର ରହସ୍ୟ ଉନ୍ମୋଚନ ହୋଇପାରିନାହିଁ । ନବଦାସ ହତ୍ୟାକାଣ୍ଡର ସିବିଆଇ ତଦନ୍ତ ପାଇଁ ପରିବାର ଲୋକ ଦାବି କରିଥିଲେ ବି ଲିଖିତ ଆକାରରେ ଜଣାଇବାକୁ ସରକାର କହିଥିଲେ । ଏହା ପରେ ମିନତି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ଥିବାରୁ ଉଭୟଙ୍କ ଆଲୋଚନା ଉପରେ ସମସ୍ତଙ୍କ ନଜର ।

  • Related Posts

    ଅବକାରୀ ମାଫିଆ ସାବଧାନ : ଘର ଉପରେ ହେବ ଚଢ଼ାଉ

    ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧକ୍ଷ୍ୟତାରେ ଅବକାରୀ ବିଭାଗର ସମୀକ୍ଷା ବୈଠକ – ଅକ୍ଟୋବର ୧୦ ରୁ ୩୧ ପର୍ଯ୍ୟନ୍ତ ହେବ ସ୍ୱତନ୍ତ୍ର ଚଢ଼ାଉ ଅଭିଯାନ – ବେଆଇନ କାରବାର ଉପରେ କଡା କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ – ଦଣ୍ଡବିଧାନ ପ୍ରକ୍ରିୟାକୁ ଅଧିକ…

    Continue reading
    ଏସଇବିସି କମିଶନ ଗଠିତ : ଅବସରପ୍ରାପ୍ତ ବିଚାରପତି ପ୍ରମଥ ହେଲେ ଅଧ୍ୟକ୍ଷ

    ଭୁବନେଶ୍ୱର, ୭ ।୧୦ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ବିଭିନ୍ନ ସ୍ଥାନୀୟ ସ୍ୱାୟତ୍ତ ଶାସନ ସଂସ୍ଥାଗୁଡିକରେ (ପଞ୍ଚାୟତ ଓ ପୌରାଞ୍ଚଳ) ସାମାଜିକ ଓ ଶିକ୍ଷାଗତ ଭାବେ ପଛୁଆ ବର୍ଗର ଲୋକଙ୍କ ସଂଖ୍ୟା, ସେମାନଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ