
ଭୁବନେଶ୍ବର: ଭୁବନେଶ୍ୱରରେ ପହଞ୍ଚିଲେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ । ଦିନିକିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ନୀତିନ ଗଡ଼କରୀ । କଟକ ଓ ଭୁବନେଶ୍ବରରେ ବିଭିନ୍ନ କାର୍ୟ୍ୟକ୍ରମରେ ଯୋଗଦେବେ କେନ୍ଦ୍ରମନ୍ତ୍ରୀ । ୪ ହଜାର କୋଟିର ୧୯ଟି ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ କରିବାର କାର୍ୟ୍ୟକ୍ରମ ରହିଛି ।
ସେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚି ସେଠାରୁ କଟକ ରେଭେନ୍ସା ବିଶ୍ବବିଦ୍ୟାଳୟ ଯିବେ। କଟକରୁ କାର୍ୟ୍ୟକ୍ରମ ସାରି ଅପରାହ୍ଣ ୩ଟାରେ ବରମୁଣ୍ଡା ପଡ଼ିଆରେ ଏକ କାର୍ୟ୍ୟକ୍ରମରେ ଅଂଶଗ୍ରହଣ କରିବେ। ପରେ ଏନ୍ଏଚ୍ଏଆଇ କାର୍ୟ୍ୟାଳୟରେ ପ୍ରକଳ୍ପ ସମୀକ୍ଷା କରିବା କାର୍ୟ୍ୟକ୍ରମ ରହିଛି। ରେଭେନ୍ସା ବିଶ୍ବବିଦ୍ୟାଳୟର ଇତିହାସ ବିଭାଗ ପୂର୍ବତନ ମୁଖ୍ୟମନ୍ତ୍ରୀ ଡ.ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳନ କରିବ। ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ, କେନ୍ଦ୍ରମନ୍ତ୍ରୀ ଶ୍ରୀ ଗଡ଼କରୀ ଏବଂ ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ ପ୍ରମୁଖ ଅତିଥି ଭାବେ ଯୋଗଦେବା କାର୍ୟ୍ୟକ୍ରମ ରହିଛି।








