
ଭୁବନେଶ୍ୱର: ଆସନ୍ତା ୨୪ ତାରିଖରେ ମିଳିବ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି ।
ସେ କହିଛନ୍ତି ଯେ ଆସନ୍ତା ୨୪ ତାରିଖ ଦିନ ୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ଖାତାକୁ ସୁଭଦ୍ରା ଟଙ୍କା ପ୍ରଦାନ କରାଯିବ । ଏନେଇ ସୁନ୍ଦରଗଡ଼ରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଉକ୍ତ କାର୍ଯ୍ୟକ୍ରମରେ ତୃତୀୟ ପର୍ଯ୍ୟାୟ ଟଙ୍କା ପ୍ରଦାନ କରାଯିବ । ଅବଶିଷ୍ଟ ସୁଭଦ୍ରା ହିତାଧିକାରୀ ପୁଣି ଡିସେମ୍ବରରେ ପାଇବେ ।