ଆଜି ଚାଷୀ କରିବେ ଅଖିମୁଠି ଅନୁକୂଳ

ଭୁବନେଶ୍ୱର: ଆଜି ପବିତ୍ର ଅକ୍ଷୟ ତୃତୀୟା । ବୈଶାଖ ମାସ ଶୁକ୍ଳପକ୍ଷ ତୃତୀୟାକୁ ଅକ୍ଷୟ ତୃତୀୟା ବୋଲି କୁହାଯାଏ । ଏହି ଦିନ ଚାଷୀ ଅଖିମୁଠି ଅନୁକୂଳ କରିଥା’ନ୍ତି । ତେଣୁ ଏହାକୁ କୃଷିଭିତ୍ତିକ ପର୍ବ ବା କୃଷକଙ୍କ ପର୍ବ ବୋଲି କୁହାଯାଏ । ଚାଷୀ ଆଜି ନିଜ ବିଲରେ ଅଖିମୁଠି ବିହନ ବୁଣି ମା’ଲକ୍ଷ୍ମୀଙ୍କ ପୂଜାର୍ଚ୍ଚନା କରିବା ସହ ପ୍ରାର୍ଥନା କରିଥା’ନ୍ତି । ଏହାବ୍ୟତୀତ ମହାପ୍ରଭୁଙ୍କ ଚନ୍ଦନ ଓ ଚାପ ଯାତ୍ରା ଏହି ଦିନରୁ ହିଁ ଆରମ୍ଭ ହୁଏ । ଏହାସହିତ ଆଜି ମହାପ୍ରଭୁଙ୍କ ରଥ କାଠ ମଧ୍ୟ ଅନୁକୂଳ ହୁଏ ।
୨୧ଦିନ ଧରି ନରେନ୍ଦ୍ର ପୁଷ୍କରିଣୀରେ ଚାପ ଖେଳିବେ ମହାପ୍ରଭୁ । ଚନ୍ଦନଯାତ୍ରା ଉପଲକ୍ଷେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ, ଶ୍ରୀଦେବୀ, ଭୂଦେବୀ, ରାମ-କୃଷ୍ଣଙ୍କ ସମେତ ପଞ୍ଚ ମହାଦେବ ଜମ୍ବେଶ୍ବର, ଲୋକନାଥ, କପାଳମୋଚନ, ମାର୍କଣ୍ଡେଶ୍ବର ଓ ନୀଳକଣ୍ଠେଶ୍ବର ଶ୍ରୀମନ୍ଦିରରୁ ବାହାରି ବଡ଼ଦାଣ୍ଡ ଦେଇ ନରେନ୍ଦ୍ର ପୁଷ୍କରିଣୀରେ ବିଜେ କରିବେ । ଚନ୍ଦନ ଚକଡ଼ାରେ ଚନ୍ଦନ ନୀତିକାନ୍ତି ପରେ ନନ୍ଦା-ଭଦ୍ରାରେ ବସି ଚାପ ଖେଳିବେ ମହାବାହୁ । ରଥ ନିର୍ମାଣ ଅନୁକୂଳ ପାଇଁ ଶ୍ରୀମନ୍ଦିର ପ୍ରଶାସନ କାର୍ୟ୍ୟାଳୟ ସମ୍ମୁଖରେ ଛାମୁଣ୍ଡିଆ ବନ୍ଧା ହୋଇଥାଏ । ତିନି ଧଉରା କାଠ ଶ୍ରୀମନ୍ଦିର କାର୍ୟ୍ୟାଳୟରେ ସମ୍ମୁଖରେ ପୂଜାର୍ଚ୍ଚନା ପାଇଁ ରଖାଯାଇଥାଏ ।
ଦେଉଳ ପୁରୋହିତ, ଶ୍ରୀନଅର ରାଜଗୁରୁ, ବେଦଜ୍ଞ ବ୍ରାହ୍ମଣମାନେ ସ୍ବତନ୍ତ୍ର ଭାବେ ନିର୍ମିତ ଯଜ୍ଞଶାଳାରେ ଯଜ୍ଞ କରନ୍ତି । ବନଜାଗର ଇଷ୍ଟଦେବ ପ୍ରଭୁ ନୃସିଂହଙ୍କୁ ନୃସିଂହଙ୍କ ମନ୍ତ୍ରରେ ପୂଜାପାଠ ସହ ଯଜ୍ଞ ଆହୁତି ଦିଆଯାଏ । ଶ୍ରୀମନ୍ଦିରରୁ ଶ୍ରୀଜିଉଙ୍କ ତିନି ଅଜ୍ଞାମାଳ ବିଜେ ପରେ ଛାମୁଣ୍ଡିଆ ଭିତରେ ରହିଥିବା ତିନି ରଥକାଠରେ ଲାଗି କରାଯାଏ । ପୂର୍ବରୁ ସ୍ୱତନ୍ତ୍ର ବିଧି ଅନୁସାରେ ମା’ ଦକ୍ଷିଣକାଳୀଙ୍କ ମନ୍ତ୍ରରେ ଅଭିମନ୍ତ୍ରିତ ସୁନାର ତିନୋଟି ଛୋଟ କୁରାଢ଼ୀରେ ପ୍ରଥମେ ଦେଉଳ ପୁରୋହିତ ତିନି ଅସନ କାଠକୁ ଚୋଟ ମାରିବା ପରେ ବିଶ୍ୱକର୍ମାମାନେ ରଥକାର୍ୟ୍ୟରେ ନିୟୋଜିତ ହେବେ । ସେହି ଅନୁଯାୟୀ ଶାଢ଼ି ବନ୍ଧା ଓ ଅନ୍ୟାନ୍ୟ ନୀତି ସମ୍ପନ୍ନ ହୁଏ ।
ସାରା ଭାରତବର୍ଷରେ ଭିନ୍ନ ଭିନ୍ନ ନାମ ଏବଂ ଢଙ୍ଗରେ ପାଳିତ ହେଉଥିବା ଏହି ପର୍ବଟି ସୁଖ,ସମୃଦ୍ଧି ଓ ସୌଭାଗ୍ୟ ସହିତ ବହୁଳ ଭାବେ ଜଡ଼ିତ । ଓଡିଶାର ପାରମ୍ପରିକ ପରିବେଶରେ ଏହି ଦିନଟିର ବହୁ ମହାତ୍ମ୍ୟ ରହିଛି । ବିଶେଷ କରି କୃଷି ପ୍ରାଧାନ୍ୟ ରାଜ୍ୟ ହୋଇଥିବାରୁ କୃଷି ଭିତ୍ତିକ କାର୍ୟ୍ୟର ଶୁଭାରମ୍ଭ କରାଯାଇଥାଏ । ମୁଠି ଅନୁକୂଳ ଭାବେ ପରିଚିତ ଏହି ଦିନରେ ଚାଷୀମାନେ ନୂଆ ଧାନ ନେଇ ନିଜ କ୍ଷେତରେ ବୁଣି ହଳ କରିଥା’ନ୍ତି । ଏଥିସହ ଧରିତ୍ରୀ ମାତା ଓ ଭୂମିଜାଙ୍କର ଆର୍ଶୀବାଦ ଭିକ୍ଷା ମଧ୍ୟ କରିଥା’ନ୍ତି ।

  • Related Posts

    ଆଜିଠାରୁ ଶକ୍ତିପୀଠରେ ନବରାତ୍ର ପୂଜା

    ଆଜିଠାରୁ ଶକ୍ତିପୀଠରେ ଆରମ୍ଭ ହେଉଛି ନଅ ଦିନ ଧରି ମାଆଙ୍କ ସ୍ୱତନ୍ତ୍ର ପୂଜାର୍ଚ୍ଚନା। ମାଆଙ୍କ ଆଗମନକୁ ନେଇ ଚଳଚଞ୍ଚଳ ହୋଇଉଠିଛି ଶକ୍ତିପୀଠ। ନଅ ଦିନ ଧରି ବିଭିନ୍ନ ରୀତିନୀତି ଅନୁସାରେ ମାଆଙ୍କ ପୂଜା କରାଯିବ। ଏହି ଅବସରରେ ମାଆଙ୍କ ଦର୍ଶନ ପାଇଁ…

    Continue reading
    ପାର୍ବଣ ବେଳେ କାଚିବ ବର୍ଷା ପବନ

    ଆସୁଛି ବଡ଼ ବର୍ଷା ! ଏଥର ଧୋଇଯିବ ଦଶହରା ! ୧୩ରେ ଲଘୁଚାପ, ନେବ କି ବାତ୍ୟାର ରୂପ ? କ’ଣ କହୁଛି ପାଣିପାଗ ବିଭାଗର ପୂର୍ବାନୁମାନ ? ପାର୍ବଣ ବେଳେ କାଚିବ ବର୍ଷା ପବନ । ଫିକା ପଡିପାରେ ଦୁର୍ଗାପୂଜା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ