ପରଲୋକରେ ଦେବେନ୍ଦ୍ର ଶର୍ମା

ଭୁବନେଶ୍ବର : ପରଲୋକରେ ପୂର୍ବତନ ଆଳି ବିଧାୟକ ଦେବେନ୍ଦ୍ର ଶର୍ମା। ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ଘଟିଛି। ଆଜି ତାଙ୍କର ପାର୍ଥିବ ଶରୀରକୁ କଂଗ୍ରେସ ଭବନକୁ ନିଆଯିବ । ପରେ ବିଧାନସଭାରେ ରାଜନେତାମାନେ ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳୀ ଦେବା ପରେ ଶେଷକୃତ୍ୟ ସମ୍ପନ୍ନ ହେବ। ଚିକିତ୍ସାଧୀନ ଅବସ୍ଥାରେ ଶୁକ୍ରବାର ରାତି ୮ଟାରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ଖବର ପାଇ କଂଗ୍ରେସ ଓ ବିଜେଡିର ବହୁ ନେତା ଏବଂ ବିଜେପିର ଅନେକ ନେତା, ମନ୍ତ୍ରୀ ତାଙ୍କ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।
ଦେବେନ୍ଦ୍ର ଶର୍ମା ଜଣେ ଲଢୁଆ ନେତା ଭାବେ ଜିଲାରେ ବେଶ୍‌ ଖ୍ୟାତି ଅର୍ଜନ କରିଥିଲେ। ଛାତ୍ର ଜୀବନରୁ ରାଜନୀତି କରି ଜନତା ଦଳରେ ଯୋଗ ଦେଇଥିଲେ। ପରବର୍ତ୍ତୀ ସମୟରେ କଂଗ୍ରେସରେ ଆଳି ପଞ୍ଚାୟତ ସମିତି ଅଧ୍ୟକ୍ଷ ହୋଇଥିଲେ। ପରେ ୨୦୧୪ରୁ ୨୦୧୯ ଆଳି ବିଧାୟକ ରହିଥିଲେ। ସେ ଦୀର୍ଘ ୧୦ ବର୍ଷଧରି କେନ୍ଦ୍ରାପଡ଼ା ଜିଲା କଂଗ୍ରେସ ସଭାପତି ରହି ସଂଗଠନକୁ ସୁଦୃଢ କରିଥିଲେ। ତାଙ୍କ ବିୟୋଗରେ ଜିଲାରେ ଗଭୀର ଶୋକ ପ୍ରକାଶ ପାଇଛି। ଦେବେନ୍ଦ୍ର ଶର୍ମାଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଶୋକପ୍ରକାଶ କରିଛନ୍ତି। ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଦେବେନ୍ଦ୍ରଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଲୋକପ୍ରତିନିଧି ଭାବେ ଜନକଲ୍ୟାଣକାରୀ କାର୍ୟ୍ୟ ଏବଂ ସେବା ପାଇଁ ସେ ସର୍ବଦା ସ୍ମରଣୀୟ ରହିବେ। ଅମର ଆତ୍ମାର ସଦ୍‌ଗତି କାମନା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇଛନ୍ତି।

  • Related Posts

    ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼

    ଧର୍ମଶାଳା: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି। ଯାଜପୁର ଜିଲ୍ଲା ଧର୍ମଶାଳା ଗଡ଼ମଧୁପୁର ପଞ୍ଚାୟତ ପନ୍ତୁରି ଗାଁରେ ଘଟିଛି ଏହି ଘଟଣା। ଏହାର ପ୍ରତିବାଦରେ ଏସ୍‌ପି ଅଫିସ୍ ଆଗରେ ବିଜେଡି କର୍ମୀ ଧାରଣା ଦେଇଛନ୍ତି। ଜିଲ୍ଲାର ପ୍ରମୁଖ ନେତାମାନେ…

    Continue reading
    ‘ବିକଶିତ ଭାରତ’ ନିର୍ମାଣ ପାଇଁ ଭାରତବର୍ଷ ଦୃତ ଗତିରେ ଆଗେଇ ଚାଲିଛି : ଡି.ପୁରନ୍ଦେଶ୍ୱରୀ

    ଭୁବନେଶ୍ୱର: ନାଟକ ବା ପଥପ୍ରାନ୍ତ ନାଟକ ଜରିଆରେ ସରକାରଙ୍କ କଲ୍ୟାଣକାରୀ ଯୋଜନା ଓ ବିକାଶମୁଳକ କାର୍ଯ୍ୟଗୁଡିକୁ ଲୋକଙ୍କ ପାଖରେ ପହଂଚାଇବା ଉଦ୍ଦେଶ୍ୟରେ ‘ନମୋ ସେବା ଗାଥା’ ର ପ୍ରଦର୍ଶନ ଅତ୍ୟନ୍ତ ପ୍ରଶଂସନୀୟ ବୋଲି କହିବା ସହିତ ସେବା ହିଁ ସଂକଳ୍ପ ଏବଂ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ