ଆତଙ୍କୀ ହମଲାରେ ବାଲେଶ୍ବର ଯୁବକ ମୃତ

ବାଲେଶ୍ବର: ଜମ୍ମୁ କାଶ୍ମୀର ପାହଲଗାମ ଆତଙ୍କବାଦୀ ଆକ୍ରମଣରେ ଓଡ଼ିଆ ଯୁବକଙ୍କ ମୃତ୍ୟୁ । ମୃତକ ହେଉଛନ୍ତି ବାଲେଶ୍ବର ଜିଲ୍ଲା ଇଶାଣୀର ପ୍ରଶାନ୍ତ ଶତପଥୀ । ସ୍ତ୍ରୀ ଓ ପୁଅ ସହ ସେ ବୁଲିବାକୁ ଯାଇଥିବା ବେଳେ ଆତଙ୍କୀ ଆକ୍ରମଣର ଶିକାର ହୋଇଥିଲେ । ତାଙ୍କ ମୁଣ୍ଡରେ ଗୁଳି ବାଜିବାରୁ ତାଙ୍କର ମୃତ୍ୟୁ ହୋଇଛି । ମୃତ ପ୍ରଶାନ୍ତଙ୍କ ସ୍ତ୍ରୀ ପରିବାର ଲୋକଙ୍କୁ ଏନେଇ ଫୋନ ଯୋଗେ ଅବଗତ କରାଇଥିଲେ । ପରେ ପରିବାର ଲୋକେ ଅନନ୍ତନାଗ ପୋଲିସ ପକ୍ଷରୁ ଜାରି ହେଲ୍ପଲାଇନ୍‌ ନଂରେ କଲ କରି ନିଶ୍ଚିନ୍ତ ହୋଇଥିଲେ । ଏହି ଖବର ପାଇବା ପରେ ପରିବାରରୋ ଶୋକର ଛାୟା ଖେଳିଯାଇଛି । ପ୍ରଶାନ୍ତ ସିପେଟରେ ଆକାଉଣ୍ଟ ଆସିଷ୍ଟାଣ୍ଟ ଭାବେ କାର୍ୟ୍ୟ କରୁଥିଲେ।ଆତଙ୍କବାଦୀ ଆକ୍ରମଣର ଓଡ଼ିଶାର ୬୫ ବର୍ଷିୟ ଶଶିକୁମାରୀ ଆହତ ହୋଇଛନ୍ତି । ତାଙ୍କ ସ୍ବାମୀ ହେଉଛନ୍ତି ରଞ୍ଜିତ କୁମାର । ଆହତ ମହିଳାଙ୍କ ଚିକିତ୍ସା ହସ୍ପିଟାଲରେ ଜାରି ରହିଛି ।ଆତଙ୍କୀ ଆକ୍ରମଣରେ ଓଡ଼ିଆ ପର୍ୟ୍ୟଟକଙ୍କ ବିୟୋଗରେ ଦୁଃଖପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏକ୍ସରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ”ପାହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ମୁଁ ଦୃଢ ନିନ୍ଦା କରୁଛି । ଆମ ସମାଜରେ ହିଂସାର ସ୍ଥାନ ନାହିଁ । ମୃତକଙ୍କ ପରିବାରକୁ ସମବେଦନା । ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି । ଏପରି କଠିନ ସମୟରେ ଓଡ଼ିଶା ପୀଡିତ ଓ ସେମାନଙ୍କ ପରିବାର ସହ ଛିଡା ହୋଇଛି ।”

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ