ଆଜିଠାରୁ ଓଡ଼ିଶାରେ ଆୟୁଷ୍ମାନ ଭାରତର ଲାଗୁ

ଭୁବନେଶ୍ବର : ଆଜିଠାରୁ ଓଡ଼ିଶାରେ ଆୟୁଷ୍ମାନ ଭାରତର ଲାଗୁ। ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନା, ଗୋପବନ୍ଧୁ ଜନଆରୋଗ୍ୟ ଯୋଜନା, ଆୟୁଷ୍ମାନ ବୟୋବନ୍ଦନା ଯୋଜନାର ସୁଫଳ ଆଜିଠାରୁ ମୋର ପ୍ରିୟ ଓଡ଼ିଆ ଭାଇଭଉଣୀମାନଙ୍କୁ ଉପଲବ୍ଧ ହେବା କାରଣରୁ ମୁଁ ବି ବିଶେଷ ଆନନ୍ଦିତ। ଭାରତର ସ୍ୱାସ୍ଥ୍ୟମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡାଙ୍କ କରକମଳରେ କଟକର ଐତିହାସିକ ବାଲିଯାତ୍ରା ପଡ଼ିଆରେ ଏହାର ଲୋକାର୍ପଣ ହେବ।

ରାଜ୍ୟରେ ୧.୦୩ କୋଟିରୁ ଊର୍ଦ୍ଧ୍ବ ପରିବାରର ୩.୪୬ କୋଟି ଲୋକଙ୍କ ପାଇଁ ଏହି ଯୋଜନା ସମର୍ପିତ। ପରିବାରର ପ୍ରତ୍ୟେକ ସଦସ୍ୟଙ୍କୁ ମିଳିବ ଯୋଜନାର କାର୍ଡ। ପରିବାର ପିଛା ବାର୍ଷିକ ୫ ଲକ୍ଷ ଟଙ୍କା ଓ ମହିଳାଙ୍କ ପାଇଁ ପରିବାର ପିଛା ବାର୍ଷିକ ଅତିରିକ୍ତ ୫ ଲକ୍ଷ ଟଙ୍କାର ଚିକିତ୍ସା ସହାୟତା ମିଳିବ।

ଆୟୁଷ୍ମାନ ବୟୋବନ୍ଦନା ଯୋଜନାରେ ୭୦ ବର୍ଷ କିମ୍ବା ୭୦ ବର୍ଷରୁ ଊର୍ଦ୍ଧ୍ବ ବରିଷ୍ଠ ନାଗରିକଙ୍କୁ ମିଳିବ ପରିବାର ପିଛା ବାର୍ଷିକ ୫ ଲକ୍ଷ ଟଙ୍କା ଏବଂ ବରିଷ୍ଠ ମହିଳାଙ୍କ ପାଇଁ ପରିବାର ପିଛା ବାର୍ଷିକ ଅତିରିକ୍ତ ୫ ଲକ୍ଷ ଟଙ୍କାର ସହାୟତା। ଦେଶର ସବୁ ରାଜ୍ୟର ୨୯ ହଜାରରୁ ଊର୍ଦ୍ଧ୍ବ ସରକାରୀ ଓ ପଞ୍ଜିକୃତ ଘରୋଇ ଚିକିତ୍ସାଳୟରେ ଏହି କାର୍ଡ ଦେଖାଇଲେ ମିଳିବ ମାଗଣା ସ୍ୱାସ୍ଥ୍ୟସେବା।

  • Related Posts

    ଛାତ୍ର ସଂସଦ ନିର୍ବାଚନ ଭବିଷ୍ୟତର ନେତୃତ୍ୱ ଗଢ଼ିବାର ଏକ ମଜଭୁତ ମୂଳଦୁଆ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଓଡ଼ିଶାରେ ଛାତ୍ର ସଂସଦ ନିର୍ବାଚନ ପରିଚାଳନାକୁ ନେଇ ବଢ଼ୁଥିବା କଳ୍ପନାଜଳ୍ପନା ମଧ୍ୟରେ, ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ ଭୁବନେଶ୍ୱରର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଥିଲେ । ରାଜ୍ୟ ସରକାର ଖୁବ୍‌ଶୀଘ୍ର ସାରା ଓଡ଼ିଶାର କଲେଜ…

    Continue reading
    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ