ଉଦଘାଟିତ ହୋଇଯାଇଛି ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା

ଭୁବନେଶ୍ବର: ଉଦଘାଟିତ ହୋଇଯାଇଛି ୧୯ ତମ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା । ଗତକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ମେଳାକୁ ଉଦଘାଟନ କରିଥିବା ବେଳେ ଏହା ମାର୍ଚ୍ଚ ୩୧ ତାରିଖ ପର୍ୟ୍ୟନ୍ତ ଜାରି ରହିବ । ପ୍ରତିଦିନ ଅପରାହ୍ନ ୩ ଟାରୁ ରାତି ୧୦ଟା ପର୍ୟ୍ୟନ୍ତ ଖୋଲା ରହିବ। ମେଳାରେ ୧୫ରୁ ଅଧିକ ରାଜ୍ୟର କାରିଗର ଏବଂ ବୁଣାକାର ଅଂଶଗ୍ରହଣ କରିଛନ୍ତି । ଚଳିତବର୍ଷ ୬୫୦ରୁ ଅଧିକ ଷ୍ଟଲର ଆୟୋଜନ ହୋଇଛି ଏବଂ ଏହା ସହିତ ଓଡ଼ିଶାର ପାରମ୍ପରିକ ଖାଦ୍ୟ ପାଇଁ ୩୫ ଗୋଟି ଷ୍ଟଲ ଆୟୋଜନ ହୋଇଛି। ଭାରତୀୟ ପାରମ୍ପରିକ କଳା, ହସ୍ତଶିଳ୍ପ ଏବଂ ହସ୍ତତନ୍ତର ସଂରକ୍ଷଣ ସହ ବୁଣାକାର ଏବଂ ହସ୍ତଶିଳ୍ପ କାରିଗରମାନଙ୍କ ଦ୍ଵାରା ପ୍ରସ୍ତୁତ ସାମଗ୍ରୀର ବିକ୍ରି ନିମନ୍ତେ ଏହା ଏକ ବଜାର ଯୋଗାଇଦେବା ନେଇ ଏହି ମେଳାର ଆୟୋଜନ ହୋଇଛି ।ରାଜ୍ୟ ସରକାରଙ୍କ ହସ୍ତଶିଳ୍ପ ନିର୍ଦ୍ଦେଶାଳୟ ପକ୍ଷରୁ ୨୫୦ ଷ୍ଟଲ, ହସ୍ତତନ୍ତ ଓ ବୟନଶିଳ୍ପ ନିର୍ଦ୍ଦେଶାଳୟ ପକ୍ଷରୁ ୧୧୦ ଟି ଷ୍ଟଲ ବ୍ୟବସ୍ଥା ହୋଇଛି । ଏତଦ ବ୍ୟତୀତ ବିଭିନ୍ନ ଶିକ୍ଷାନୁଷ୍ଠାନ, ଭାରତ ତଥା ଓଡିଶା ସରକାରଙ୍କ ଅଧିନସ୍ଥ ହସ୍ତଶିଳ୍ପ ଏବଂ ହସ୍ତତନ୍ତ ଭିତ୍ତିକ ସଂସ୍ଥାମାନେ ବିଭିନ୍ନ ଷ୍ଟଲରେ ଦର୍ଶକମାନଙ୍କୁ ହସ୍ତତନ୍ତ ଓ ହସ୍ତଶିଳ୍ପ ବିଷୟରେ ଲାଇଭ ସାମଗ୍ରୀ ତିଆରି କରି ଅବଗତ କରାଉଛନ୍ତି । ଏହି କାର୍ୟ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ହସ୍ତତନ୍ତ ଆମ ଗୌରବମୟ ଐତିହ୍ୟର ପରିଚୟ ଓ ଓଡ଼ିଆ ଅସ୍ମିତାର ନିଚ୍ଛକ ନିଦର୍ଶନ। ତେଣୁ ଚଳିତ ବର୍ଷ ଏହି ନିଦର୍ଶନର ଗରିମାକୁ ବଢାଇବାକୁ ନେଇ ୨୦୨୫-୨୬ ବର୍ଷରେ ୯ ଟି ହସ୍ତଶିଳ୍ପ ଉତ୍ପାଦକୁ ଜିଆଇ ଟ୍ୟାଗ ମାନ୍ୟତା ପାଇଁ ଆବେଦନ କରାଯିବ । ଏହାସହ କଣ୍ଟିଲୋ, ପିପିଲି, ବାଲିଯୋର, ହୀରାକୁଦ , କଟକ, କୋଟପାଡ଼କୁ ଐତିହ୍ୟ କ୍ରାଫ୍ଟ ଓ ବୁଣାକାର ଗ୍ରାମ ଭାବେ ବିକଶିତ କରାଯିବ। ଓଡ଼ିଶାର ହସ୍ତତନ୍ତ ଓ ହସ୍ତଶିଳ୍ପ ହେଉଛି ଆମ କଳାର ଏକ ସ୍ୱତନ୍ତ୍ର ପରିଚୟ, ସମଗ୍ର ଓଡ଼ିଆ ଜାତିକୁ ଏହା କଳାର ଏକତା ସୂତ୍ରରେ ବାନ୍ଧି ରଖିଛି। ହଜାର ହଜାର ହସ୍ତତନ୍ତ କାରିଗରମାନକୁ ଏହା କେବଳ ଜୀବନ ଜୀବିକା ଯୋଗାଇନି ବରଂ ସ୍ୱାବଲମ୍ବୀ ହେବାର କଳା ଶିଖାଇଛି। ଏହି ସମୃଦ୍ଧ ସାଂସ୍କୃତିକ ଐତିହ୍ୟର ସଂରକ୍ଷଣ ପାଇଁ ଆମ ସରକାର ପ୍ରତିଶ୍ରୁତିବଦ୍ଧ ଓ ଅଙ୍ଗୀକାରବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ ଉଦ୍‍ଘାଟନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି କହିଛନ୍ତି।

  • Related Posts

    ବିପଦସଙ୍କୁଳ କାଠ ପୋଲ ଭରଷାରେ ଦେସିଙ୍କୁଳି ଗ୍ରାମବାସୀ

    ଦେବଗଡ଼:ନିର୍ବାଚନ ପରେ ନିର୍ବାଚନ ଯାଉଛି ସତ କିନ୍ତୁ ଜିଲ୍ଲାରେ ବଦଳୁନି ଗ୍ରାମାଞ୍ଚଳର ଗମନାଗମନର ଚିତ୍ର।ନାଳ ଉପରେ ଥିବା ପୁରୁଣା ପୋଲଟି ବହୁ ବର୍ଷ ହେବ ବର୍ଷାରେ ଧୋଇ ଯିବାରୁ ଭୁସୁଡି ପଡିବା ସହିତ ନାଳ ଉପରେ ପୋଲ ନିର୍ମାଣ କରିବା ପାଇଁ…

    Continue reading
    ବିଭିନ୍ନ ପ୍ରମୁଖ ଯୋଜନାର ସମନ୍ୱୟରେ ସୁଦୃଢ଼ ହେବ ସ୍କୁଲ ଶିକ୍ଷା ବ୍ୟବସ୍ଥା- ଧର୍ମେନ୍ଦ୍ର ପ୍ରଧାନ

    ନୂଆଦିଲ୍ଲୀ, ମଇ ୨୯ – କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ନୂଆଦିଲ୍ଲୀ ଠାରେ ‘ସମଗ୍ର ଶିକ୍ଷା ଅଭିଯାନ’ ଅଧୀନରେ ପାଣ୍ଠି ପ୍ରଦାନ ଏବଂ ଏହାର ବିନିଯୋଗ ନେଇ ଏକ ବିସ୍ତୃତ ସମୀକ୍ଷା ବୈଠକ କରିଛନ୍ତି । ଶିକ୍ଷା ମନ୍ତ୍ରଣାଳୟର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ