ଉଚ୍ଚଶିକ୍ଷା ମନ୍ତ୍ରୀ -ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟର କୁଳପତିଙ୍କ ସାକ୍ଷାତ

ଭୁବନେଶ୍ୱର :ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଉମା କାଞ୍ଜିଲାଲ୍ ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସହ ସୌଜନ୍ୟମୂଳକ ସାକ୍ଷତ କରିଥିଲେ। ଏହି ଅବସରରେ ପ୍ରଫେସର ଉମା କାଞ୍ଜିଲାଲ୍ ରାଜ୍ୟରେ ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରଦାନ କରାଯାଉଥିବା ବିଭିନ୍ନ ପାଠ୍ୟକ୍ରମକୁ ଓଡ଼ିଆ ଭାଷାରେ ପ୍ରଚଳନ କରିବା ପ୍ରସ୍ତାବ ଉପରେ ଆଲୋଚନା କରିଥିଲେ।

ନିକଟ ଅତୀତରେ ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ ପକ୍ଷରୁ MBA ପାଠ୍ୟକ୍ରମକୁ ବିଦ୍ୟାର୍ଥୀମାନଙ୍କ ପାଇଁ ଓଡ଼ିଆ ଭାଷାରେ ପ୍ରଚଳିତ କରାଯାଇଛି। ଆଗକୁ ମଧ୍ୟ ବିଭିନ୍ନ ପାଠ୍ୟକ୍ରମ ଯଥା- Diploma in Early Childhood Care and Education (DECE), Bachelor of Arts (BA), Bachelor of Commerce (BCom) ଆଦିକୁ ଓଡ଼ିଆ ଭାଷାରେ ବିଦ୍ୟାର୍ଥୀମାନଙ୍କ ପାଇଁ ଉପଲବ୍ଧ କରିବାର ପ୍ରସ୍ତାବ ଉପରେ କୁଳପତି ପ୍ରଫେସର ଉମା କାଞ୍ଜିଲାଲ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ।

ଉଚ୍ଚଶିକ୍ଷା କ୍ଷେତ୍ରରେ ଓଡ଼ିଆ ମାଧ୍ୟମରେ ପାଠ୍ୟକ୍ରମର ପ୍ରଚଳନ ହେବା ଦ୍ୱାରା ଛାତ୍ରଛାତ୍ରୀମାନେ ପାଠ୍ୟକ୍ରମକୁ ସହଜ ଏବଂ ସରଳ ଭାବରେ ବୁଝିପାରିବେ ଏବଂ ଏହା ଛାତ୍ରଛାତ୍ରୀମାନଙ୍କର ସୃଜନଶୀଳତା ବିକାଶରେ ସହାୟକ ହେବ। ଏଥିସହିତ ଜାତୀୟ ଶିକ୍ଷା ନୀତି-୨୦୨୦ର ପ୍ରଣୟନ ଏବଂ ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ ତରଫରୁ ପ୍ରଦାନ କରାଯାଉଥିବା ବିଭିନ୍ନ ଦକ୍ଷତା ବିକାଶ ସଂପର୍କିତ ପାଠ୍ୟକ୍ରମ ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା ।

ଏହି ଅବସରରେ ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶକ ଶ୍ରୀ କାଳୀ ପ୍ରସନ୍ନ ମହାପାତ୍ର, ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟର ପ୍ରଫେସର ନୟନତାରା ପାଢ଼ୀ, ପ୍ରଫେସର ସୁହାସ ଶେତ୍‌ଗୋଭେକର, ପ୍ରଫେସର ଶାଚୀ ଶାହା ପ୍ରମୁଖ ଉପସ୍ଥିତ ଥିଲେ।

  • Related Posts

    ଛାତ୍ର ସଂସଦ ନିର୍ବାଚନ ଭବିଷ୍ୟତର ନେତୃତ୍ୱ ଗଢ଼ିବାର ଏକ ମଜଭୁତ ମୂଳଦୁଆ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଓଡ଼ିଶାରେ ଛାତ୍ର ସଂସଦ ନିର୍ବାଚନ ପରିଚାଳନାକୁ ନେଇ ବଢ଼ୁଥିବା କଳ୍ପନାଜଳ୍ପନା ମଧ୍ୟରେ, ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ ଭୁବନେଶ୍ୱରର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଥିଲେ । ରାଜ୍ୟ ସରକାର ଖୁବ୍‌ଶୀଘ୍ର ସାରା ଓଡ଼ିଶାର କଲେଜ…

    Continue reading
    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ