ଘର ଭିତରୁ କିନ୍ନରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଗଞ୍ଜାମ: ଗଞ୍ଜାମ ଦିଗପହଣ୍ଡି ଥାନା ଅନ୍ତର୍ଗତ ଫାଶିଗୁଡ଼ା ଗାଁରେ ଅଭାବନୀୟ ଘଟଣା। ଏକ ଘର ଭିତରୁ ମିଳିଲା କିନ୍ନରଙ୍କ ଝୁଲନ୍ତା ମୃତଦେହ। ମୃତକ ଜଣକ କୋଟିନଡ଼ା ଗ୍ରାମର ଅଜିତ ବିଷୋୟୀ ଓରଫ ଅଞ୍ଜଳି ବୋଲି ସୂଚନା ମିଳିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରିଥିବା ଜଣାପଡିଛି। ପୋଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।

ସୂଚନା ଥାଉକି, ଶୁକ୍ରବାର ଫାଶୀଗୁଡା ଗାଁରେ ଚାଲିଥିବା ଦଣ୍ଡନାଚରେ କିନ୍ନର ଜଣକ ଅଭିନୟ କରିଥିଲେ । ରାତିରେ ଫାଶୀଗୁଡା ଗାଁରେ ଏକ ଘରେ ବିଶ୍ରାମ ନେଇଥିଲେ କିନ୍ନର । ସକାଳୁ କବାଟ ନଖୋଲିବାରୁ ସନ୍ଦେହ ସୃଷ୍ଟି ହୋଇଥିଲା । ପରେ କିନ୍ନର ଜଣ ବେକରେ ଓଢ଼ଣୀ ଲଗାଇ ଆତ୍ମହତ୍ୟା କରିଥିବା ଦେଖିବାକୁ ପାଇଥିଲେ ଦଣ୍ଡନାଚ କମିଟି ସଦସ୍ୟ ଏବଂ ଗ୍ରାମବାସୀ। ଏନେଇ ଦିଗପହଣ୍ଡି ପୋଲିସକୁ ଖବର ଦିଆଯାଇଥିଲା। ଘଟଣାସ୍ଥଳରେ ପୋଲସ ପହଞ୍ଚି ମୃତଦେହ ଜବତ କରିଥିବା ଜଣାପଡିଛି। ତେବେ କିନ୍ନରଙ୍କ ସହଯୋଗୀ ଏବଂ ବନ୍ଧୁମାନେ ତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ କରିଛନ୍ତି।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ବାପର କାଠ ଫାଳିଆ ମାଡ଼ରେ ପୁଅର ମୃତ୍ୟୁ

    ଭବାନୀପାଟଣା: କଳାହାଣ୍ଡି ଜିଲା କଲମପୁର ଥାନା ନୂଆଗୁଡ଼ାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବାପର କାଠ ଫାଳିଆ ମାଡରେ ଭେଣ୍ଡିଆ ପୁଅର ମୃତ୍ୟୁ ହେବା ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି । ନୁଆଗୁଡା ଗାଁ ର ମାନସିଂହ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ