ଦ୍ଵିତୀୟ ଶ୍ରେଣୀ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଉଦଳା: ଦ୍ଵିତୀୟ ଶ୍ରେଣୀ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମାତ୍ର ୩ ଫୁଟ ଉଚ୍ଚରେ ଥିବା ବାଉଁଶରୁ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଛି । ମୟୁରଭଞ୍ଜ ଜିଲ୍ଲା ଉଦଳା ଥାନା ଅଞ୍ଚଳରେ ଥିବା ଏକ ଆଶ୍ରମ ବିଦ୍ୟାଳୟରେ ଏଭଳି ଅଭାବନୀୟ ଘଟଣା ଘଟିଛି । ସୂଚନାଯୋଗ୍ୟ ଯେ, ରବିବାର ମଧ୍ୟାହ୍ନରେ ହଷ୍ଟେଲ ଛାତ୍ରୀମାନେ ଖାଇବା ପାଇଁ ଯିବା ସମୟରେ ମୃତ ଦ୍ବିତୀୟ ଶ୍ରେଣୀ ଛାତ୍ରୀଙ୍କ ସାଙ୍ଗ ବାହାରକୁ ପରିସ୍ରା କରିବା ପାଇଁ ଆସିଥିଲେ । ଏହି ସମୟରେ ତାଙ୍କୁ ବିଦ୍ୟାଳୟ ପଛରେ ୩ ଫୁଟ ଉଚ୍ଚରେ ଥିବା ବାଉଁଶରେ ଝୁଲନ୍ତା ଅବସ୍ଥାରେ ଦେଖିଥିଲେ । ସେମାନେ ଏ ବିଷୟରେ ହଷ୍ଟେଲ ମାଟ୍ରୋନ ଏବଂ ଅନ୍ୟ ମାନଙ୍କୁ ଜଣାଇଥିଲେ । ତାଙ୍କୁ ତୁରନ୍ତ ଉଦ୍ଧାର କରି ଉଦଳା ମେଡିକାଲକୁ ଚିକିତ୍ସା ନିମନ୍ତେ ଆଣିଥିବା ବେଳେ ତାଙ୍କର ମୃତ୍ୟୁ ହୋଇଥିବା ଡାକ୍ତର କହିଥିଲେ । ଖବର ପାଇ ଉଦଳା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ ମାତ୍ର ୩ ଫୁଟ ଉଚ୍ଚରେ ଛାତ୍ରୀଙ୍କ ମୃତଦେହ ଝୁଲିବା ପୁରା ଘଟଣାକୁ ଅଧିକ ସନ୍ଦେହ ଘେରକୁ ନେଇଛି । ଏହା ଆତ୍ମହତ୍ୟା ବୋଲି କହିବା କଷ୍ଟକର ହୋଇଥିବା ବେଳେ ପୋଲିସ ତଦନ୍ତ ଜାରି ରଖିଛି । ଏହା ସହିତ ଘଟଣାକୁ ନେଇ ଅନେକ ପ୍ରଶ୍ନ ସୃଷ୍ଟି ହୋଇଛି ।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ବାପର କାଠ ଫାଳିଆ ମାଡ଼ରେ ପୁଅର ମୃତ୍ୟୁ

    ଭବାନୀପାଟଣା: କଳାହାଣ୍ଡି ଜିଲା କଲମପୁର ଥାନା ନୂଆଗୁଡ଼ାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବାପର କାଠ ଫାଳିଆ ମାଡରେ ଭେଣ୍ଡିଆ ପୁଅର ମୃତ୍ୟୁ ହେବା ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି । ନୁଆଗୁଡା ଗାଁ ର ମାନସିଂହ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ