
ଭୁବନେଶ୍ୱର: ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତିଭାବେ ଜଷ୍ଟିସ ହରିଶ ଟଣ୍ଡନଙ୍କୁ ନିଯୁକ୍ତି ମିଳିଛି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ନିଯୁକ୍ତି ଦେଇଛନ୍ତି । ଜଷ୍ଟିସ ହରିଶ ଟଣ୍ଡନଙ୍କ ନିଯୁକ୍ତି ଦେଇ ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ବର୍ତ୍ତମାନ ଜଷ୍ଟିସ ହରିଶ ଟଣ୍ଡନ କୋଲକାତା ହାଇକୋର୍ଟର ବିଚାରପତି ଅଛନ୍ତି ।







