ତାତିରୁ ଆଶ୍ଵସ୍ତି ଆଣିଲା କାଳବୈଶାଖୀ

ଭୁବନେଶ୍ୱର: ଶୁକ୍ରବାରଠାରୁ କାଳବୈଶାଖୀର ପ୍ରଭାବ ବଢ଼ିପାରେ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ଘଡ଼ଘଡ଼ି ସହିତ ବର୍ଷା ଓ ପବନ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏ ସବୁ ସ୍ଥାନରେ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବ ବୋଲି ଆକଳନ କରାଯାଇଛି । ଶନିବାର ଅର୍ଥାତ ୧୨ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି, ରାୟଗଡ଼ା, ମୟୂରଭଞ୍ଜ ଓ କେନ୍ଦୁଝରରେ ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ ।

୩୦ରୁ ୪୦ କିମି ବେଗରେ ପବନ ବି ବହିବ । ୧୩ ରୁ ୧୬ ତାରିଖ ଯାଏ ବିଭିନ୍ନ ସ୍ଥାନରେ ସ୍ୱଳ୍ପ ବର୍ଷା ହୋଇପାରେ । ଗୁରୁବାର କାଳବୈଶାଖୀ ପ୍ରଭାବରେ କେନ୍ଦୁଝରରେ ୧୯.୩ମିମି ଓ ଦାରିଙ୍ଗିବାଡ଼ିରେ ୧୦ମିମି ବର୍ଷା ରେକର୍ଡ ହୋଇଛି।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ