ବଢ଼ିଲା ଶ୍ରୀମନ୍ଦିର ସୁରକ୍ଷା, ସ୍ୱତନ୍ତ୍ର ବାହିନୀ ମୁତୟନ

ପୁରୀ: ଶ୍ରୀମନ୍ଦିରର ସୁରକ୍ଷା ଓ ଶୃଙ୍ଖଳା ପାଇଁ ରାଜ୍ୟ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଶ୍ରୀମନ୍ଦିର ସ୍ୱତନ୍ତ୍ର ସୁରକ୍ଷା ବାହିନୀ କମାଣ୍ଡାଣ୍ଟଙ୍କ ସହ ୨ଜଣ ଡେପୁଟି କମାଣ୍ଡାଣ୍ଟ ଓ ୩ଜଣ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ନିୟୋଜିତ ହୋଇଛନ୍ତି। ଚଳିତ ମାସ ୨୮ତାରିଖ ପୂର୍ବରୁ ସେମାନଙ୍କୁ କାର୍ୟ୍ୟରେ ଯୋଗଦେବାକୁ ପୁଲିସ ମୁଖ୍ୟାଳୟର ଅତିରିକ୍ତ ଡିଜିଙ୍କ ପକ୍ଷରୁ ନିର୍ଦେଶନାମା ଜାରି ହୋଇଛି।
ଶ୍ରୀମନ୍ଦିର ସ୍ୱତନ୍ତ୍ର ସୁରକ୍ଷା ବାହିନୀ ଗଠନ ପାଇଁ ଗୃହ ବିଭାଗ ପକ୍ଷରୁ ଅତିରିକ୍ତ ପୁଲିସ ମହାନିର୍ଦେଶକଙ୍କ ଅଧ୍ୟକ୍ଷତାରେ ଗଠିତ ମନୋନୟନ କମିଟିରେ ଜଣେ ଆଇଜି, ଡିଆଇଜି ଏବଂ ପୁରୀ ଜିଲା ଆରକ୍ଷୀ ଅଧୀକ୍ଷକ ରହିଥିଲେ। ଚଳିତ ମାସ ୧ ରୁ ୫ ମଧ୍ୟରେ ମନୋନୟନ ପ୍ରକ୍ରିୟାରେ ଯୋଗ ଦେବାକୁ ବିଭିନ୍ନ ରାଙ୍କର ୧୬୭୧ ଜଣଙ୍କୁ ପୁରୀ ରିଜର୍ଭ ପୁଲିସ ଲାଇନ୍‌ରେ ରିପୋର୍ଟ କରିବାକୁ ନିର୍ଦେଶ ଦିଆଯାଇଥିଲା। ଦିନକୁ ଦିନ ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଆଗକୁ ଦର୍ଶନ ବ୍ୟବସ୍ଥାରେ ଅନେକ ପରିବର୍ତ୍ତନ ଆଣି ଶୃଙ୍ଖଳିତ ଓ ସୁରକ୍ଷିତ ଦର୍ଶନ ଯୋଗାଇଦେବାକୁ ଅଣ୍ଟା ଭିଡ଼ିଛନ୍ତି ରାଜ୍ୟ ସରକାର। ଶ୍ରୀମନ୍ଦିର ସ୍ବତନ୍ତ୍ର ସୁରକ୍ଷା ବାହିନୀ ନାମରେ ଏହି ଟିମ୍ ଶ୍ରୀମନ୍ଦିର ସୁରକ୍ଷା ଓ ଶୃଙ୍ଖଳା ଦାୟିତ୍ୱରେ ରହିବେ। ବାଟାଲିୟନରେ ଅଭିଜ୍ଞତା ଥିବା ପୁଲିସଙ୍କୁ ୩ ବର୍ଷ ପାଇଁ ଡେପୁଟେସନରେ ଅଣାଯିବ। ରାଜ୍ୟ ସଶସ୍ତ୍ର ସୁରକ୍ଷା ବାହିନୀର ଜଣେ କମାଣ୍ଡାଣ୍ଟ, ୨ଜଣ ଡେପୁଟି କମାଣ୍ଡାଣ୍ଟ, ୩ଜଣ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟଙ୍କ ସମେତ ୮ ଇନ୍ସପେକ୍ଟର, ୩୧ ସବ୍ ଇନ୍ସପେକ୍ଟର, ୨୪ ଆସିଷ୍ଟାଣ୍ଟ ସବ୍ ଇନ୍ସପେକ୍ଟର ନିଯୁକ୍ତ ହେବେ। ଏମାନେ ଆତଙ୍କବାଦ ନିରୋଧୀ ଅପରେସନ ସହ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା ଉପରେ ଗୁରୁତ୍ବ ଦେବେ। ଶ୍ରୀଗୁଣ୍ଡିଚା ମନ୍ଦିର, ପରିକ୍ରମା ପ୍ରକଳ୍ପ, ମାଉସୀ ମା’ ମନ୍ଦିର ଏବଂ ଧାଡ଼ି ଦର୍ଶନ ବ୍ୟବସ୍ଥାର ସୁରକ୍ଷା ଦାୟିତ୍ୱରେ ନିୟୋଜିତ ହେବେ। ୧୦୮୩ ଜଣଙ୍କୁ ନିଯୁକ୍ତି ଦେବାକୁ ପୂର୍ବରୁ ଯୋଜନା ହୋଇଥିଲେ ହେଁ ବର୍ତ୍ତମାନ ସଂଖ୍ୟା ୧୨ ଶହରୁ ଊର୍ଦ୍ଧ୍ବ ହେବ ବୋଲି ଜଣାପଡ଼ିଛି। ଆଗକୁ ନାଟମଣ୍ଡପ ଧାଡ଼ି ଦର୍ଶନ ବ୍ୟବସ୍ଥା ଲାଗୁ କରିବାକୁ ରାଜ୍ୟ ସରକାର ଯୋଜନା କରିବାକୁ ଯାଉଥିବା ବେଳେ ଏହି ସଶସ୍ତ୍ର ସୁରକ୍ଷା ବାହିନୀ ନିଯୁକ୍ତି ଫଳପ୍ରଦ ହେବ ବୋଲି ଜିଲା ଆରକ୍ଷୀ ଅଧୀକ୍ଷକ ବିନୀତ ଅଗ୍ରୱାଲ ସୂଚନା ଦେଇଛନ୍ତି। ଏହି ବାଟାଲିଅନ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହୋଇଛି। ଏହା ପରେ ସୁରକ୍ଷା ବ୍ୟବସ୍ଥା ନେଇ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ ହେବ ବୋଲି ଆରକ୍ଷୀ ଅଧୀକ୍ଷକ ସୂଚନା ଦେଇଛନ୍ତି।
ଏହି କର୍ମଚାରୀଙ୍କୁ ଅତ୍ୟାଧୁନିକ ବୈଷୟିକ ଜ୍ଞାନକୌଶଳ ସମ୍ପର୍କରେ ପ୍ରଶିକ୍ଷଣ ଦିଆଯିବ। ଶ୍ରୀମନ୍ଦିର ସୁରକ୍ଷା ପାଇଁ ଅତ୍ୟାଧୁନିକ ଅସ୍ତ୍ରଶସ୍ତ୍ର ଯୋଗାଇ ଦିଆଯିବ। ଏହି ସ୍ବତନ୍ତ୍ର ବାହିନୀର ସ୍ଥାପନ ପାଇଁ ଜମି ଚିହ୍ନଟ ହୋଇ ସାରିଛି ବୋଲି ପୂର୍ବରୁ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ସୂଚନା ଦେଇଥିଲେ।

  • Related Posts

    କ୍ରୁଜ ମିସାଇଲ- LRLACMର ସଫଳ ପରୀକ୍ଷଣ

    ଚାନ୍ଦିପୁର: ପ୍ରତିରକ୍ଷା ଗବେଷଣା କ୍ଷେତ୍ରରେ ଆଉ ଏକ ସଫଳତା । ଭୂପୃଷ୍ଠକୁ ନିକ୍ଷେପ କରାଯାଇ ପାରୁଥିବା ଦୂରଗାମୀ ଆକ୍ରମଣାତ୍ମକ କ୍ରୁଜ ମିସାଇଲ- LRLACM ର ସଫଳ ପରୀକ୍ଷଣ । ଗତକାଲି ଓଡ଼ିଶାର ଡକ୍ଟର ଏପିଜେ ଅବଦୁଲ କଲାମ ଦ୍ବୀପରୁ ଏହି କ୍ଷେପଣସାସ୍ତ୍ରର…

    Continue reading
    ବନ୍ଧା ହେଲେ ରସିକିଆ ପ୍ରଫେସର

    ରାଜଧାନୀରୁ ବନ୍ଧା ହେଲେ ରସିକିଆ ପ୍ରଫେସର । ଛାତ୍ରୀଙ୍କୁ ସେକ୍ସୁଆଲ ଫେଭର ମାଗିବା ମହଙ୍ଗା ପଡିଲା। ଅଭିଯୁକ୍ତ ପ୍ରଫେସର ହେଲେ ଅଜିତ ଗୁପ୍ତା । ସେ ଜଣେ ଭେଟେରେନାରି ଛାତ୍ରୀଙ୍କୁ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ ବାଧ୍ୟ କରିଥିବା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ