କଟକରେ ପାଳିତ ହେଲା ୯୦ତମ ଓଡ଼ିଶା ପୁଲିସ ପ୍ରତିଷ୍ଠା ଦିବସ

କଟକ: କଟକରେ ପାଳିତ ହୋଇଛି ୯୦ତମ ଓଡ଼ିଶା ପୁଲିସ ପ୍ରତିଷ୍ଠା ଦିବସ। ବକ୍ସିବଜାର ସ୍ଥିତ ପୁଲିସ ପଡିଆରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ପୁଲିସ ଡିଜି ଯୋଗେଶ ବାହାଦୂର ଖୁରାନିଆ। ପୁଲିସ ଡିଜିଙ୍କ ସମେତ ବହୁ ବରିଷ୍ଟ ଆଇପିଏସ ଅଧିକାରୀ ମଧ୍ୟ ଉପସ୍ଥିତ ରହିଛନ୍ତି। ଏହି ଅବସରରେ ଅନୁଷ୍ଠିତ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିଥିଲେ ପୋଲିସ ଡିଜି। ଏହି ପ୍ୟାରେଡରେ ୧୦ଟି ପୋଲିସ କଣ୍ଟିଜେଣ୍ଟ ଭାଗ ନେଇଥିଲେ। ଏହି ଅବସରରେ ସଫଳ ପୋଲିସ ଅଧିକାରୀଙ୍କୁ ଡିଜି ଯୋଗେଶ ବାହାଦୂର ଖୁରାନିଆ ପୁରସ୍କୃତ କରିଥିଲେ। ତଦନ୍ତ କ୍ଷେତ୍ରରେ ଅପରାଧ ନିୟନ୍ତ୍ରଣ ଓ ମାଓ ଦମନ କ୍ଷେତ୍ରରେ ସଫଳତା ଅର୍ଜନ କରିଥିବା ଅଧିକାରୀ ଓ ପୋଲିସ କର୍ମଚାରୀଙ୍କୁ ପୁରସ୍କୃତ କରିଥିଲେ। ପୁଲିସ ପ୍ରତିଷ୍ଠା ଦିବସରେ ଡିଜିପି ନିଜର ଅଭିଭାଷଣ ରଖି କହିଥିଲେ। ଦିନକୁ ଦିନ ଓଡ଼ିଶା ପୋଲିସର ଦାୟିତ୍ଵ ବଢ଼ିଛି। ଆମେ ସମସ୍ତ ଚାଲେଞ୍ଜକୁ ମୁକାବିଲା କରିବା କ୍ଷେତ୍ରରେ କାର୍ଯ୍ୟ କରିବାର ଆବଶ୍ୟକତା ରହିଛି। ମାଓବାଦୀ ଦମନ କ୍ଷେତ୍ର ରେ ଓଡ଼ିଶା ପୁଲିସକୁ ସଫଳତା ମିଳିଛି। ଚଳିତ ବର୍ଷ ବହୁ ମାଓବାଦୀଙ୍କୁ ନିପାତ କରାଯାଇଛି। ନିଶା କାରବାର ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଗଞ୍ଜେଇ ଚୋରା ଚାଲାଣ ବିରୋଧରେ କଠୋର ହୋଇଛି ଓଡ଼ିଶା ପୁଲିସ। ଗଞ୍ଜେଇ ଚାଲାଣ ରୋକିବା ଓ ନଷ୍ଟ କରିବା ଦିଗରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ମହିଳା ଓ ଶିଶୁଙ୍କ ବିରୋଧରେ ହେଉଥିବା ଅତ୍ୟାଚାର ବିରୋଧରେ ଓଡ଼ିଶା ପୁଲିସ ଆହୁରି ଶକ୍ତ ହୋଇଛି। ମହିଳା ଓ ଶିଶୁ ମାନଙ୍କ ସୁରକ୍ଷା ଓଡ଼ିଶା ପୁଲିସର ମୁଖ୍ୟ ପ୍ରାଥମିକତା। ଓଡ଼ିଶା ପୁଲିସକୁ ଅଧିକ କ୍ରିୟାଶୀଳ କରିବା ପାଇଁ ରାଜ୍ୟର ବିଭିନ୍ନ ଥାନାକୁ ଅତ୍ୟାଧୁନିକ ଗାଡ଼ି ଯୋଗାଇ ଦିଆଯାଇଛି। ସାଇବର କ୍ରାଇମ୍ ରୋକିବା ଓ ଦୃଢ଼ତାର ସହ ମୁକାବିଲା କରିବା ସାଇବର ପୁଲିସର ପ୍ରାଥମିକତା।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ