୩ ଯବାନ ଚାକିରିରୁ ହେଲେ ବିଦା

ବୌଦ୍ଧ : ଚାକିରିରୁ ବହିଷ୍କୃତ ହେଲେ ୩ IRB ଯବାନ । ମନମୁଣ୍ଡା IRB ବାରାକରୁ ୧୫ କେଜି ଗଞ୍ଜେଇ ଜବତ ଘଟଣାରେ କାର୍ଯ୍ୟାନୁଷ୍ଠାନ । ୩ ଜଣ ପଞ୍ଚମ IRB ବାଟାଲିୟନର ଯବାନ ଗିରଫ ପରେ ବହିସ୍କୃତ ହୋଇଛନ୍ତି । ଯବାନ ମାନେ ହେଲେ ହାବିଲଦାର କୁନାର ସିଂହ, କନେଷ୍ଟବଳ ତ୍ରିଲୋଚନ ରଣା ଓ କନେଷ୍ଟବଳ ନିଲମ୍ ବାର୍ଲା । ଗତ ୨୫ ମାର୍ଚ୍ଚରେ ୩ ଯବାନ ଗିରଫ ହୋଇଥିଲେ ।ସୂଚନାଯୋଗ୍ୟ ଯେ, ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ଅଞ୍ଚଳରେ ନକ୍ସଲଙ୍କ ଗତିବିଧିକୁ ନେଇ ନଜର ରଖିବା ଏବଂ ଗଞ୍ଜେଇ ଚାଲାଣ ଉପରେ ନଜର ରଖିବା ପାଇଁ ପଞ୍ଚମ IRB ବାଟାଲିୟନର ଏକ ପ୍ଲାଟୁନକୁ ମନମୁଣ୍ଡା ଥାନା ପରିସରରେ ଥିବା ବାରାକରେ ନିୟୋଜିତ କରାଯାଇଥିଲା । ତେବେ ଗତ ୨୫ ତାରିଖରେ ବାରାକରେ ବାଟାଲିୟନର ୩ ଜଣ ଯବାନ ଗଞ୍ଜେଇ ରଖିଥିବା ନେଇ ପୋଲିସ ସୂଚନା ପାଇବା ପରେ ସେଠାରେ ଚଢାଉ କରିଥିଲା । ୩ ଜଣ ଯବାନଙ୍କ ନିକଟରୁ ୧୫ କେଜି ୯୩୦ ଗ୍ରାମ ଗଞ୍ଜେଇ ଜବତ କରାଯିବା ସହିତ ୩ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା ପୋଲିସ । ଗିରଫ ଅଭିଯୁକ୍ତ ମାନେ ହେଲେ ହାବିଲଦାର କୁନାର ସିଂହ ତାଙ୍କ ନିକଟରୁ ୫ କେଜି, କନେଷ୍ଟବଳ ତ୍ରିଲୋଚନ ରଣାଙ୍କ ନିକଟରୁ ୭ କେଜି ଓ କନେଷ୍ଟବଳ ନିଲମ୍ ବାର୍ଲାଙ୍କ ନିକଟରୁ ୩ କେଜି ଗଞ୍ଜେଇ ଜବତ ହୋଇଥିଲା । ପରବର୍ତ୍ତୀ ସମୟରେ ଏମାନଙ୍କୁ ଚାକିରିରୁ ନିଲମ୍ବିତ କରାଯାଇଥିବା ବେଳେ ଶନିବାର ୩ ଜଣ ଯବାନଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଛି । ବୌଦ୍ଧ ଜିଲ୍ଲାରେ ଗଞ୍ଜେଇ ମାମଲାରେ ସଂପୃକ୍ତ ହୋଇ ବହୁ କର୍ମଚାରୀ ଜେଲ୍ ଯାଉଥିବା ବେଳେ ପୋଲିସ କର୍ମଚାରୀ ମାନଙ୍କ ଗଞ୍ଜେଇ ନିଶା ଛାଡୁନାହିଁ । ଯାହାଦ୍ୱାରା କିଛି ପୋଲିସ କର୍ମଚାରୀଙ୍କ ପାଇଁ ସମଗ୍ର ବିଭାଗ ବଦନାମ୍ ହେଉଥିବା ବେଳେ ଅଭିଯୁକ୍ତଙ୍କ ପ୍ରତି ଏଭଳି ଭାବେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ଜରୁରୀ ହୋଇପଡିଛି ।

  • Garvita Odia

    Related Posts

    ୯ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି

    ଭୁବନେଶ୍ୱର : କାଳବୈଶାଖୀ ପ୍ରଭାବରେ ପୂରା ରାଜ୍ୟରେ ପାଗ ବଦଳିବା ଯୋଗୁ ତାତି ତଳମୁହାଁ ହୋଇଛି । କିଛିଟା ଆଶ୍ୱସ୍ତି ମିଳିଛି। ସୋମବାର ୯ଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଭଦ୍ରକ, ଗଜପତି, ସୁନ୍ଦରଗଡ଼,…

    ଭିସୁଟ୍‌ରେ ୧୦୦ ଛାତ୍ରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

    ଭୁବନେଶ୍ୱର: ଭିସୁଟ୍‌ରେ ୧୦୦ ଜଣ ଛାତ୍ରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେଲେ କର୍ତ୍ତୃପକ୍ଷ । ଏପ୍ରିଲ ୧୦ ତାରିଖରେ ଜଣେ ଛାତ୍ରୀ ଫିସରି ଅଞ୍ଚଳରେ ବୁଡି ମୃତ୍ୟୁ ବରଣ କରିବା ପରେ ଏଭଳି କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ୧୦୦ ଜଣ ଛାତ୍ରଙ୍କ ଉପରେ…

    Leave a Reply

    Your email address will not be published. Required fields are marked *

    You Missed

    ଗଞ୍ଜାମ ପାଇଁ ଏକ ଲକ୍ଷ କୋଟି ଟଙ୍କାର ପୁଞ୍ଜି ନିବେଶ: ମୁଖ୍ୟମନ୍ତ୍ରୀ

    ଗଞ୍ଜାମ ପାଇଁ ଏକ ଲକ୍ଷ କୋଟି ଟଙ୍କାର ପୁଞ୍ଜି ନିବେଶ: ମୁଖ୍ୟମନ୍ତ୍ରୀ

    ମହିଳାଙ୍କ ସୁରକ୍ଷା ପାଇଁ ଲଢ଼େଇ ଜାରି ରଖିବ କଂଗ୍ରେସ

    ମହିଳାଙ୍କ ସୁରକ୍ଷା ପାଇଁ ଲଢ଼େଇ ଜାରି ରଖିବ କଂଗ୍ରେସ

    ୯ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି

    ୯ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି

    ଭିସୁଟ୍‌ରେ ୧୦୦ ଛାତ୍ରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

    ଭିସୁଟ୍‌ରେ ୧୦୦  ଛାତ୍ରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

    ବସ୍‌ ଓଲଟି ଜଣଙ୍କର ମୃତ୍ୟୁ, ୫ ଜଣ ଗୁରୁତର

    ବସ୍‌ ଓଲଟି ଜଣଙ୍କର ମୃତ୍ୟୁ, ୫ ଜଣ ଗୁରୁତର

    ମେ ୨ରୁ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା

    ମେ ୨ରୁ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା