୧୨ ଯାଏଁ ଗୃହ ମୁଲତବୀ

ଭୁବନେଶ୍ୱର: ବିଧାନସଭା ବଜେଟ୍ ଅଧିବେଶନର ଦ୍ୱିତୀୟ ପର୍ୟ୍ୟାୟ । ଆଜି ବି ଚାଲିପାରିଲାନି ଗୃହ, ଧୋଇଗଲା ପ୍ରଶ୍ନକାଳ। ଗୁରୁବାର ଗୃହ ଆରମ୍ଭ ହେବା ମାତ୍ରେ ବିରୋଧୀ ସଦସ୍ୟଙ୍କ ହୋହାଲ୍ଲା ଏବଂ ନାରାବାଜି । ମଧ୍ୟାହ୍ନ ୧୨ ଯାଏଁ ମୁଲତବୀ ରଖିଲେ ବାଚସ୍ପତି ସୁରମା ପାଢୀ ।
ସୂଚନା ମୁତାବକ, ଗୁରୁବାର ଗୃହ କାର୍ୟ୍ୟ ଆରମ୍ଭ ହେବା ମାତ୍ରେ ବିରୋଧୀ କଂଗ୍ରେସ ନାରୀ ନିର୍ୟାତନା ପ୍ରସଙ୍ଗରେ ହ୍ୱିସିଲ୍‌ ବଜାଇ ପ୍ରତିବାଦ କରିଥିଲେ । ଗୃହ ମଧ୍ୟଭାଗକୁ ଆସି ନାରାବାଜି ସହ ହୋହାଲ୍ଲା କରିଥିଲେ । ପ୍ଲାକାର୍ଡ ଧରି ଗୃହ ମଧ୍ୟ ଭାଗରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ଏହା ସହ ନାରୀ ନିର୍ୟାତନା ପ୍ରସଙ୍ଗରେ ଗୃହ କମିଟି ଗଠନ କରିବାକୁ ମଧ୍ୟ ଦାବି କରିଥିଲେ । ଏହି ସମୟରେ ବାଚସ୍ପତି ବାରମ୍ବାର ବିକ୍ଷୋଭ ପ୍ରଦର୍ଶନ କରୁଥିବା ସଦସ୍ୟଙ୍କୁ ନିଜ ନିଜ ସିଟ୍‌ରେ ବସିବାକୁ ଅନୁରୋଧ କରିଥିଲେ । ହେଲେ ବିରୋଧୀ ଦଳର ସଦସ୍ୟମାନେ ବାଚସ୍ପତିଙ୍କ କଥାକୁ ଶୁଣିନଥିଲେ । ଶେଷରେ ବାଧ୍ୟ ହୋଇ ବାଚସ୍ପତି ସୁରମା ପାଢୀ ବିଧାନସଭାକୁ ମଧ୍ୟାହ୍ନ ୧୨ଟା ଯାଏଁ ମୁଲତବୀ ଘୋଷଣା କରିଛନ୍ତି ।

  • Related Posts

    ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ: ମୁଖ୍ୟମନ୍ତ୍ରୀ

    ଡେଡ୍‌‌ଲାଇନ୍ ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ ​ନିଶାକୁ ନାଁ, ଜୀବନକୁ ହଁ—ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନିଅନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ…

    Continue reading
    ନ୍ୟାସନାଲ ଅର୍ବାନ କନକ୍ଲେଭ, ୨୩ରେ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଭୁବନେଶ୍ୱରରେ ହେବ ନ୍ୟାସନାଲ  ଅର୍ବାନ କନକ୍ଲେଭ୍‌ (ଜାତୀୟ ସହରାଞ୍ଚଳ  ସମ୍ମେଳନ) । ଆସନ୍ତା ୨୩ରୁ ୨୫ ତାରିଖ  ଯାଏ ଏହି ସମ୍ମେଳନ ହେବ । ଏଥିରେ  ସବୁ ମହାନଗର ନିଗମର ମେୟର ଓ  କମିଶନର ଯୋଗ ଦେବାର କାର୍ଯ୍ୟକ୍ରମ  ରହିଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ