ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସ୍ପେନ ରାଷ୍ଟ୍ରଦୂତ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି ସ୍ପେନର ରାଷ୍ଟ୍ରଦୂତ ଜୁଆନ ଆଣ୍ଟୋନିଓ ମାର୍ଚ ପୁଜୋଲ । ସ୍ପେନ ସହ ବାଣିଜ୍ୟ, ଶିଳ୍ପ ଓ ସାଂସ୍କୃତିକ ସମ୍ପର୍କ ସୁଦୃଢ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରିଛନ୍ତି । ସେହିପରି ମୁଖ୍ୟମନ୍ତ୍ରୀ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ସମ୍ୱର୍ଦ୍ଧିତ କରିଛନ୍ତି । ୟୁନାଇଟେଡ କିଙ୍ଗଡମର ସମ୍ମାନଜନକ ସ୍ୟାଣ୍ଡ ମାଷ୍ଟର ଆୱାର୍ଡରେ ସମ୍ମାନିତ ହୋଇଥିବାରୁ ସେ ସୁଦର୍ଶନଙ୍କୁ ଲୋକସେବା ଭବନରେ ସମ୍ୱର୍ଦ୍ଧିତ କରିଛନ୍ତି ।ଲୋକସେବା ଭବନରେ ଭାରତରେ ଅବସ୍ଥାପିତ ସ୍ପେନର ରାଷ୍ଟ୍ରଦୂତ ଜୁଆନ୍ ଆଣ୍ଟୋନିଓ ମାର୍ଚ ପୁଜୋଲ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ବୈଠକରେ ସ୍ପେନ ଏବଂ ଓଡିଶା ମଧ୍ୟରେ ସାଂସ୍କୃତିକ ଏବଂ ଅର୍ଥନୈତିକ ସମ୍ପର୍କକୁ ଆହୁରି ସୁଦୃଢ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରିଛନ୍ତି ।ସ୍ପେନର ରାଷ୍ଟ୍ରଦୂତ କହିଛନ୍ତି, “ରିନିୱେବଲ ଏନର୍ଜି, ମେଟାଲର୍ଜି, ବୟନଶିଳ୍ପ ଏବଂ ଅଟୋମୋବାଇଲ ଭଳି ପ୍ରମୁଖ କ୍ଷେତ୍ରରେ ଓଡିଶା ଓ ସ୍ପେନ ମଧ୍ୟରେ ଅଧିକ ସହଯୋଗ ହୋଇପାରିବ । ସ୍ପେନ ସହିତ ଅଧିକ ସହଭାଗୀତା ପାଇଁ ଦୁଇ ଦେଶ ମଧ୍ୟରେ ଶିଳ୍ପ, ପ୍ରଯୁକ୍ତିବିଦ୍ୟା ଏବଂ ସାଂସ୍କୃତିକ ସହଯୋଗର ଏକ ନୂତନ ଅଧ୍ୟାୟ ଆରମ୍ଭ କରାଯିବ । ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ଏବଂ ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା ପ୍ରମୁଖ ଉପସ୍ଥିତ ଥିଲେ ।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ