ଜଗନ୍ନାଥଙ୍କ ଜମି ବିବାଦ ଦୁଇ ବର୍ଷ ମଧ୍ୟରେ ତୁଟିବ : ଆଇନ ମନ୍ତ୍ରୀ

ଭୁବନେଶ୍ବର: ତିନି ମାସ ମଧ୍ୟରେ ରାଜ୍ୟ ସରକାର ନୂଆ ୟୁନିଫର୍ମ ଲ୍ୟାଣ୍ଡ ପିଲିସି ଆଣିବାକୁ ଯାଉଛନ୍ତି । କ୍ୟାବିନେଟ୍ ବୈଠକରେ ଅନୁମୋଦନ ଦିଆଯିବ ବୋଲି ବିଧାନସଭା ପ୍ରଶ୍ନକାଳରେ କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ରାଜ୍ୟବ୍ୟାପୀ ଜଗନ୍ନାଥଙ୍କ ଜମି ବିବାଦ ଦୁଇ ବର୍ଷ ମଧ୍ୟରେ ତୁଟିବ ବୋଲି ଗୃହରେ ଆଇନ ମନ୍ତ୍ରୀ କହିଛନ୍ତି । ଯେଉଁମାନେ ଅଧିକ ବର୍ଷ ଜଗନ୍ନାଥଙ୍କ ଜମି ଜବରଦଖଲ କରିଥିବେ ତାଙ୍କୁ ୧୦୦ ଡ଼ିସିମିଲ ଜାଗା ରିହାତି ଦରରେ ରାଜ୍ୟ ସରକାର ଯୋଗାଇ ଦେବେ ।

କୋରାପୁଟରେ ୨୭ ହାଜର ୪୧୦ ଏକର ଜଗନ୍ନାଥ ଜମି ଚିହ୍ନଟ ହୋଇଛି । କୋରାପୁଟ ଜିଲ୍ଲାରେ ଜଗନ୍ନାଥ ଜମି ଯେଉଁଠି ଜବର ଦଖଲ ହୋଇଥିଲା ତାକୁ ଜବରଦଖଲ ମୁକ୍ତ କରାଯାଇଛି । ୨୪ଟି ଜିଲ୍ଲାରେ ୬୦ ହଜାର ୪୨୬.୯୪ ଏକର ଜଗନ୍ନାଥଙ୍କ ଜମି ରହିଛି । ୩୮ ହଜାର ୬୧ ଏକର ଜମିର ସଂଶୋଧିତ ଶତ୍ୱଲିପି ରାଜ୍ୟ ସରକାରଙ୍କ ନିକଟରେ ରହିଛି । ଯାହାର ଡିଜିଟାଇଜେସନ ପ୍ରକ୍ରିୟା ଜାରି ରହିଛି । ୨୨ ହଜାର ଏକର ଜମିର ଆର୍‌ଓଆର୍ ଯୋଗାଡ଼ ଚାଲିଛି । ରାଜ୍ୟ ବାହାରେ ୬ଟି ପ୍ରଦେଶରେ ୩୯୫.୨୫ ଏକର ଜଗନ୍ନାଥ ଜମି ରହିଛି ।

  • Related Posts

    ଛାତ୍ର ସଂସଦ ନିର୍ବାଚନ ଭବିଷ୍ୟତର ନେତୃତ୍ୱ ଗଢ଼ିବାର ଏକ ମଜଭୁତ ମୂଳଦୁଆ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଓଡ଼ିଶାରେ ଛାତ୍ର ସଂସଦ ନିର୍ବାଚନ ପରିଚାଳନାକୁ ନେଇ ବଢ଼ୁଥିବା କଳ୍ପନାଜଳ୍ପନା ମଧ୍ୟରେ, ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ ଭୁବନେଶ୍ୱରର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଥିଲେ । ରାଜ୍ୟ ସରକାର ଖୁବ୍‌ଶୀଘ୍ର ସାରା ଓଡ଼ିଶାର କଲେଜ…

    Continue reading
    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ