ଆସନ୍ତା ୪ ଦିନ ଯାଏଁ ରାଜ୍ୟରେ ଅତିପ୍ରବଳ ବର୍ଷା

ଭୁବନେଶ୍ବର : ଆସନ୍ତା ୪ ଦିନ ଯାଏଁ ରାଜ୍ୟରେ ହେବ ପ୍ରବଳରୁ ଅତିପ୍ରବଳ ବର୍ଷା । ଉପକୂଳ ଓଡ଼ିଶା ସମେତ ଉତ୍ତର ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ଅତି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଉତ୍ତର ବଂଲାଦେଶ ଏବଂ ଏହାର ଆଖପାଖରେ ଏକ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଥିବା ବେଳେ ଝାଡଖଣ୍ଡ ଏବଂ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାସହ ଉତ୍ତର ବଙ୍ଗୋପସାଗର ଏବଂ ଆଖପାଖରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି  । ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଲାଗି ରହିଛି । ଆଜି ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ କେନ୍ଦୁଝର ଏବଂ ମୟୂରଭଞ୍ଜକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଏହି ଦୁଇ ଜିଲ୍ଲାରେ ୭୦ରୁ ୨ଶହ ମିଲିମିଟର ପର୍ୟ୍ୟନ୍ତ ବର୍ଷା ସମ୍ଭାବନା ରହିଛି । ସେହିଭଳି ପ୍ରବଳ ବର୍ଷା ନେଇ ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ଗଞ୍ଜାମ, ଗଜପତି, ସୁନ୍ଦରଗଡ ଏବଂ ଝାରସୁଗୁଡାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ପ୍ରବଳ ବର୍ଷା ନେଇ ବାଲେଶ୍ବର, ଭଦ୍ରକ, ମୟୁରଭଞ୍ଜ, କେନ୍ଦୁଝର, ଖୋର୍ଦ୍ଧା, ନୟାଗଡ, ପୁରୀ, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ବରଗଡ, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି, ରାୟଗଡା, ଗଜପତି, ଗଞ୍ଜାମ ଏବଂ ଦେବଗଡ ସତର୍କତା ଜାରି ହୋଇଛି ।  ମହାନଦୀର ଉପରମୁଣ୍ଡରେ ପ୍ରବଳ ବର୍ଷା ନେଇ ଆକଳନ କରାଯାଇଛି । ଫଳରେ ମହାନଦୀ ଆହୁରି ଫୁଲିବା ସମ୍ଭାବନା ରହିଛି ।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ