ଦାଦାର କଟା ମୁଣ୍ଡ ଧରି ଥାନାରେ ପୁତୁରା

କେନ୍ଦୁଝର : କେନ୍ଦୁଝର ଜିଲ୍ଲା ସଦର ଥାନା ତଲକଇଁସାରି ଗାଁରେ ଅଭାବନୀୟ ଘଟଣା । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପୁତୁରାର ଟାଙ୍ଗିଆ ଚୋଟରେ ଗଲା କକାର ଜୀବନ । ହତ୍ୟା ପରେ କଟା ମୁଣ୍ଡକୁ ଧରି ଶୁଆକାଟି ଫାଣ୍ଡିରେ ପହଞ୍ଚିଲା ପୁତୁରା । ପୋଲିସ ଘଟଣାର ଛାନ୍‌ଭିନ୍ ଆରମ୍ଭ କରିଛି ।
ଖବର ଅନୁଯାୟୀ, ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ସଦର ଥାନା କଇଁସାରି ଗାଁର ଦାଦା ହରି ଦେହୁରୀ ଏବଂ ପୁତୁରା କବି ଦେହୁରୀଙ୍କ ମଧ୍ୟରେ ବିବାଦ ଲାଗିରହିଥିଲା । ଶେଷରେ ବିବାଦ ଉଗ୍ରରୂପ ନେଇଛି। ଏକ ଟାଙ୍ଗିଆ ଚୋଟରେ ଦାଦାଙ୍କ ଗଣ୍ଡିରୁ ମୁଣ୍ଡକୁ ଅଲଗା କରିଦେଇଛି ପୁତୁରା । ଏହି ହତ୍ୟାକାଣ୍ଡ ପରେ ପୁତୁରା ଦାଦାଙ୍କ କଟାମୁଣ୍ଡ ଧରି ଶୁଆକାଟି ଫାଣ୍ଡିରେ ପହଞ୍ଚିଛି । ଏହାପରେ ପୋଲିସ ଘଟଣାର ଛାନ୍‌ଭିନ୍‌ ଆରମ୍ଭ କରିଛି । ଅନ୍ୟପଟେ ହତ୍ୟାକାଣ୍ଡ ସଂପର୍କରେ ଖବର ପାଇ ସଦର ଥାନା ପୋଲି ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ପଚରାଉଚରା ଜାରି ରଖିଛି । ଏହାସହିତ ଅଭିଯୁକ୍ତକୁ ଗିରଫ କରି ମଧ୍ୟ ପଚରାଉଚରା କରୁଛି ।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ବାପର କାଠ ଫାଳିଆ ମାଡ଼ରେ ପୁଅର ମୃତ୍ୟୁ

    ଭବାନୀପାଟଣା: କଳାହାଣ୍ଡି ଜିଲା କଲମପୁର ଥାନା ନୂଆଗୁଡ଼ାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବାପର କାଠ ଫାଳିଆ ମାଡରେ ଭେଣ୍ଡିଆ ପୁଅର ମୃତ୍ୟୁ ହେବା ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି । ନୁଆଗୁଡା ଗାଁ ର ମାନସିଂହ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ