୩ଟି ଅଫିସର ଆସବାବପତ୍ର ଜବତ ନିର୍ଦ୍ଦେଶ

ସମ୍ବଲପୁର: ମହଙ୍ଗା ପଡିଛି ଠିକାଦାରଙ୍କ ବିଲ୍‌ ଟଙ୍କା ନଦେବା । ୩ଟି ଅଫିସର ଆସବାବ ପତ୍ର ଜବତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ସମ୍ବଲପୁରରୁ ଆସିଛି ଏ ଖବର । ବୁର୍ଲାସ୍ଥିତ ଉପର ମହାନଦୀ ବେସିନ ମ୍ୟାନେଜର ତଥା ମୁଖ୍ୟଯନ୍ତ୍ରୀଙ୍କ କାର୍ୟ୍ୟାଳୟ, ହୀରାକୁଦ ଡ୍ୟାମ ସର୍କଲର ସୁପରିଟେଣ୍ଡ ଇଞ୍ଜିନିୟରଙ୍କ କାର୍ୟ୍ୟାଳୟ ଓ ସମ୍ବଲପୁର ଇରିଗେସନ ଡିଭିଜନର ଏକଜିକ୍ୟୁଟିଭ ଇଞ୍ଜିନିୟରଙ୍କ ଅଫିସର ଆସବାବପତ୍ର ସିଲ୍‌ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମାନ୍ୟବର ସିନିୟର ସିଭିଲ ଜଜ କୋର୍ଟ । ଏଥିସହ ୩ଟି ଅଫିସର ସଂପତ୍ତି ଆଟାଚ କରିବାକୁ ମଧ୍ୟ କୁହାଯାଇଛି ।
ସୂଚନା ଅନୁସାରେ ୨୦୦୦ ମସିହାରେ ସମ୍ବଲପୁର ରିଂ ରୋଡର କାମ କରିଥିଲା ଓରିଏଣ୍ଟ କନଷ୍ଟ୍ରକସନ ପ୍ରାଇଭେଟ ଲିମିଟେଡ । ତେବେ କାମ ସରିବା ପରେ ଠିକା ସଂସ୍ଥାକୁ ମିଳିନଥିଲା ପେମେଣ୍ଟ । ୨୦୦୫ ମସିହାରେ ବକେୟା ଅର୍ଥ ୫୨ ଲକ୍ଷ ଟଙ୍କା ହୋଇଯାଇଥିଲା । ଏନେଇ ୨୦୦୯ ମସିହାରେ ମାନ୍ୟବର ସିନିୟର ସିଭିଲ ଜଜ କୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲା ଠିକା ସଂସ୍ଥା । ୨୦୦୯ରେ ସୁଧ ମୂଳ ମିଶି ୧କୋଟି ୩୬ କୋଟି ଲକ୍ଷ ଟଙ୍କାରେ ପହଞ୍ଚିଥିଲା । ଟଙ୍କା ପଇଠ ନହେବାରୁ ୬ ପ୍ରତିଶତ ସୁଧ ଦେବାକୁ ନିର୍ଦ୍ଦେଶ ଦେଇଥିଲେ କୋର୍ଟ । ହେଲେ ବକେୟା ଟଙ୍କା ମିଳିନଥିଲା । ଏହି ବକେୟା ଟଙ୍କା ବଢି ବଢି ଅଗଷ୍ଟ ୨୦୨୪ ଯାଏ ୧କୋଟି ୮୮ ଲକ୍ଷ ହୋଇଯାଇଛି । ବାରମ୍ବାର ନୋଟିସ୍‌ ସତ୍ତ୍ବେ ବକେୟା ଟଙ୍କା ନଦେବାରୁ ୩ଟି ଅଫିସର ଆସବାବପତ୍ର ଜବତ ସହ ସଂପତ୍ତି ଆଟାଚ ପାଇଁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ ।

  • Related Posts

    ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍

    ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍‌ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…

    Continue reading
    ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ: ମୁଖ୍ୟମନ୍ତ୍ରୀ

    ଡେଡ୍‌‌ଲାଇନ୍ ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ ​ନିଶାକୁ ନାଁ, ଜୀବନକୁ ହଁ—ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନିଅନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ