ଇସ୍କନ ମନ୍ଦିର ପୂଜକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କଟକ : କଟକ ବିଡ଼ାନାସୀ ଇସ୍କନ୍ ମନ୍ଦିରରୁ ପୂଜକଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର । ପରିବାର ଲୋକେ ଆଣିଲେ ହତ୍ୟା ଅଭିଯୋଗ । ଇସ୍କନ୍ କତୃପକ୍ଷ କହିଲେ ଏହା ଆତ୍ମହତ୍ୟା ହୋଇଥାଇ ପାରେ । ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ଘଟଣାସ୍ଥଳରେ ବିଡ଼ାନାସୀ ଥାନା ପୋଲିସ ଛାନଭିନ୍ ଆରମ୍ଭ କରିଛି । ସୂଚନା ମୁତାବକ, କେନ୍ଦ୍ରାପଡ଼ା ରାଜନଗର ଅଞ୍ଚଳର ସଂଗ୍ରାମ ସାମଲ ଦୀର୍ଘ ୬ ବର୍ଷ ହେବ ସନ୍ନ୍ୟାସ ଗ୍ରହଣ କରି କଟକ ବିଡ଼ାନାସୀ ଇସ୍କନ୍ ମନ୍ଦିରରେ ପୂଜକ ଭାବେ ସେବା କରୁଥିଲେ । ଆଉ ସେଠାରେ ସଂଗ୍ରାମଙ୍କ ନାମ ବଦଳିଯାଇ ସ୍ୱରୂପ ଦାମୋଦର ପ୍ରଭୂ ବୋଲି ଲୋକ ଡ଼ାକୁଥିଲେ । ତେବେ ସ୍ୱରୂପ ଗତକାଲି ନିଜର ନିତ୍ୟକର୍ମ ସାରି ଇସ୍କନ୍ ମନ୍ଦିର ଉପରେ ଥିବା ତାଙ୍କ ବାସ ସ୍ଥାନକୁ ଆସିଥିଲେ । ଆସିବା ବେଳେ ତାଙ୍କ ରୁମ୍ ବାହାରେ ଲାଗିଥିବା ସିସିଟିଭିରେ କଏଦ୍ ହୋଇଥିଲା ସେ ରଶି ନେଇ ଭିତରକୁ ଯିବାର ଦୃଶ୍ୟ । ଏହାପରେ ଦୀର୍ଘ ସମୟ ବିତି ଯାଇଥିଲେ ମଧ୍ୟ ସ୍ୱରୂପ ଦାମୋଦର ପ୍ରଭୂ ବାହାରକୁ ଆସି ନ ଥିଲେ । ସନ୍ଦେହ ବଢ଼ିବା ପରେ ଇସ୍କନ୍ କତୃପକ୍ଷ ପୋଲିସକୁ ଏ ଘଟଣା ବିଷରେ ଅବଗତ କରାଇଥିଲେ । ତେବେ ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ପରିବାର ଲୋକଙ୍କ ଉପସ୍ଥିତିରେ ମୃତଦେହକୁ ଉଦ୍ଧାର କରି ତଦନ୍ତ ଜାରି ରଖିଛି ।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ବାପର କାଠ ଫାଳିଆ ମାଡ଼ରେ ପୁଅର ମୃତ୍ୟୁ

    ଭବାନୀପାଟଣା: କଳାହାଣ୍ଡି ଜିଲା କଲମପୁର ଥାନା ନୂଆଗୁଡ଼ାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବାପର କାଠ ଫାଳିଆ ମାଡରେ ଭେଣ୍ଡିଆ ପୁଅର ମୃତ୍ୟୁ ହେବା ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି । ନୁଆଗୁଡା ଗାଁ ର ମାନସିଂହ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ