ସାଲେପୁର : ଅଜଣା ଗାଡ଼ି ଧକ୍କାରେ ୨ ବାଇକ୍ ଆରୋହୀ ମୃତ । ଜଣେ ଗୁରୁତର । ମୃତକ ପଶ୍ଚିମବଙ୍ଗ ଅଞ୍ଚଳର ବୋଲି ସୂଚନା ମିଳିଛି । ୧୬ ନମ୍ୱର ଜାତୀୟ ରାଜପଥର ଭଦ୍ରକ ଜିଲ୍ଲା ସହରାଞ୍ଚଳ ଥାନା ବନ୍ତ ଚକ ବ୍ରିଜ୍ ଉପରେ ଦୁର୍ଘଟଣା ଘଟିଛି । ତେବେ ବାଇକ୍ର କିଛି କ୍ଷତି ହୋଇନଥିବାରୁ ଅଜଣା ଗାଡ଼ି ଧକ୍କା ଦେଇଥିବା ସନ୍ଦେହ କରାଯାଉଛି । ତେବେ ଦୁର୍ଘଟଣାରେ ଘଟଣାସ୍ଥଳରେ ଦୁଇ ବାଇକ୍ ଆରୋହୀଙ୍କର ମୃତ୍ୟୁ ହୋଇଛି । ଅନ୍ୟ ଜଣେ ଗୁରୁତରଙ୍କୁ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ମୃତକଙ୍କ ମଧ୍ୟରେ ଜଣେ ପଶ୍ଚିମବଙ୍ଗର ପୂର୍ବ ମେଦିନପୁର ଅଞ୍ଚଳର ଆସେଦ ଅଲ୍ଲୀ ବୋଲି ସୂଚନା ମିଳିଥିବା ବେଳେ ଅନ୍ୟ ମୃତକ ଓ ଗୁରୁତରଙ୍କ ପରିଚୟ ଅସ୍ପଷ୍ଟ ରହିଛି ।
କ୍ରୁଜ ମିସାଇଲ- LRLACMର ସଫଳ ପରୀକ୍ଷଣ
ଚାନ୍ଦିପୁର: ପ୍ରତିରକ୍ଷା ଗବେଷଣା କ୍ଷେତ୍ରରେ ଆଉ ଏକ ସଫଳତା । ଭୂପୃଷ୍ଠକୁ ନିକ୍ଷେପ କରାଯାଇ ପାରୁଥିବା ଦୂରଗାମୀ ଆକ୍ରମଣାତ୍ମକ କ୍ରୁଜ ମିସାଇଲ- LRLACM ର ସଫଳ ପରୀକ୍ଷଣ । ଗତକାଲି ଓଡ଼ିଶାର ଡକ୍ଟର ଏପିଜେ ଅବଦୁଲ କଲାମ ଦ୍ବୀପରୁ ଏହି କ୍ଷେପଣସାସ୍ତ୍ରର…


