ଗ୍ରୀଷ୍ମ ପ୍ରବାହରେ କଲବଲ ହେବ ଓଡ଼ିଶା

ଭୁବନେଶ୍ୱର : ଆସନ୍ତା ଦୁଇଦିନ ଟିକିଏ ବି ନିସ୍ତାର ମିଳିବନି । ଗ୍ରୀଷ୍ମ ପ୍ରବାହରେ କଲବଲ ହେବ ଓଡ଼ିଶା । ୧ ତାରିଖ ବେଳକୁ ହାଲୁକା ଖସିପାରେ ପାରଦ। ସମ୍ଭବତଃ କାଳବୈଶାଖୀ କିଛି ଆଶ୍ୱସ୍ତି ଦେଇପାରେ। ବିଭିନ୍ନ ମଡେଲ୍‌ର ପୂର୍ବାନୁମାନ ଅନୁସାରେ ଦକ୍ଷିଣ ଚୀନ ସାଗରରେ ଥିବା ଲଘୁଚାପର ଅଂଶ ବଙ୍ଗୋପସାଗରକୁ ପଶିବ ଆସନ୍ତା ସପ୍ତାହରେ । ଏହା ପ୍ରଭାବରେ ଏପ୍ରିଲ ୩ରୁ ୫ ତାରିଖ ଭିତରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ଏହା ଘନୀଭୂତ ହୋଇ ଅବପାତ ରୂପ ନେବାର କିଛି ପରିମାଣରେ ସମ୍ଭାବନା ରହିଛି। ଏପରିକି ଆଉ ଏକ ମଡେଲ୍‌ ଗ୍ରୀଷ୍ମ କାଳୀନ ବାତ୍ୟା ସମ୍ଭାବନା ନେଇ ମଧ୍ୟ ଆକଳନ କରିଛନ୍ତି । ମାତ୍ର ଏବେଠାରୁ ସ୍ପଷ୍ଟ ଆକଳନ ସହଜ ନୁହେଁ । ପାଣିପାଗ ବୈଜ୍ଞାନିକଙ୍କ ମତରେ ସମ୍ଭାବ୍ୟ ଘୂର୍ଣ୍ଣିବଳୟ ଯେତେ ଶକ୍ତିଶାଳୀ ହେବ, ତାହା ସେତେ ଅଧିକ ଜଳୀୟବାଷ୍ପ ଟାଣି ନେବ । ଫଳରେ ଗ୍ରୀଷ୍ମ ପ୍ରବାହ ଆହୁରି ବଢ଼ିପାରେ ।

ବର୍ତ୍ତମାନର ପାଣିପାଗ ପୂର୍ବାନୁମାନ ଅନୁସାରେ ଶନିବାର ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବଲାଙ୍ଗୀର, ବୌଦ୍ଧ ଓ କଳାହାଣ୍ଡିରେ ଗ୍ରୀଷ୍ମ ପ୍ରବାହ ଲାଗି ରହିବ। ଝାରସୁଗୁଡ଼ା ସମେତ ସମ୍ବଲପୁର, ବଲାଙ୍ଗୀର, ଟିଟିଲାଗଡ଼ ଓ ସୋନପୁରରେ ପାରଦ ୪୩ ଡିଗ୍ରୀ ରହିପାରେ। ଭୁବନେଶ୍ୱର, କଟକ ସମେତ ଉପକୂଳ ଓଡ଼ିଶାରେ ତାତି ୩୮ରୁ ୪୦ ଡିଗ୍ରୀ ମଧ୍ୟରେ ରହିବା ସମ୍ଭାବନା ଅଛି ।

ରବିବାର ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡିରେ ଗ୍ରୀଷ୍ମ ପ୍ରବାହ ଆଶଙ୍କା ଅଛି । ସୋନପୁର, ଟିଟିଲାଗଡ଼ ଓ ବଲାଙ୍ଗୀରରେ ସର୍ବାଧିକ ୪୩ ଡିଗ୍ରୀ ରହିପାରେ ପାରଦ। କେତେକ ସ୍ଥାନରେ ତାତି ୪୧/୪୨ ଡିଗ୍ରୀ ରହିପାରେ। ଉପକୂଳରେ ୩୭ରୁ ୪୦ ଡିଗ୍ରୀ ରହିପାରେ ପାରଦ। ୩୧ ତାରିଖରୁ ଗ୍ରୀଷ୍ମ ପ୍ରବାହ ସତର୍କ ସୂଚନା ନାହିଁ । ତଥାପି ରାଜ୍ୟରେ ତାତି ଲାଗି ରହିବ। ପଶ୍ଚିମରେ ୪୧-୪୨ ଡିଗ୍ରୀ ଓ ଉପକୂଳରେ ୩୬ରୁ ୩୯ ଡିଗ୍ରୀ ରହିପାରେ ତାପମାତ୍ରା । ଏପ୍ରିଲ ପହିଲାରୁ ତାତି ପ୍ରକୋପ ସାମାନ୍ୟ କମିବ । ପଶ୍ଚିମ ଓଡ଼ିଶାରେ ପାରଦ ୪୦-୪୧ ଡିଗ୍ରୀ ରହିପାରେ । ଉପକୂଳରେ ୩୬-୩୭ ଡିଗ୍ରୀ ପ୍ରାୟତଃ ରହିପାରେ । ୧ ତାରିଖ ପରେ କାଳବୈଶାଖୀ ବର୍ଷା ସମ୍ଭାବନା ଥିବା ଅନୁମାନ କରାଯାଉଛି ।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ