ବରଯାତ୍ରୀ ଆସୁଥିବା ବେଳେ ଫୁଟିଲା ଗୁଳି

ଚଣ୍ଡିଖୋଲ : ଯାଜପୁର ଜିଲ୍ଲା ଚଣ୍ଡିଖୋଲ ମହାବିନାୟକ ପୀଠରେ ଫୁଟିଲା ଗୁଳି । ମହାବିନାୟକ ପୀଠକୁ ଏକ ବରଯାତ୍ରୀ ଆସୁଥିବା ବେଳେ ଫୁଟିଛି ଗୁଳି । ଯେଉଁଥିରେ ଦୁଇ ଜଣ ଆହତ ହୋଇଥିବା ଜଣାପଡିଛି । ଗାଡ଼ି ସାଇଡ୍‌ ମରାକୁ ନେଇ ଗୁଳିକାଣ୍ଡ ହୋଇଥିବା ଅନୁମାନ କରାଯାଉଥିବା ବେଳେ ଯାଜପୁର ବଡ଼ଚଣା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି । ଖବର ଅନୁଯାୟୀ, ଶୁକ୍ରବାର ମହାବିନାୟକ ଶୈବ ପୀଠରେ ଏକ ବାହାଘର ଚାଲୁଥିଲା । ଏହି ସମୟରେ ବାଜବାଟିରୁ ବରଯାତ୍ରୀ ଆସି ପହଞ୍ଚିଥିଲେ । ସେହି ଅଞ୍ଚଳରେ ଆଉ ଏକ ବିବାହ ହେଉଥିଲା। ତେବେ ଆସିବା ବେଳେ ଗାଡ଼ି ସାଇଡ୍‌ ମରାକୁ ନେଇ ଉଭୟ ବରଯାତ୍ରୀ ଗୋଷ୍ଠୀଙ୍କ ମଧ୍ୟରେ ବଚସା ହୋଇଥିଲା । ଯାହାକି ପରେ ଉଗ୍ର ରୂପ ନେଇଥିଲା । ଉଭୟ ଗୋଷ୍ଠୀ ମଧ୍ୟରେ ମାରପିଟ ହେବା ସହ ଫାଙ୍କା ଗୁଳିଚାଳନା ମଧ୍ୟ ହୋଇଥିଲା । ତେବେ ଏହି ମାରପିଟ୍‌ରେ କିଛି ଲୋକେ ଗୁରୁତର ହୋଇଛନ୍ତି । ଏନେଇ ଖବର ପାଇବା ପରେ ବଡ଼ଚଣା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚିଛି। ଘଟଣାସ୍ଥଳରୁ ଏକ ଖୋକା ମଧ୍ୟ ଜବତ କରି ତଦନ୍ତ ଚଳାଇଛି ପୋଲିସ।

  • Related Posts

    ଲିଫ୍ଟ ଦେବାକୁ ମନା କରିବାରୁ ବେକ କାଟିଦେଲେ

    ହିଞ୍ଜିଳିକାଟୁ: ଲିଫ୍ଟ ଦେବାକୁ ମନା କରିବାରୁ ବେକ କାଟିଦେଲେ। ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ଥାନା ଖଣ୍ଡର ଛକରେ ଘଟିଛି ଅଭାବନୀୟ ଘଟଣା ଗୁରୁତର ଯୁବକ ହେଲେ ଉଦ୍ଧବ ପାଢୀ। ଉଦ୍ଧବ ରାସ୍ତାରେ ଯାଉଥିବା ବେଳେ ତାଙ୍କୁ ଜଣେ ବ୍ୟକ୍ତି ଲିଫ୍ଟ ମାଗିଥିଲେ।…

    Continue reading
    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ