ନୂଆ କୁଳପତି ଚୟନ ପ୍ରକ୍ରିୟାରେ ଉଚ୍ଚଶିକ୍ଷା ବିଭାଗ ବିଳମ୍ବ କରୁଛି

ରାଜ୍ୟର ତିନି ପ୍ରମୁଖ ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳ ଚଳିତମାସ ଶେଷ ସପ୍ତାହରେ ସରିବ। କିନ୍ତୁ ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ନୂଆ କୁଳପତି ଚୟନ ପାଇଁ ପ୍ରକ୍ରିୟା ଆରମ୍ଭ ନକରି ପକାଇ ରଖିଛି। ଏହି ବିଳମ୍ବ ଯୋଗୁଁ ଓଡ଼ିଶା ବିଶ୍ୱବିଦ୍ୟାଳୟ ଆଇନ-୧୯୮୯ର ପ୍ରାବଧାନ ଆଧାରରେ ଏବେ ଏସବୁ ବିଶ୍ୱବିଦ୍ୟାଳୟରେ ଭାରପ୍ରାପ୍ତ କୁଳପତିଙ୍କୁ ନିଯୁକ୍ତି ଦେବାକୁ ପଡ଼ିବ।

ଏପଟେ ବିଶ୍ୱବିଦ୍ୟାଳୟଗୁଡ଼ିକର ବୃହତର ସ୍ୱାର୍ଥ ଦୃଷ୍ଟିରୁ ନୂଆ କୁଳପତି ଚୟନ ପ୍ରକ୍ରିୟା ତ୍ୱରାନ୍ୱିତ କରିବାକୁ ରାଜ୍ୟପାଳଙ୍କ କାର୍ଯ୍ୟାଳୟ(ରାଜଭବନ) ପକ୍ଷରୁ ଉଚ୍ଚଶିକ୍ଷା ବିଭାଗର ସଚିବଙ୍କୁ ଚିଠି ଲେଖାଯାଇଛି। କୁଳାଧିପତି ତଥା ରାଜ୍ୟପାଳ ରଘୁବର ଦାସଙ୍କ ନିର୍ଦ୍ଦେଶରେ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଏନବିଏସ୍ ରାଜପୁତ ଗତ ୪ଦିନ ତଳେ, ଅର୍ଥାତ୍ ୮ତାରିଖରେ ରାଜ୍ୟ ଉଚ୍ଚଶିକ୍ଷା ସଚିବ ଅରବିନ୍ଦ ଅଗ୍ରୱାଲଙ୍କୁ ଚିଠି ଲେଖିଛନ୍ତି। ବିଶ୍ୱବିଦ୍ୟାଳୟର କୁଳାଧିପତି ତଥା ରାଜ୍ୟପାଳ ରଘୁବର ଦାସଙ୍କ ନିର୍ଦ୍ଦେଶରେ ଓଡ଼ିଶା ବିଶ୍ୱବିଦ୍ୟାଳୟ ଆଇନ-୧୯୮୯ର ପ୍ରାବଧାନ ଆଧାରରେ ନୂଆ କୁଳପତି ଚୟନ ପାଇଁ ଚୟନ କମିଟିର ସଂଯୋଜକ ଭାବେ ବିଜ୍ଞାପନ ଜାରି କରିବାକୁ ଉଚ୍ଚଶିକ୍ଷା ସଚିବଙ୍କୁ ଚିଠିରେ ଅନୁରୋଧ କରାଯାଇଛି।

ଉଚ୍ଚଶିକ୍ଷା ବିଭାଗ ସ୍ତରରେ ଏହି ଚୟନ ପ୍ରକ୍ରିୟା ପଡ଼ି ରହିଥିବା ଚିଠିରେ କୁହାଯାଇଛି। ଚୟନ ପ୍ରକ୍ରିୟାରେ ବିଳମ୍ବ ଯୋଗୁଁ ଏସବୁ ବିଶ୍ୱବିଦ୍ୟାଳୟରେ କୁଳପତି ପଦବୀ ଖାଲି ପଡ଼ିଲେ ଓଡ଼ିଶା ବିଶ୍ୱବିଦ୍ୟାଳୟ ଆଇନ-୧୯୮୯ର ପ୍ରାବଧାନ ଆଧାରରେ ‘ଇନଚାର୍ଜ କୁଳପତି’ ଦାୟିତ୍ୱ ତୁଲାଇବେ। ତେଣୁ ଏଭଳି ସ୍ଥିତିରେ ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକର ବୃହତ୍ତର ସ୍ୱାର୍ଥ ଦୃଷ୍ଟିରୁ ନୂଆ କୁଳପତି ଚୟନ ପାଇଁ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବାକୁ ସେ ଅନୁରୋଧ କରିଛନ୍ତି।

 

ଉଲ୍ଲେଖଯୋଗ୍ୟ, ରାଜ୍ୟର ୩ ପ୍ରମୁଖ ବିଶ୍ୱବିଦ୍ୟାଳୟ ଯଥା-ଉତ୍କଳ ବିଶ୍ୱବିଦ୍ୟାଳୟ, ରମାଦେବୀ ବିଶ୍ୱବିଦ୍ୟାଳୟ ଓ ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳ ଚଳିତ ନଭେମ୍ବର ମାସ ଶେଷ ସପ୍ତାହରେ ସରିବ। ତତ୍କାଳୀନ ରାଜ୍ୟପାଳ ତଥା କୁଳାଧିପତି ପ୍ରଫେସର ଗଣେଶୀଲାଲ ଏହି ୩ ବିଶ୍ୱବିଦ୍ୟାଳୟରେ କୁଳପତିଙ୍କୁ ନିଯୁକ୍ତି ଦେଇଥିଲେ।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ଆସନ୍ତା ଆର୍ଥିକ ବର୍ଷରୁ ପ୍ଲାଷ୍ଟିକ୍‌ ନୋଟ୍‌

    ମୁମ୍ବାଇ: ଆସନ୍ତା ଆର୍ଥିକ ବର୍ଷ ୧ା ୨୦୨୭-୨୮ଠାରୁ ଦେଶରେ ପ୍ଲାଷ୍ଟିକ୍ ନୋଟ୍‌ ପ୍ରଚଳନ ଆରମ୍ଭ କରିବାକୁ ଭାରତୀୟ ରିଜର୍ଭ ବ୍ୟାଙ୍କ ଲକ୍ଷ୍ୟ ରଖିଛି। ଏ ସମ୍ପର୍କରେ ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ସଞ୍ଜୟ ମାଲହୋତ୍ରା କହିଛନ୍ତି ଯେ ଯୋଜନା ଅନୁସାରେ ପରୀକ୍ଷଣ ସଫଳ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ