ପିଏମ ସୂର୍ଯ୍ୟଘର: ଏବେ ସୁଦ୍ଧା ୯୩,୩୬୭ ପଞ୍ଜିକୃତ

ଭୁବନେଶ୍ୱର:ପିଏମ ସୂର୍ଯ୍ୟଘର ଅର୍ଥାତ ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ଯୋଜନା ପାଇଁ ରାଜ୍ୟରେ ଲୋକମାନଙ୍କର ଆଗ୍ରହ ବଢ଼ୁଛି । ଏହି ଯୋଜନାରେ ସାମିଲ ହେବା ପାଇଁ ବର୍ତ୍ତମାନ ସୁଦ୍ଧା ୯୩,୩୬୭ଜଣ ପଞ୍ଜିକରଣ କରିଛନ୍ତି । ଭଦ୍ରକରେ ସର୍ବାଧିକ ୧୭,୧୬୭ ଓ ଗଞ୍ଜାମରେ ୧୪,୧୮୯ ଜଣ ପଞ୍ଜିକରଣ କରିଛନ୍ତି । ଆଜି ବିଧାନସଭାରେ ଏହି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଉପ-ମୁଖ୍ୟମନ୍ତ୍ରୀଙ୍କ କହିବା ମୁତାବକ, ପ୍ରଧାନମନ୍ତ୍ରୀ ସୂର୍ୟ୍ୟଘର; ମାଗଣା ବିଜୁଳି ଯୋଜନାରେ ଅଧିକରୁ ଅଧିକ ଲୋକଙ୍କୁ ସାମିଲ କରିବା ପାଇଁ ବିଭିନ୍ନ ସଚେତନତା କାର୍ୟ୍ୟକ୍ରମ କରାଯାଉଛି । ଏହାସହ ସବସିଡି ପାଇବା ପାଇଁ ପ୍ରକ୍ରିୟାକୁ ଶତ ପ୍ରତିଶତ ଅନଲାଇନ କରାଯାଇଛି ।
ତାଙ୍କ ସୂଚନା ଅନୁଯାୟୀ ଏହି ଯୋଜନାରେ ୨୭୪୦ଜଣ ହିତାଧିକାରୀ ସୁବିଧା ପାଇଛନ୍ତି । ଏଥିପାଇଁ ରାଜ୍ୟ ସରକାର ୧୦୦ କୋଟି ବ୍ୟୟବରାଦ କରିଛନ୍ତି ବୋଲି ଶ୍ରୀ ସିଂହଦେଓ କହିଛନ୍ତି ।

  • Related Posts

    ଲୋକଙ୍କୁ ବାନ୍ଧିଲେ, ୬ ଲକ୍ଷ ଟଙ୍କାର ସୁନା ଗହଣା ଲୁଟିନେଲେ

    ସୋର: ରାତିରେ ଘରେ ପଶି ଲୋକଙ୍କୁ ବାନ୍ଧିଲେ, ଘରୁ ନେଇଗଲେ ସୁନା ଗହଣା । ବାଲେଶ୍ୱର ଜିଲ୍ଲା ସୋର ଥାନା ସବିରା ଗାଁର ଜଣେ ବ୍ୟକ୍ତିଙ୍କ ଘରୁ ଲୁଟ୍ ଅଭିଯୋଗ ହୋଇଛି । ଗାଁର କୈଳାଶ ମହାନ୍ତି ତାଙ୍କର ପରିବାରର ଅନ୍ୟ…

    Continue reading
    ପୁଣି ବାତ୍ୟା ଭୟ

    ପୁଣି ବାତ୍ୟା ଭୟ। ଭାରତୀୟ ପାଣିପାଗ ବିଜ୍ଞାନ ସଂସ୍ଥା ଏ ନେଇ ପୂର୍ବାନୁମାନ କରିନଥିଲେ ମଧ୍ୟ ଆମେରିକୀୟ ଏବଂ ୟୁରୋପିୟ ମଡେଲ୍ ବାତ୍ୟା ନେଇ ଆକଳନ କରୁଛନ୍ତି। ଆକଳନ ଅନୁଯାୟୀ ପାଖାପାଖି ୧୨ ଅକ୍ଟୋବର ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ