ରାଜ୍ୟରେ ଅଘୋଷିତ ବିଜୁଳି କାଟ୍‌ କରାଯିବ ନାହିଁ:ସୁରେଶ ପୂଜାରୀ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ଖରାର ପ୍ରକୋପ ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଅନେକ ପଦକ୍ଷେପ ଗ୍ରହଣ କରିଛନ୍ତି। ବିଶେଷକରି ଖରାଦିନରେ ବିଜୁଳି କାଟ୍‌ ସମସ୍ୟା ଲୋକଙ୍କୁ କଲବଲ କରିଥାଏ। ତେବେ ବିଜୁଳି କାଟ୍‌କୁ ନେଇ ସରକାର ଏକ ବଡ଼ ଘୋଷଣା କରିଛନ୍ତି। ରାଜସ୍ବ ଓ ବିପର୍ୟ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ରାଜ୍ୟରେ ଅଘୋଷିତ ବିଜୁଳି କାଟ୍‌ କରାଯିବ ନାହିଁ।

ସୂଚନାଯୋଗ୍ୟ, ମଙ୍ଗଳବାର ଲୋକସେବା ଭବନରେ ଗ୍ରୀଷ୍ମ ମୁକାବିଲା ସମୀକ୍ଷା ବୈଠକ ବସିଥିଲା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ନିଆଯାଇଥିବା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଥିଲେ । ଏଥିରେ ଖରାଦିନେ ବିଦ୍ୟୁତ୍‌ କାଟ୍‌ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ପୂର୍ବାହ୍ନ୧୧ଟାରୁ ୫ଟା ଏବଂ ରାତି ୯ରୁ ସକାଳ ୬ଟା ପର୍ୟ୍ୟନ୍ତ ଯେପରି ବିଦ୍ୟୁତ କାଟ୍‌ ନ ହୁଏ, ସେଥିପ୍ରତି ଦୃଷ୍ଟି ଦେବାକୁ ସେ ଶକ୍ତି ବିଭାଗକୁ କଡ଼ା ନିର୍ଦ୍ଦେଶ ଦେଇଥିଲେ। ଅଘୋଷିତ ବିଦ୍ୟୁତ୍‌ କାଟ୍‌ ଯେପରି ନ ହୁଏ, ସେଥିପ୍ରତି ଧ୍ୟାନ ଦେବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ କହିଥିଲେ। କାଳବୈଶାଖୀ ସମୟରେ ବିଦ୍ୟୁତ୍‌ ସରବରାହ ବିଚ୍ଛିନ୍ନ ନ ହେବା ପାଇଁ ଆଗୁଆ ସତର୍କ ରହିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

  • Related Posts

    ଭିଜିଲାନ୍ସ ହାତରେ ଧରାପଡିଲେ ଡାଟା ଏଣ୍ଟ୍ରି ଅପରେଟର

    ନୟାଗଡ଼: ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଗୃହର ବିଲ୍ ପାସ୍ କରିବା ପାଇଁ ଜଣେ ହିତାଧିକାରୀଙ୍କ ଠାରୁ ୪ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି ପଞ୍ଚାୟତ ଡାଟାଏଣ୍ଟ୍ରି ଅପରେଟର। ଡାଟା ଏଣ୍ଟ୍ରି ଅପରେଟର ଜଣକ ହେଲେ ରଣପୁର…

    Continue reading
    ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ଟଙ୍କା

    ଭୁବନେଶ୍ବର : ସୁଭଦ୍ରା ଯୋଜନାର ହିତାଧିକାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। ଆସନ୍ତା ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପରବର୍ତ୍ତୀ କିସ୍ତି ଟଙ୍କା ପ୍ରଦାନ କରାଯିବ। ଏଥିସହ ୨୫ ଜୁଲାଇ ସୁଦ୍ଧା ଯେଉଁ ଆବେଦନଗୁଡ଼ିକର ନାମ ଜିଲ୍ଲା ସ୍ତରରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ