ପୁରୀରେ ରାସନ କାର୍ଡ ଏବଂ ସୁଭଦ୍ରା ଟଙ୍କା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ପୁରୀ : ପୁରୀ ତାଳବଣିଆଠାରେ ରାଜ୍ୟସ୍ତରୀୟ ପଞ୍ଚାୟତିରାଜ ଦିବସ ପାଳିତ। ମୁଖ୍ୟ ଅତିଥି ଭାବେ କାର୍ୟ୍ୟକ୍ରମରେ ଯୋଗ ଦେଇ ନୂଆ ରାସନ କାର୍ଡ ଏବଂ ସୁଭଦ୍ରା ଟଙ୍କା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ। ଖାଦ୍ୟ ସୁରକ୍ଷା ଯୋଜନା ଅନ୍ତର୍ଗତ ହିତାଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ନୂଆ ରାସନ କାର୍ଡ ପ୍ରଦାନ କରିଛନ୍ତି । ସେହିପରି ସୁଭଦ୍ରା ଯୋଜନାରେ ବଳକା ହିତାଧିକାରୀଙ୍କୁ ଅର୍ଥରାଶି ପ୍ରଦାନ କରିଛନ୍ତି। ୬ ଲକ୍ଷ ହିତାଧିକାରୀଙ୍କୁ ନୂତନ ରାସନ କାର୍ଡ ପ୍ରଦାନ କରାଯାଇଛି। ୨ ଲକ୍ଷରୁ ଅଧିକ ନୂତନ ସୁଭଦ୍ରା ହିତାଧିକାରୀଙ୍କୁ ୯୦୦ କୋଟି ଟଙ୍କାରୁ ଉର୍ଦ୍ଧ୍ଵ ସହାୟତା ରାଶି ପ୍ରଦାନ କରାଯାଇଛି।
ଏହି କାର୍ୟ୍ୟକ୍ରମରେ ପଞ୍ଚାୟତିରାଜ ବିଭାଗର ବିଭିନ୍ନ କାର୍ୟ୍ୟକ୍ରମ ପ୍ରଦର୍ଶିତ କରାଯାଇଛି। ଭଲ କାମ ପାଇଁ ଅସ୍ତରଙ୍ଗ ବ୍ଲକର ଏକ ପଞ୍ଚାୟତକୁ ପୁରସ୍କୃତ କରାଯାଇଛି। ପ୍ରତି ବ୍ଲକରେ ମିନି ଷ୍ଟାଡିୟମ ନିର୍ମାଣ ଓ ଉନ୍ନତୀକରଣ ପାଇଁ ଭିତ୍ତିପ୍ରସ୍ତର ପଡ଼ିଛି। ପ୍ରତି ବ୍ଲକ୍‌ରେ ପ୍ରାୟ ୧୦ ଏକର ଜମିରେ ଷ୍ଟାଡିୟମ ନିର୍ମାଣ ନିମନ୍ତେ ସରକାର ଲକ୍ଷ୍ୟ ରଖି ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ପଞ୍ଚାୟତ ସମିତିର ସାଧାରଣ ବୈଠକକୁ ଅନଲାଇନ୍ ମାଧ୍ୟମରେ ପରିଚାଳନା କରିବା ନିମନ୍ତେ ଇ- ପଞ୍ଚାୟତ ସଭା (ପଞ୍ଚାୟତ ସମିତି) ପୋର୍ଟାଲର ଉନ୍ମୋଚନ ହୋଇଛି। ସେହିଭଳି ପି.ପିଏମ୍ଏସ୍ ପୋର୍ଟାଲର ମଧ୍ୟ ଲୋକାପର୍ଣ ହୋଇଛି। ଗ୍ରାମପଞ୍ଚାୟତ ଭିତ୍ତିଭୂମିର ଦୃଶ୍ୟକରଣ ଏବଂ ନିର୍ବାଚିତ ପ୍ରତିନିଧିଙ୍କ ତଥ୍ୟକୁ ପ୍ରାପ୍ତ କରିବା ପାଇଁ ପଞ୍ଚାୟତ ମନିଟରିଂ ସିଷ୍ଟମର ଶୁଭାରମ୍ଭ କରାଯାଇଛି।

ସେହିଭଳି ପଞ୍ଚମ ରାଜ୍ୟ ଅର୍ଥ ଆୟୋଗ ଅନୁଦାନରେ ୬୧୩ଟି ଗ୍ରାମ ପଞ୍ଚାୟତକୁ କାର୍ୟ୍ୟଦକ୍ଷତାରେ ଶ୍ରେଷ୍ଠତା ପ୍ରତିପାଦନ, ନିଜସ୍ଵ ଆୟ ବୃଦ୍ଧି ତଥା ପଞ୍ଚାୟତ ସର୍ବାଙ୍ଗୀନ ବିକାଶରେ ନିରନ୍ତର ପ୍ରୟାସ ନିମନ୍ତେ ୩୨ କୋଟି ଟଙ୍କା ପ୍ରୋତ୍ସାହନ ରାଶି ବଣ୍ଟନ କରାଯାଇଛି। ସେହିଭଳି ପ୍ରଧାନମନ୍ତ୍ରୀ ସୂର୍ୟ୍ୟଘର ଯୋଜନାରେ ୩ କିଲୋୱାଟ୍ ପର୍ୟ୍ୟନ୍ତ ସୋଲାର ପ୍ୟାନେଲ ପାଇଁ ୧, ୩୮,୦୦୦ ଟଙ୍କା ପର୍ୟ୍ୟନ୍ତ ସବସିଡି ପ୍ରଦାନ କରାଯାଇଛି। ୪୧୨୪ କୋଟି ଟଙ୍କା ମୂଲ୍ୟର ୩୧୪ଟି ବ୍ଲକସ୍ତରୀୟ ଷ୍ଟାଡ଼ିୟମ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ଏହି କାର୍ୟ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ, ପଞ୍ଚାୟତିରାଜ ମନ୍ତ୍ରୀ, ଯୋଗାଣ ମନ୍ତ୍ରୀ, କ୍ରୀଡ଼ା ମନ୍ତ୍ରୀଙ୍କ ସମେତ ପୁରୀ ସାଂସଦ ଡ. ସମ୍ବିତ ପାତ୍ର, ଜିଲ୍ଲାର ସମସ୍ତ ବିଧାନସଭାର ବିଧାୟକମାନେ କାର୍ୟ୍ୟକ୍ରମରେ ଉପସ୍ଥିତ ରହିଥିଲେ।

  • Related Posts

    ଛାତ୍ର ସଂସଦ ନିର୍ବାଚନ ଭବିଷ୍ୟତର ନେତୃତ୍ୱ ଗଢ଼ିବାର ଏକ ମଜଭୁତ ମୂଳଦୁଆ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଓଡ଼ିଶାରେ ଛାତ୍ର ସଂସଦ ନିର୍ବାଚନ ପରିଚାଳନାକୁ ନେଇ ବଢ଼ୁଥିବା କଳ୍ପନାଜଳ୍ପନା ମଧ୍ୟରେ, ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ ଭୁବନେଶ୍ୱରର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଥିଲେ । ରାଜ୍ୟ ସରକାର ଖୁବ୍‌ଶୀଘ୍ର ସାରା ଓଡ଼ିଶାର କଲେଜ…

    Continue reading
    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ