
ଭୁବନେଶ୍ୱର: ଦକ୍ଷିଣ ବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ୮ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଲଘୁଚାପର ବିଶେଷ ପ୍ରଭାବ ରହିବନି । ୮ରୁ ୧୦ ତାରିଖ ଉପକୂଳ ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ ବିଶେଷଜ୍ଞ ପୂର୍ବାନୁମାନ କରିଛନ୍ତି ।
ଲଘୁଚାପ ସୃଷ୍ଟି ହେବାର କ୍ୱଚିତ୍ ସମ୍ଭାବନା ରହିଛି। ପବନର ବେଗ କମ୍ ରହୁଥିବାରୁ ଏହା ଆଦୌ ପ୍ରଭାବଶାଳୀ ହେବନି । ୮ରୁ ୧୦ ତାରିଖ ଯାଏ ଉପକୂଳ ଓଡ଼ିଶାରେ ସ୍ୱଳ୍ପ ବର୍ଷା ହୋଇପାରେ । ପାଣିପାଗ ବିଭାଗର ପୂର୍ବାନୁମାନ କହୁଛି, ୮ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୁଳ, ଦେବଗଡ଼, ମୟୂରଭଞ୍ଜ, ଯାଜପୁର, ଭଦ୍ରକ, ବାଲେଶ୍ୱର, ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା ଓ କୋରାପୁଟ ଜିଲ୍ଲାରେ ବର୍ଷା ଓ ଘଡ଼ଘଡ଼ି ହୋଇପାରେ । ୩୦ରୁ ୪୦ କିମି ବେଗରେ ପବନ ବି ବହିବାର ସମ୍ଭାବନା ଅଛି । ୯ ଓ ୧୦ ତାରିଖରେ ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଓ ଘଡ଼ଘଡ଼ି ସମ୍ଭାବନା ଅଛି ।







