କାମାକ୍ଷା ଏକ୍ସପ୍ରେସ୍ ଲାଇନଚ୍ୟୁତ : ଜାରି ହେଲା ହେଲ୍ପଲାଇନ୍ ନମ୍ବର

କଟକ: କଟକ ମଙ୍ଗୁଳି ନିକଟରେ ବେଙ୍ଗାଲୁରୁ-ଗୌହାଟୀ କାମାକ୍ଷା ଏକ୍ସପ୍ରେସ୍ ଲାଇନଚ୍ୟୁତ ହେବା ପରେ ଜାରି ହେଲା ହେଲ୍ପଲାଇନ୍ ନମ୍ୱର । ଇଷ୍ଟକୋଷ୍ଟ ରେଲୱେ ପକ୍ଷରୁ ଏହି ହେଲ୍ପଲାଇନ୍ ନମ୍ବର ଜାରି କରାଯାଇଛି । କଟକ ପାଇଁ ହେଲ୍ପ ଲାଇନ୍ ନମ୍ବର- ୮୯୯୧୧୨୪୨୩୮, ୭୨୦୫୧୪୯୫୯୧ ଜାରି କରାଯାଇଛି । ସେହିଭଳି ଭୁବନେଶ୍ବର ୧ନଂ ପ୍ଲାଟଫର୍ମରେ ହେଲ୍ପ ଡେସ୍କ ବ୍ୟବସ୍ଥା କରାଯାଇଛି । ହେଲ୍ପ ଡେସ୍କ ପାଇଁ ୮୧୧୪୩୮୨୩୭୧ ନମ୍ୱର ଜାରି କରାଯାଇଛି । ଖୋର୍ଦ୍ଧା ରୋଡ୍ ପାଇଁ ହେଲ୍ପ ଡେସ୍କ ନମ୍ୱର ରହିଛି ୦୬୭୪୨୪୯୨୨୪୫ । ଭଦ୍ରକ ପାଇଁ ହେଲ୍ପ ଲାଇନ୍ ନମ୍ବର ୯୪୩୭୪୪୩୪୬୯ ଜାରି କରାଯାଇଛି ।
ସେପଟେ ଏକ୍ସପ୍ରେସ୍ ଲାଇନଚ୍ୟୁତ ହେବା ପରେ ୫ଟି ଟ୍ରେନ୍‌ର ଗତିପଥ ମଧ୍ୟ ପରିବର୍ତ୍ତନ କରାଯାଇଛି । ଧଉଳି ଏକ୍ସପ୍ରେସ, ନୀଳାଚଳ ଏକ୍ସପ୍ରେସ ଓ ପୁରୁଲିଆ ସୁପରଫାଷ୍ଟର ଗତିପଥ ପରିବର୍ତ୍ତନ କରାଯାଇଛି । ଏକ୍ସପ୍ରେସ୍‌ ଲାଇନ୍‌ଚ୍ୟୁତ ଘଟଣାରେ ଜଣେ ଯାତ୍ରୀଙ୍କର ମୃତ୍ୟୁ ଘଟିଥିବା ବେଳେ ୪ ଯାତ୍ରୀ ଆହତ ହୋଇଛନ୍ତି । ଆହତ ମାନଙ୍କୁ ଝଉଈ ମେଡିକାଲରେ ଭର୍ତ୍ତି କରାଯାଇଥିବା ସୂଚନା ରହିଛି । କିନ୍ତୁ ଏ ସମ୍ପର୍କରେ ସ୍ପଷ୍ଟ ସ୍ପଷ୍ଟ ହୋଇପାରିନି ବୋଲି ରେଳବାଇ ସିପିଆର୍‌ଓ କହିଛନ୍ତି ।
ସୂଚନାଯୋଗ୍ୟ ଯେ, କଟକ ମଙ୍ଗୁଳି ନିକଟ ନିର୍ଗୁଣ୍ଡିରେ କାମାକ୍ଷା ଏକ୍ସପ୍ରେସ୍‌ ଲାଇନ୍‌ଚ୍ୟୁତ ହୋଇଛି । ଟ୍ରେନ୍‌ର ୧୧ଟି ବଗି ଲାଇନ୍‌ଚ୍ୟୁତ ହୋଇଛି । ବେଙ୍ଗଲୁରୁ- ଗୌହାଟୀ କାମାକ୍ଷା ଏକ୍ସପ୍ରେସ୍‌ର ୧୧ଟି ବଗି ଲାଇନ୍‌ଚ୍ୟୁତ ହୋଇଥିବା ପୂର୍ବତଟ ରେଳବାଇ ପକ୍ଷରୁ ସୂଚନା ଦିଆଯାଇଛି । ଏହି ଦୁର୍ଘଟଣାରେ କିଛି ଯାତ୍ରୀ ଆହତ ହୋଇଥିବା ପ୍ରତ୍ୟେକ୍ଷଦର୍ଶୀ କହିଛନ୍ତି । କେତେ ଜଣ ଯାତ୍ରୀଙ୍କୁ ଡାକ୍ତରଖାନାକୁ ନିଆଯାଇଛି । ତେବେ କେତେଜଣ ଆହତ ହୋଇଛନ୍ତି, ନିର୍ଦ୍ଦିଷ୍ଟ ଭାବେ ତାହା ଜଣାପଡିନାହିଁ । ରେଳ ବିଭାଗର ବରିଷ୍ଠ ଅଧିକାରୀମାନେ ମଧ୍ୟ ଘଟଣାସ୍ଥଳକୁ ଯାଇଛନ୍ତି । ଯାତ୍ରୀମାନଙ୍କୁ ଗନ୍ତବ୍ୟସ୍ଥଳରେ ପହଞ୍ଚାଯିବ ବୋଲି ପୂର୍ବତଟ ରେଳବାଇର ସିପିଆରଓ କହିଛନ୍ତି । ଘଟଣାସ୍ଥଳରେ ଜିଲ୍ଲା ପ୍ରଶାସନର ବରିଷ୍ଠ ଅଧିକାରୀ ପହଞ୍ଚିଛନ୍ତି । ରେଳ ବିଭାଗର ବରିଷ୍ଠ ଅଧିକାରୀମାନେ ମଧ୍ୟ ଘଟଣାସ୍ଥଳକୁ ଯାଇଛନ୍ତି । ଅଗ୍ନିଶମ ବାହିନୀ ମଧ୍ୟ ଘଟଣାସ୍ଥଳରେ ପହଞ୍ଚିଛି ।

  • Related Posts

    ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍

    ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍‌ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…

    Continue reading
    ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ: ମୁଖ୍ୟମନ୍ତ୍ରୀ

    ଡେଡ୍‌‌ଲାଇନ୍ ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ ​ନିଶାକୁ ନାଁ, ଜୀବନକୁ ହଁ—ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନିଅନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ