ଆଜି ଭୁବନେଶ୍ଵର ପାଳୁଛି ୭୭ତମ ପ୍ରତିଷ୍ଠା ଦିବସ

ଭୁବନେଶ୍ଵର: ଆଜି ରାଜଧାନୀ ଭୁବନେଶ୍ଵର ପାଳୁଛି ୭୭ତମ ପ୍ରତିଷ୍ଠା ଦିବସ। ଏଥିଲାଗି ଲୋକସେବା ଭବନ ଓ ବିଧାନ ସୌଧ ମାର୍ଗରେ ସ୍ଵତନ୍ତ୍ର କାର୍ୟ୍ୟକ୍ରମ ଆୟୋଜିତ ହୋଇଛି। ଆଜି ସକାଳୁ ଓଡିଶା ବିଧାନ ସୌଧ ସମ୍ମୁଖରେ ଥିବା ଶିଳାନ୍ୟାସ ଫଳକରେ ବାଚସ୍ପତି ସୁରମା ପାଢୀ ଏବଂ ଅନ୍ୟାନ୍ୟ ଅତିଥି ମାନେ ମାଲ୍ୟାର୍ପଣ କରିଛନ୍ତି । ସେଠାରେ ପତାକା ଉତ୍ତୋଳନ ମଧ୍ୟ କରାଯାଇଛି। ପ୍ରତିଷ୍ଠା ଦିବସ ଅବସରରେ ଜୟଦେବ ଭବନରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଏବଂ ଭୁବନେଶ୍ଵର ମହାନଗର ନିଗମ ଦ୍ଵାରା ଆୟୋଜିତ ଫଟୋ ଚିତ୍ର ପ୍ରଦର୍ଶନୀର ଉଦଘାଟନ ହେବା ସହ ରବିନ୍ଦ୍ର ମଣ୍ଡପ ଠାରୁ ଜୟଦେବ ଭବନ ଛକ ପର୍ୟ୍ୟନ୍ତ ବେସାମରିକ ପରେଡ୍ ପ୍ରଦର୍ଶିତ ହୋଇଛି। ଏଥିରେ ପୁଲିସ୍ କର୍ମଚାରୀଙ୍କ ସହ କଲେଜ ଓ ସ୍କୁଲ ଛାତ୍ରଛାତ୍ରୀମାନେ ସାମିଲ ହୋଇଛନ୍ତି। ସେହିପରି ସନ୍ଧ୍ୟାରେ ଉତ୍କଳ ମଣ୍ଡପରେ ଆୟୋଜିତ ହେବାକୁ ଥିବା ସ୍ଵତନ୍ତ୍ର ଅଧିବେଶନରେ ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟି ମୁଖ୍ୟ ଅତିଥି ଭାବରେ ଯୋଗଦେବାର କାର୍ୟ୍ୟକ୍ରମ ରହିଛି।

  • Related Posts

    ‘କ୍ରାଇମବ୍ରାଞ୍ଚ ଚାପମୁକ୍ତ ହୋଇ କରୁଛି ତଦନ୍ତ’

    ବାଲିଅନ୍ତା : ବାଲିଅନ୍ତା ଭିଡ଼ହିଂସାରେ ସୌମ୍ୟରଞ୍ଜନ ହତ୍ୟା ମାମଲାରେ ଡିଜିପିଙ୍କ ବଡ଼ ବୟାନ । ପୁଲିସ ଡିଜି ବିନୟତୋଷ ମିଶ୍ର ବଡ଼ ସୂଚନା ଦେଇଛନ୍ତି । କହିଛନ୍ତି, କ୍ରାଇମବ୍ରାଞ୍ଚ ସମ୍ପୂର୍ଣ୍ଣ ପ୍ରୋଫେସନାଲ୍ ଭାବେ କାର୍ଯ୍ୟ କରୁଛି । କୌଣସି ବାହ୍ୟ ଚାପ…

    Continue reading
    ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ଉପରେ ରହିବ ନଜର-ପୋଲିସ ଡିଜି

    ଛାତ୍ର ସଂସଦ ନିର୍ବାଚନକୁ ନେଇ ଏବେଠୁ କଡ଼ା ହୋଇଛି ପୋଲିସ ପ୍ରଶାସନ। କଲେଜ ନିର୍ବାଚନ ସମୟରେ କ୍ୟାମ୍ପସ୍‌ରେ ଯେପରି କୌଣସି ପ୍ରକାର ଅଶାନ୍ତି କିମ୍ବା ଗଣ୍ଡଗୋଳ ସୃଷ୍ଟି ନହୁଏ, ସେଥିପାଇଁ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ବିଶେଷକରି ଅଣଛାତ୍ରଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ