ଆସନ୍ତାକାଲି କ୍ୟାବିନେଟ୍‌

ଭୁବନେଶ୍ୱର : ଆସନ୍ତାକାଲି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତାକାଲି ନୂଆଦିଲ୍ଲୀରୁ ଫେରିବା ପରେ ଅପରାହ୍ନ ୪ଟାରେ କ୍ୟାବିନେଟ୍‌ ବୈଠକ ହେବବୋଲି ଜାଣିବାକୁ ମିଳିଛି । ଚଳିତ ଶିକ୍ଷାବର୍ଷରୁ ରାଜ୍ୟରେ ଜାତୀୟ ଶିକ୍ଷାନୀତି-୨୦୨୦ ଲାଗୁ ହେବ । ଏନେଇ କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇପାରେ । ସେହିପରି କେତେକ ପ୍ରଶାସନିକ ସଂଶୋଧନ ଓ ପ୍ରକଳ୍ପ ଉପରେ ବି କ୍ୟାବିନେଟ୍‌ ମୋହର ଲଗାଇପାରନ୍ତି । ନଭେମ୍ବର ୧୫ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଉରକେଲା ଆସିବାର କାର୍ଯ୍ୟକ୍ରମ ରହିଛି । ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜନ୍ମଜୟନ୍ତୀରେ ଯୋଗଦେବେ ବୋଲି ଜାଣିବାକୁ ମିଳିଛି । ଜନଜାତି ଗୌରବ ଦିବସରେ ରାଜ୍ୟ ସରକାର କିଛି ଘୋଷଣା କରିବାର ସମ୍ଭାବନା ରହିଛି । ସେନେଇ କ୍ୟାବିନେଟରେ ଆଲୋଚନା ହୋଇପାରେ ଜାଣିବାକୁ ମିଳିଛି ।

Related Posts

State-wide fire safety mock drill on March 28

Bhubaneswar,23/03/2026: The Housing & Urban Development Department, in collaboration with Odisha Fire Services, conducted a sensitization workshop on fire safety awareness and preparedness today. The session was aimed at synchronizing…

Continue reading
Heatwave Worries: Outdoor Activity Banned 11 a.m. to 3 p.m.

Bhubaneswar, 23/03/2026: Odisha govt bans outdoor work from 11 AM to 3 PM in heatwave advisory Anticipating a rise in temperatures in April and a heightened risk of heatwave-related illnesses,…

Continue reading

Leave a Reply

Your email address will not be published. Required fields are marked *

You Missed

‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

ଖରାଦିନର ଖାଦ୍ୟ

୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

ଭାଲେଣ୍ଟାଇନ୍ ଦିବସ

ଭାଲେଣ୍ଟାଇନ୍ ଦିବସ