ମନ୍ତ୍ରୀଙ୍କ ମାତୃ ବିୟୋଗ

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ମା’ ଧର୍ମପ୍ରାଣା ମାଳତୀ ମଲ୍ଲିକଙ୍କର ୮୪ ବର୍ଷ ବୟସରେ ପରଲୋକ ହୋଇଛି । ଭୁବନେଶ୍ୱର ଶାନ୍ତିନଗର ଅନନ୍ତ ନିବାସ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି । ମୃତ୍ୟୁଶଯ୍ୟା ନିକଟରେ ତାଙ୍କର ଚାରି ପୁତ୍ର, ପୁତ୍ରବଧୂ, ନାତି ନାତୁଣୀ, ଝିଅ, ଜ୍ୱାଇଁ ଉପସ୍ଥିତ ଥିଲେ ।

ମାଳତୀ ଦେବୀ ଜଣେ ସରଳ, ଅମାୟିକ ଓ ଧର୍ମପରାୟଣା ମହିଳା ଥିଲେ । ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ସଡ଼କ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ବିଜେପି ସଭାପତି ମନମୋହନ ସାମଲ, ମୁଖ୍ୟ ସଚେତକ ସରୋଜ ପ୍ରଧାନ, କନ୍ଧମାଳ ସାଂସଦ ସୁକାନ୍ତ ପାଣିଗ୍ରାହୀ, ଏକାମ୍ର ଭୁବନେଶ୍ୱର ବିଧାୟକ ବାବୁ ସିଂ, ପୂର୍ବତନ ବିଜେପି ସଭାପତି ସମୀର ମହାନ୍ତି, ବିଜେପି ସଂଗଠନ ମନ୍ତ୍ରୀ ମାନସ ମହାନ୍ତି ପ୍ରମୁଖ ଅନ୍ତିମ ଦର୍ଶନ କରି ତାଙ୍କ ମରଶରୀରରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ପୁରୀ ସ୍ୱର୍ଗଦ୍ୱାରରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେବ ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ଓଡ଼ିଶା ବିଧାନସଭା ବାଚସ୍ପତି ସୁରମା ପାଢ଼ୀ, ସମବାୟ ମନ୍ତ୍ରୀ ପ୍ରଦିପ ବଳ ସାମନ୍ତ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାଏକ, କ୍ରୀଡ଼ା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୁରଜ ପ୍ରମୁଖ ଶୋକ ବାର୍ତ୍ତାରେ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ