୨୭ରୁ ଅଗ୍ନିବର୍ଷାରେ ଲାଗିବ ବିରାମ

ଭୁବନେଶ୍ୱର : ଆକାଶରୁ ଅଗ୍ନି ବର୍ଷା। ନିଆଁ ହୁଳା ମାଡ଼ ହେବା ଭଳି ଯନ୍ତ୍ରଣା। ତାତି ଯେତିକି ପ୍ରଚଣ୍ଡ , ଗୁଳଗୁଳି ବି ସେତିକି ଭୀଷଣ । ଅସ୍ତବ୍ୟସ୍ତ ହୋଇ ପଡ଼ିଛି ଜନଜୀବନ। ଝାରସୁଗୁଡ଼ାରେ ଏପ୍ରିଲ ମାସର ରେକର୍ଡ ଭାଙ୍ଗିଛି ତାତି । ସର୍ବୋଚ୍ଚ ତାପମାତ୍ରା ୪୬.୨ ଡିଗ୍ରୀ ସେଲସିୟସ୍‌ ରେକର୍ଡ ହୋଇଛି । ଉପକୂଳରେ ତାତି କମ୍‌ ଥିଲା ସତ, କିନ୍ତୁ ଅଧିକ ଆର୍ଦ୍ରତା ପାଇଁ ତାତି ୪୫ରୁ ୫୦ ଡିଗ୍ରୀ ଭଳି ଅନୁଭବ ହେଉଥିଲା । ଆସନ୍ତା ୨୭ ତାରିଖରୁ କାଳବୈଶାଖୀ ବର୍ଷା ଯୋଗୁ ଅଗ୍ନିବର୍ଷାରେ ବିରାମ ଲାଗିବ । ତାତିରୁ ତ୍ରାହି ମିଳିବ ବୋଲି ପାଣିପାଗ ବିଶେଷଜ୍ଞ ପୂର୍ବାନୁମାନ କରିଛନ୍ତି । ୨୭ରୁ କାଳବୈଶାଖୀ ବର୍ଷା ଆରମ୍ଭ ହେବ । ଏହାର ପ୍ରଭାବରେ ସାରା ରାଜ୍ୟରେ ବର୍ଷା ହେବ । ଉପକୂଳ ଜିଲ୍ଲାରେ ବର୍ଷା ଅଧିକ ହେବାର ସମ୍ଭାବନା ଅଛି । ଭଦ୍ରକ ଓ ଗଞ୍ଜାମର ସଂଲଗ୍ନ ଜିଲ୍ଲାରେ ଅଧିକ ବର୍ଷା ହୋଇପାରେ । ୨୭ ତାରିଖରୁ ନେଇ ମେ ୪ ତାରିଖ ଯାଏ କାଳବୈଶାଖୀ ବର୍ଷା ହେବ । ତେବେ ୨୮ରୁ ୧ ତାରିଖ ଭିତରେ ଅଧିକ ବର୍ଷା ହୋଇପାରେ ବୋଲି ସେ କହିଛନ୍ତି । ବର୍ଷା ଯୋଗୁ ୨୭ରୁ ତାପମାତ୍ରା କମିଯିବ । ୨୯ ତାରିଖ ସୁଦ୍ଧା ପଶ୍ଚିମ ଓଡ଼ିଶାରେ ତାପମାତ୍ରା ୫ରୁ ୬ ଡିଗ୍ରୀ କମିଯିବ । ରାଜଧାନୀରେ ତାତି ୩ ଡିଗ୍ରୀ କମିବ ।
ଏବେ ରାଜ୍ୟର ଉପକୂଳ ଜିଲ୍ଲାରେ ବଙ୍ଗୋପସାଗରୀୟ ଦକ୍ଷିଣ-ପଶ୍ଚିମା ପବନ ବହୁଛି । ପଶ୍ଚିମ ଓଡ଼ିଶାରେ ପଶ୍ଚିମା ଶୁଷ୍କ ପବନ ବହୁଛି । ୨୭ ତାରିଖରୁ ପବନର ଦିଗ ବଦଳିବ । ରାଜ୍ୟରେ ପୂର୍ବା ପବନ ବହିବ ବୋଲି ଡ. ପଶୁପାଳକ ଆକଳନ କରିଛନ୍ତି । ଏବେ ୨୬ତାରିଖ ଯାଏ ତାତି ଜାରି ରହିବ । ସୁନ୍ଦରଗଡ଼, ଝାରସୁଗୁଡ଼ା ଓ କଳାହାଣ୍ଡି ସମେତ ସମସ୍ତ ପଶ୍ଚିମ ଓଡ଼ିଶାର ସବୁ ଜିଲ୍ଲା, ଢେଙ୍କାନାଳ, ଅନୁଗୁଳ, ଆଭ୍ୟନ୍ତରୀଣ ଗଞ୍ଜାମ ଓ କଟକର ପଶ୍ଚିମ ଭାଗର ଅଧିକାଂଶ ସ୍ଥାନରେ ତାପମାତ୍ରା ୪୦ଡିଗ୍ରୀରୁ ଅଧିକ ରହିବ । ଆଉ କିଛି ସ୍ଥାନରେ ତାପମାତ୍ରା ୪୨ ଡିଗ୍ରୀ ଟପିବ ବୋଲି ସେ କହିଛନ୍ତି । ଆସନ୍ତା ୨୬ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରଚଣ୍ଡ ତାତି ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୨୩ ତାରିଖ(ବୁଧବାର) ଝାରସୁଗୁଡ଼ାରେ ଭୀଷଣ ଗରମ ସ୍ଥିତି ରହିବ । ଝାରସୁଗୁଡ଼ା ସମେତ ବୌଦ୍ଧ, ବଲାଙ୍ଗୀର, ସୁନ୍ଦରଗଡ଼, ସମ୍ବଲପୁର, ବରଗଡ଼, କଳାହାଣ୍ଡି ଓ ସୋନପୁରରେ ଗ୍ରୀଷ୍ମ ପ୍ରବାହ ବହିପାରେ । ଏଥିପାଇଁ ଏହି ସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବି ଗରମ ସହିତ ଗୁଳଗୁଳି ଅନୁଭୂତ ହୋଇପାରେ । ସମ୍ବଲପୁର, ସୁନ୍ଦରଗଡ଼ ଓ ବଲାଙ୍ଗୀରରେ ରାତି ବେଳା ପ୍ରବଳ ଗରମ ଅନୁଭବ ହେବ । ୨୪ରୁ ୨୬ ତାରିଖ ଯାଏ ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନରେ ଗ୍ରୀଷ୍ମପ୍ରବାହ ସ୍ଥିତି ରହିବ । ଏଥିପାଇଁ ବିଭିନ୍ନ ଜିଲ୍ଲା ପାଇଁ ସତର୍କତା ଜାରି କରିଛି ପାଣିପାଗ ବିଭାଗ ।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ