ଛତୁଆ ଖାଇ ଦୁଇ ଭଉଣୀ ମୃତ

ଗଜପତି: ବିଷାକ୍ତ ଛତୁଆ ଖାଇ ଚାଲିଗଲା ଦୁଇ ଭଉଣୀଙ୍କ ଜୀବନ। ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ରାମଗିରିରେ। ଦୁଇ ଭଉଣୀ ତୁଳସୀ ବଡମୁଣ୍ଡି(୬)ଏବଂ ଗୁଣବତୀ ବଡମୁଣ୍ଡି (୩) ମୃତ୍ୟୁ ବରଣ କରିଥିବା ବେଳେ ବାପା ଏବଂ ବଡ ଭଉଣୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି।
ବାପା ଅର୍ଜୁନ ଓ ବଡ଼ ଝିଅ ସୁମିତ୍ରା ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିବା ବେଳେ ସେମାନଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି। ଶୁକ୍ରବାର ରାମଗିରି ହାଟପଦା ଅଙ୍ଗନବାଡ଼ିରୁ ମିଳିଥିବା ଛତୁଆ ଖାଇଥିବା ଅଭିଯୋଗ ହୋଇଛି। ଖବର ପାଇବା ପରେ ସ୍ଥାନୀୟ ଆଶା ଦିଦି ଶାନ୍ତିଲତା ବଡମୁଣ୍ଡି ସେମାନଙ୍କୁ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ। ସମ୍ପୃକ୍ତ ଆଶା ଦିଦି ହିଁ ଛତୁଆ ଖାଇ ଦୁଇଜଣ ମୃତ୍ୟୁ ବରଣ କରିଥିବା ସୂଚନା ଦେଇଛନ୍ତି।

  • Related Posts

    ଭିଣୋଇଙ୍କୁ ପିଟି ପିଟି ମାରିଦେଲା ଶାଳକ

    ବଡ଼ବିଲ: ପାରିବାରିକ ବିବାଦକୁ କେନ୍ଦ୍ର କରି ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ଭିଣୋଇକୁ ପିଟି ପିଟି ମାରିଦେଲା ଶାଳକ । ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁ ବୁରୁସାହିରେ ଅଭାବନୀୟ ଘଟଣା ଘଟିଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଅଭିଯୁକ୍ତକୁ ଧରିବାକୁ…

    Continue reading
    ରାଜଧାନୀରେ ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ !

    ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ । ନୟାପଲ୍ଲୀ ଥାନା ଅଞ୍ଚଳରେ ଘରେ ଏକା ଥିବା ବେଳେ ଦୁଷ୍କର୍ମ । ଜଣେ ଦୁର୍ବୃତ୍ତ ମୁହଁରେ ମାସ୍କ ପିନ୍ଧି ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି । ଜଣେ ଦୁର୍ବୃତ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ