ପୋଲିସ୍ ହକି ଚାମ୍ପିୟନସିପ୍ ୨୦୨୫ର “ଲୋଗୋ ଏବଂ ମାସ୍କଟ-ଆଶା” ଉନ୍ମୋଚିତ

ଭୁବନେଶ୍ଵର: ଭୁବନେଶ୍ବର ସ୍ଥିତ ପୋଲିସ୍ ଭବନରେ ୭୩ତମ ସର୍ବଭାରତୀୟ ପୋଲିସ୍ ହକି ଚାମ୍ପିୟନସିପ୍ ୨୦୨୫ର Curtain Raiser ସମାରୋହ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ୭୩ତମ ସର୍ବଭାରତୀୟ ପୋଲିସ୍ ହକି ଚାମ୍ପିୟନସିପ୍ ୨୦୨୫ର “ଲୋଗୋ ଏବଂ ମାସ୍କଟ-ଆଶା” କୁ ଉନ୍ମୋଚନ କରିଛନ୍ତି ।
କେନ୍ଦୁଝର ଜିଲ୍ଲାର ଏକ ଜଙ୍ଗଲରୁ ଗୁରୁତର ଆହତ ଅବସ୍ଥାରେ ରାଜ୍ୟ ସରକାରଙ୍କ ଜଙ୍ଗଲ ବିଭାଗର କର୍ମଚାରୀମାନେ ଏକ ଗଜ ଶାବକ (ହାତୀ ଛୁଆ)କୁ ଉଦ୍ଧାର କରିଥିଲେ । ପରେ ତାକୁ ସେଠାରୁ ନନ୍ଦନକାନନକୁ ସ୍ଥାନାନ୍ତର କରାଯାଇଥିଲା । ତାର ଏହି ସଂଘର୍ଷମୟ କାହାଣୀ ଉପରେ “ଆଶା” ଆଧାରିତ ଯିଏକି ବର୍ତ୍ତମାନ ନନ୍ଦନକାନନରେ ସୁସ୍ଥ ଓ ସୁରକ୍ଷିତ ଅବସ୍ଥାରେ ଅଛି । ଏହି ମାସକଟ୍‌ “ଆଶା” ଦୟା, ସାହସ ଓ ପରିବେଶ ସଂରକ୍ଷଣ ପ୍ରତି ଓଡ଼ିଶାର ପ୍ରତିବଦ୍ଧତାକୁ ପ୍ରତିନିଧିତ୍ୱ କରୁଛି ବୋଲି ଡିଜିପି ନିଜ ଅଭିଭାଷଣରେ କହିଥିଲେ ।
ଓଡ଼ିଶା ପୋଲିସ ଏହି ଚାମ୍ପିୟନସିପ୍‌ କୁ ଦ୍ବିତୀୟ ଥର ପାଇଁ ଆୟୋଜନ କରୁଥିବାରୁ ଶ୍ରୀ ଖୁରାନିଆ ଖୁସି ବ୍ୟକ୍ତ କରିବା ସହ ଏଥି ନିମନ୍ତେ ସେ ସର୍ବଭାରତୀୟ ପୋଲିସ୍ କ୍ରୀଡା ନିୟନ୍ତ୍ରଣ ବୋର୍ଡ୍‌ କୁ ଧନ୍ୟବାଦ ଜଣାଇଥିଲେ । ଏହି ଚାମ୍ପିୟନସିପ୍ ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମ୍ ଠାରେ ଅପ୍ରେଲ ୭ ରୁ ୧୪ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଯାଉଛି । ଏଥିରେ ୨୬ଟି ପୁରୁଷ ଦଳ ଓ ୯ଟି ମହିଳା ଦଳ ଅଂଶଗ୍ରହଣ କରୁଥିବା ବେଳେ ମୋଟ ୪୮ଟି ମ୍ୟାଚ୍‌ ଖେଳାଯିବ । ସିଆଇଏସଏଫ୍‌, ସିଆରପିଏଫ୍‌, ବିଏସଏଫ୍‌, ଆଇଟିବିପି ଓ ଏସଏସବି ଭଳି କେନ୍ଦ୍ରୀୟ ସଶସ୍ତ୍ର ବାହିନୀ ଦଳଗୁଡ଼ିକ ଏହି ପ୍ରତିଯୋଗିତାର ମଧ୍ୟ ଅଂଶ ଗ୍ରହଣ କରୁଛନ୍ତି ବୋଲି ଡିଜିପି ସୂଚନା ଦେଇଥିଲେ ।
ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଆୟୋଜନ କମିଟିର ଉପସଭାପତି ତଥା ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ମୁଖ୍ୟାଳୟ) ଦୟାଲ ଗଙ୍ଗୱାର, ଆୟୋଜନ କମିଟିର ଉପସଭାପତି ତଥା ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ସଶସ୍ତ୍ର ) ରାଜେଶ କୁମାର, ଆୟୋଜନ କମିଟିର ସମ୍ପାଦକ ତଥା ଆଇଜି(ତାଲିମ) ଅନୁପ କୁମାର ସାହୁ, ସମସ୍ତ ଟିମର ମ୍ୟାନେଜର ଏବଂ ଅଧିନାୟକ, ପୋଲିସ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

  • Related Posts

    ଆଇପିଏଲ: ଆଜି ଦିଲ୍ଲୀ-ଲକ୍ଷ୍ନୌ ମୁହାଁମୁହିଁ

    ଆଜି ଆଇପିଏଲ ୨୦୨୬ର ପଞ୍ଚମ ମ୍ୟାଚ ଖେଳାଯିବ । ରିଷଭ ପନ୍ତଙ୍କ ନେତୃତ୍ୱରେ ଲକ୍ଷ୍ନୌ ଦଳ ଘରୋଇ ଗ୍ରାଉଣ୍ଡ୍‌ରେ ଦିଲ୍ଲୀକୁ ଭେଟିବ । ଉଭୟ ଦଳ ବିଜୟ ସହ ଅଭିଯାନ ଆରମ୍ଭ କରିବାକୁ ଲକ୍ଷ୍ୟ ରଖିଥିବାରୁ ଆଜି ଏକ ସଂଘର୍ଷପୂର୍ଣ୍ଣ ମୁକାବିଲା…

    Continue reading
    ବାଂଲାଦେଶରେ ଆଇପିଏଲ୍‌ ପ୍ରସାରଣ ବନ୍ଦ

    ନୂଆଦିଲ୍ଲୀ: ବାଂଲାଦେଶରେ ଚଳିତ ଆଇପିଏଲ୍‌ର ଟିଭି ପ୍ରସାରଣ ହେବନାହିଁ। ବାଂଲାଦେଶରେ ଟିସ୍ପୋର୍ଟସ ଚ୍ୟାନେଲ ଆଇପିଏଲ୍‌ ମ୍ୟାଚ୍‌ର ପ୍ରସାରଣ କରିବାର ଥିଲା। ହେଲେ ବକେୟା ଅର୍ଥ ଦେଇ ନଥିବାରୁ ଟିସ୍ପୋର୍ଟସ ସହ ଆଇପିଏଲ୍‌ର ପ୍ରସାରଣ ଅଧିକାର ପାଇଥିବା ଜିଓଷ୍ଟାର୍ ଚୁକ୍ତି ବାତିଲ କରିଦେଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ