ଆଜି ଷ୍ଟାଲିନ୍‌ଙ୍କ ସୀମା ପୁନଃ ନିର୍ଦ୍ଧାରଣ ବୈଠକ

ଭୁବନେଶ୍ବର : ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ୍‌ଙ୍କ ଦ୍ବାରା ଆହୂତ ପ୍ରସ୍ତାବିତ ସୀମା ପୁନଃନିର୍ଦ୍ଧାରଣ ଦ୍ୱାରା ପ୍ରଭାବିତ ହେବାକୁ ଥିବା ରାଜ୍ୟର ନେତୃମଣ୍ଡଳୀଙ୍କ ମିଳିତ କ୍ରିୟାନୁଷ୍ଠାନ କମିଟି ବୈଠକ ଆଜି ଅନୁଷ୍ଠିତ ହେବ। ଏହି ବୈଠକରେ ଯୋଗଦେବ ବିଜେଡି। ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦେଶକ୍ରମେ ବିଜେଡି ପ୍ରତିନିଧି ଭାବେ ପୂର୍ବତନ ରାଜ୍ୟସଭା ସାଂସଦ ଡ. ଅମର ପଟ୍ଟନାୟକ ଓ ପୂର୍ବତନ ମନ୍ତ୍ରୀ ସଞ୍ଜୟ କୁମାର ଦାସବର୍ମା ଶୁକ୍ରବାର ଚେନ୍ନଇ ଗସ୍ତ କରିଛନ୍ତି। ପିସିସି ସଭାପତି ଭକ୍ତ ଦାସ ମଧ୍ୟ ଚେନ୍ନଇ ଗସ୍ତ କରିଥିବା ଜଣାପଡ଼ିଛି। ଏହି ବୈଠକରେ ତାମିଲନାଡୁ, କର୍ଣ୍ଣାଟକ, ଆନ୍ଧ୍ରପ୍ରଦେଶ, ଓଡ଼ିଶା, କେରଳ, ପଶ୍ଚିମବଙ୍ଗ ଓ ପଞ୍ଜାବର ବିଭିନ୍ନ ରାଜନୈତିକ ଦଳର ନେତୃବୃନ୍ଦ ଯୋଗଦେବା କାର୍ୟ୍ୟକ୍ରମ ରହିଛି। ସୀମା ପୁନଃନିର୍ଦ୍ଧାରଣ ହେଲେ ଓଡ଼ିଶାର ସ୍ବାର୍ଥ କିପରି ସୁରକ୍ଷିତ ହୋଇପାରିବ, ସେ ସଂକ୍ରାନ୍ତ ଆଲୋଚନାରେ ଅଂଶଗ୍ରହଣ କରିବା ସକାଶେ ବିଜେଡି ନିଷ୍ପତ୍ତି ଗ୍ରହଣ କରିଛି। ଚେନ୍ନଇ ଯିବା ପୂର୍ବରୁ ବିଜେଡି ପ୍ରତିନିଧି କହିଛନ୍ତି ଯେ, ବୈଠକ ସରିଲା ପରେ ସୀମା ପୁନଃନିର୍ଦ୍ଧାରଣ ରୂପରେଖ ଆସିବ। ଓଡ଼ିଶା ସ୍ବାର୍ଥରେ ବିଜେଡି କେବେ ସାଲିସ କରିବ ନାହିଁ। ଚେନ୍ନଇ ବିମାନବନ୍ଦରରେ ପହଞ୍ଚିବା ପରେ ବିଜେଡି ପ୍ରତିନିଧି ଅମର ଓ ସଞ୍ଜୟ ଏବଂ ପିସିସି ସଭାପତି ଶ୍ରୀ ଦାସଙ୍କୁ ଡିଏମ୍‌କେ ସାଂସଦ ସ୍ବାଗତ କରିଛନ୍ତି। ନିକଟରେ ତାମିଲନାଡୁ ମୁଖ୍ୟମନ୍ତ୍ରୀଙ୍କ ପ୍ରତିନିଧି ତଥା ଡିଏମକେ ସାଂସଦ ଦୟାନିଧି ମାରନ୍ ଓ ତାମିଲନାଡ଼ୁ ମନ୍ତ୍ରୀ ଟିଆରବି ରାଜା ନବୀନ ନିବାସ ଆସି ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ଭେଟି ବୈଠକରେ ଯୋଗଦେବା ଲାଗି ଆମନ୍ତ୍ରଣ କରିଥିଲେ। ସେମାନେ ପିସିସି ସଭାପତି ଶ୍ରୀ ଦାଙ୍କୁ ମଧ୍ୟ ଭେଟି ନିମନ୍ତ୍ରଣ କରିଥିଲେ।

  • Related Posts

    ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼

    ଧର୍ମଶାଳା: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି। ଯାଜପୁର ଜିଲ୍ଲା ଧର୍ମଶାଳା ଗଡ଼ମଧୁପୁର ପଞ୍ଚାୟତ ପନ୍ତୁରି ଗାଁରେ ଘଟିଛି ଏହି ଘଟଣା। ଏହାର ପ୍ରତିବାଦରେ ଏସ୍‌ପି ଅଫିସ୍ ଆଗରେ ବିଜେଡି କର୍ମୀ ଧାରଣା ଦେଇଛନ୍ତି। ଜିଲ୍ଲାର ପ୍ରମୁଖ ନେତାମାନେ…

    Continue reading
    ‘ବିକଶିତ ଭାରତ’ ନିର୍ମାଣ ପାଇଁ ଭାରତବର୍ଷ ଦୃତ ଗତିରେ ଆଗେଇ ଚାଲିଛି : ଡି.ପୁରନ୍ଦେଶ୍ୱରୀ

    ଭୁବନେଶ୍ୱର: ନାଟକ ବା ପଥପ୍ରାନ୍ତ ନାଟକ ଜରିଆରେ ସରକାରଙ୍କ କଲ୍ୟାଣକାରୀ ଯୋଜନା ଓ ବିକାଶମୁଳକ କାର୍ଯ୍ୟଗୁଡିକୁ ଲୋକଙ୍କ ପାଖରେ ପହଂଚାଇବା ଉଦ୍ଦେଶ୍ୟରେ ‘ନମୋ ସେବା ଗାଥା’ ର ପ୍ରଦର୍ଶନ ଅତ୍ୟନ୍ତ ପ୍ରଶଂସନୀୟ ବୋଲି କହିବା ସହିତ ସେବା ହିଁ ସଂକଳ୍ପ ଏବଂ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ