ଆସନ୍ତାକାଲି ୧୩ ଜିଲ୍ଲାରେ ଆୟୁଷ୍ମାନ୍ ଭାରତ ଶୁଭାରମ୍ଭ କରିବେ ମନ୍ତ୍ରୀ

ଭୁବନେଶ୍ଵର: ଏପ୍ରିଲ ୧୧ ତାରିଖରୁ ଓଡିଶାରେ ଲାଗୁ ହେବ ଆୟୁଷ୍ମାନ୍ ଭାରତ ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା। କଟକ ବାଲିଯାତ୍ରା ପଡିଆରେ ରାଜ୍ୟସ୍ତରୀୟ କାର୍ୟ୍ୟକ୍ରମ ଅନୁଷ୍ଠିତ ହେବ। କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରୀ ଜେ ପି ନଡ୍ଡା ଏହି ଯୋଜନାର ଶୁଭାରମ୍ଭ କରିବେ। କାର୍ୟ୍ୟକ୍ରମରେ ତାଙ୍କ ସହିତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ , ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସଂଦେଓ , ପ୍ରଭାତୀ ପରିଡା ଏବଂ ସ୍ଵାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ମଧ୍ୟ ଉପସ୍ଥିତ ରହିବେ। ଶୁଭାରମ୍ଭ ଦିନ ୧୪୦୫ ପ୍ରାଥମିକ ଚିକିତ୍ସାଳୟରେ ଏହି କାର୍ଡ ବଣ୍ଟନ କରାଯିବ। ଏହି ଉପଲକ୍ଷେ ରାଜ୍ୟର ବିଭିନ୍ନ ସ୍ଥାନରେ ଅନୁଷ୍ଠିତ ହେବାକୁ ଥିବା କାର୍ୟ୍ୟକ୍ରମରେ ବିଭିନ୍ନ ବିଭାଗର ମନ୍ତ୍ରୀ ଉପସ୍ଥିତ ରହିବେ। ୧୩ ଜିଲ୍ଲାରେ ମନ୍ତ୍ରୀ ମାନଙ୍କ ଦ୍ଵାରା ଏହି ଯୋଜନାର ଶୁଭାରମ୍ଭ ହେବ। କେନ୍ଦ୍ରାପଡାରେ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ନୟାଗଡରେ ସୁରେଶ ପୂଜାରୀ , ନବରଙ୍ଗପୁରରେ ରବି ନାରାୟଣ ନାଏକ , ଢେଙ୍କାନାଳରେ କୃଷ୍ଣଚନ୍ଦ୍ର ମହାପାତ୍ର ପ୍ରମୁଖ ଆୟୁଷ୍ମାନ୍ ଶୁଭାରମ୍ଭ କାର୍ୟ୍ୟକ୍ରମରେ ଉପସ୍ଥିତ ରହିବେ।

  • Related Posts

    ଛାତ୍ର ସଂସଦ ନିର୍ବାଚନ ଭବିଷ୍ୟତର ନେତୃତ୍ୱ ଗଢ଼ିବାର ଏକ ମଜଭୁତ ମୂଳଦୁଆ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଓଡ଼ିଶାରେ ଛାତ୍ର ସଂସଦ ନିର୍ବାଚନ ପରିଚାଳନାକୁ ନେଇ ବଢ଼ୁଥିବା କଳ୍ପନାଜଳ୍ପନା ମଧ୍ୟରେ, ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ ଭୁବନେଶ୍ୱରର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଥିଲେ । ରାଜ୍ୟ ସରକାର ଖୁବ୍‌ଶୀଘ୍ର ସାରା ଓଡ଼ିଶାର କଲେଜ…

    Continue reading
    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ