ମାଟି ଅତଡ଼ା ଖସି ୪ ମୃତ

ନୂଆଦିଲ୍ଲୀ:ଉତ୍ତରପ୍ରଦେଶରେ ଆଜି ବେଶ୍‌ ଧୁମଧାମରେ ପାଳିତ ହେଉଛି ଦେବଠାନ ପର୍ବ। ମାତ୍ର ଏହା ପୂର୍ବରୁ କାସଗଞ୍ଜରେ ଘଟିଛି ଅଘଟଣ । ମାଟି ଅତଡ଼ା ଖସି ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଗୁରୁତର ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୩ ମହିଳା ଓ ଜଣେ ଯୁବତୀ ଅଛନ୍ତି।  ଏବେ ବି ବହୁ ମହିଳା ଓ ଶିଶୁ ମାଟି ତଳେ ଫସି ରହିଥିବା ଅନୁମାନ କରାଯାଉଛି।

ଘର ଓ ଚୁଲି ଲିପିବା ନିମନ୍ତେ କାତୌର, ରାମପୁର ଅଞ୍ଚଳର ପ୍ରାୟ ୩୦ରୁ ଊର୍ଦ୍ଧ୍ୱ ମହିଳା ଓ ଶିଶୁ ମାଟି ଆଣିବାକୁ ମୋହନପୁରା ଗାଁକୁ ଯାଇଥିଲେ। ମାତ୍ର ମାଟି ଖୋଳୁ ଖୋଳୁ ହଠାତ୍‌ ମାଟି ଅତଡ଼ା ମହିଳାମାନଙ୍କ ଉପରେ ପଡ଼ି ଯାଇଥିଲା। ଫଳରେ ସେମାନେ ତା’ ତଳେ ଚାପି ହୋଇ ରହିଥିବା ବେଳେ ଉଦ୍ଧାର ପାଇଁ ଚିତ୍କାର କରିଥିଲେ।

ସେମାନଙ୍କ ଚିତ୍କାର ଶୁଣି ସ୍ଥାନୀୟ ଲୋକେ ପହଞ୍ଚିବା ସହ ପୁଲିସ୍‌ ଓ ଅଗ୍ନିଶମ ବିଭାଗକୁ ସୂଚନା ଦେଇଥିଲେ। ତୁରନ୍ତ ପୁଲିସ୍‌ ଓ ଅଗ୍ନିଶମ କର୍ମଚାରୀ ପହଞ୍ଚିଥିବା ବେଳେ ଜେସିବି ଦ୍ୱାରା ମାଟି ଖୋଳି ଲୋକଙ୍କୁ ଉଦ୍ଧାର କରାଯିବା ନିମନ୍ତେ ଚେଷ୍ଟା ଚାଲିଛି।

  • Related Posts

    ଆସନ୍ତା ଆର୍ଥିକ ବର୍ଷରୁ ପ୍ଲାଷ୍ଟିକ୍‌ ନୋଟ୍‌

    ମୁମ୍ବାଇ: ଆସନ୍ତା ଆର୍ଥିକ ବର୍ଷ ୧ା ୨୦୨୭-୨୮ଠାରୁ ଦେଶରେ ପ୍ଲାଷ୍ଟିକ୍ ନୋଟ୍‌ ପ୍ରଚଳନ ଆରମ୍ଭ କରିବାକୁ ଭାରତୀୟ ରିଜର୍ଭ ବ୍ୟାଙ୍କ ଲକ୍ଷ୍ୟ ରଖିଛି। ଏ ସମ୍ପର୍କରେ ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ସଞ୍ଜୟ ମାଲହୋତ୍ରା କହିଛନ୍ତି ଯେ ଯୋଜନା ଅନୁସାରେ ପରୀକ୍ଷଣ ସଫଳ…

    Continue reading
    ରେପୋରେଟ୍ ସ୍ଥିର ରଖିଲା RBI

    ନୂଆଦିଲ୍ଲୀ: ଭାରତୀୟ ରିଜର୍ଭ ବ୍ୟାଙ୍କ ମୁଦ୍ରାସ୍ପୀତି ବୈଠକରେ ବଡ଼ ନିଷ୍ପତ୍ତି ନେଇଛି । ରେପୋରେଟ୍ ହାରକୁ ୫.୨୫% ରେ ସ୍ଥିର ରଖିବାକୁ ନିଷ୍ପତ୍ତି ନେଇଛି ଆରବିଆଇ । ଯାହାର ଅର୍ଥ ହେଉଛି ଆପଣଙ୍କର EMI ବର୍ତ୍ତମାନ ପାଇଁ ହ୍ରାସ ପାଇବ ନାହିଁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ