ନୂଆଦିଲ୍ଲୀ: ଆଜିର ଦିନରେ ମହାକାଶ ଗବେଷଣା କ୍ଷେତ୍ରରେ ଇତିହାସ ରଚିଥିଲା ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ। ପୁରା ବିଶ୍ବ ଦେଖିଥିଲା ବିଜ୍ଞାନ କ୍ଷେତ୍ରରେ ଭାରତର ତାକତ । ଚନ୍ଦ୍ରର ଦକ୍ଷିଣ ମେରୁରେ ଅବତରଣ କରିଥିଲା ଭାରତର ମୁନ୍ ମିଶନ ଚନ୍ଦ୍ରଯାନ-୩ । ପ୍ରତିଟି ଭାରତୀୟଙ୍କ ଛାତି ଖୁସିରେ କୁଣ୍ଢେମୋଟ ହୋଇଉଠିଥିଲା । ଯାହା କୌଣସି ଦେଶ କରିବାରେ ସକ୍ଷମ ହୋଇନଥିଲା ତାହା କରି ଦେଖାଇଥିଲା ଭାରତ । ଦେଶରେ ବିଶ୍ବର ଏକ ନମ୍ବର ଦେଶ ଭାବେ ବିଶ୍ବବିଦିତ ହୋଇଥିଲା ଇଣ୍ଡିଆ । ଏହି ଦିନକୁ ସ୍ମରଣ କରିବା ଉଦ୍ଦେଶ୍ୟରେ ଆଜି ଦେଶ ପାଳୁଛି ପ୍ରଥମ ଜାତୀୟ ମହାକାଶ ଦିବସ । ଏହି ଐତିହାସିକ ସଫଳତା ସହ ଭାରତ ମହାକାଶ ଗବେଷଣା କ୍ଷେତ୍ରରେ ଚନ୍ଦ୍ରରେ ଅବତରଣ କରିବାରେ ବିଶ୍ବର ୪ର୍ଥ ରାଷ୍ଟ୍ର ଭାବେ ସ୍ଥାନ ପାଇଥିଲା ।
ଚନ୍ଦ୍ରଯାନ-୩ ଚନ୍ଦ୍ରକୁ ଛୁଇଁବା ପରେ ସାରା ଦେଶରେ ଉତ୍ସବର ମାହୋଲ ଆରମ୍ଭ ହୋଇଥିଲା । ପ୍ରତିଟି ଭାରତୀୟ ଗର୍ବିତ ଅନୁଭବ କରୁଥିଲେ ।ପ୍ରତିଟି ଦେଶ ଏହି ଉପଲବ୍ଧି ପାଇଁ ଭାରତକୁ ଶୁଭେଚ୍ଛା ଜଣାଇଥିଲେ । ଅଗଷ୍ଟ ୨୬ ତାରିଖରେଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ କମାଣ୍ଡ ନେଟୱାର୍କ ମିଶନ କଣ୍ଟ୍ରୋଲ କମ୍ପ୍ଲେକ୍ସରେ ପହଞ୍ଚିଥିଲେ ମୋଦି । ସେଠାରେ ଇସ୍ରୋ ବୈଜ୍ଞାନିକଙ୍କୁ ସମ୍ବୋଧନ ସମୟରେ ଅଗଷ୍ଟ ୨୩ ତାରିଖକୁ ଜାତୀୟ ମହାକାଶ ଦିବସ ଭାବେ ପାଳନ କରିବାକୁ ଘୋଷଣା କରିଥିଲେ। ଇସ୍ରୋର ସଫଳତା ଗାଥାକୁ ମନେ ରଖିବା ପାଇଁ ପ୍ରତିବର୍ଷ ଅଗଷ୍ଟ ୨୩ରେ ଜାତୀୟ ମହାକାଶ ଦିବସ ପାଳନ କରାଯିବ ବୋଲି କହିଥିଲେ ମୋଦି।ପ୍ରଥମ ଥର ଦେଶ ଜାତୀୟ ମହାକାଶ ଦିବସ ପାଳନ କରୁଛି । ଆଜିର ଥିମ୍ ରହିଛି ”ଚନ୍ଦ୍ରକୁ ଛୁଇଁବା ସହିତ ଜୀବନ ଛୁଇଁବା: ଭାରତର ମହାକାଶ ଗାଥା’ । ଏହା ସମାଜ ଏବଂ ପ୍ରଯୁକ୍ତିବିଦ୍ୟା ଉପରେ ମହାକାଶ ଅନୁସନ୍ଧାନର ଗୁରୁତ୍ୱକୁ ଦର୍ଶାଇଥାଏ ।
ନିଲମ୍ବନ ହେବେନି ସିଇସି ଜ୍ଞାନେଶ କୁମାର : ସୁପ୍ରିମକୋର୍ଟ
ଭାରତର ନିର୍ବାଚନ କମିସନର ଅନ୍ୟ ଦୁଇ ନିର୍ବାଚନ କମିସନରଙ୍କ ସମ୍ମତି ବିନା ଏକପାଖିଆ ନିଷ୍ପତ୍ତି ନେବାର ଅଭିଯୋଗରେ ମୁଖ୍ୟ ନିର୍ବାଚନ କମିସନର ଜ୍ଞାନେଶ କୁମାରଙ୍କୁ ନିଲମ୍ବିତ କରିବା ପାଇଁ ସୁପ୍ରିମକୋର୍ଟ ଏକ ମଧ୍ୟବର୍ତ୍ତୀକାଳୀନ ନିର୍ଦ୍ଦେଶ ଜାରି କରିବାକୁ ମନା କରିଦେଇଛନ୍ତି। ଜ୍ଞାନେଶ…








