ପୁଣି ଖୋଲିଲା ଶ୍ରୀମନ୍ଦିର ରତ୍ନଭଣ୍ଡାର: ଖାଲି ସିନ୍ଦୁକ ଓ ଆଲମିରା ହେଉଛି ସ୍ଥାନାନ୍ତର

ଆଜି ପୁଣି ଖୋଲିଛି ଶ୍ରୀମନ୍ଦିର ରତ୍ନଭଣ୍ଡାର। ଜଉମୁଦ ଦେଇ ବନ୍ଦ କରାଯାଇଥିବା ରତ୍ନଭଣ୍ଡାରରୁ ଖାଲି ଆଲମିରା ଓ ସିନ୍ଦୁକ ସ୍ଥାନାନ୍ତର ପ୍ରକ୍ରିୟା ଆରମ୍ଭ ହୋଇଛି। ରତ୍ନଭଣ୍ଡାରରେ ଥିବା ଖାଲି ସିନ୍ଦୁକ ଓ ଆଲମିରାଗୁଡ଼ିକୁ ନୀଳାଦ୍ରି ମ୍ୟୁଜିୟମ ନିକଟ ରୁମକୁ ସ୍ଥାନାନ୍ତର କରାଯାଉଛି।

ଏଥିପାଇଁ ଶ୍ରୀମନ୍ଦିର ରତ୍ନ ଭଣ୍ଡାରରେ ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସମେତ ଟେକନିକାଲ୍ ଟିମ୍ ଶ୍ରୀମନ୍ଦିର ଭିତରେ ରହିଛନ୍ତି। ଓଡ୍ରାଫ୍, ଅଗ୍ନିଶମ ଏବଂ ସ୍ନେକ୍ ହେଲପ୍ ଲାଇନ୍ ସଦସ୍ୟ ବି ସମ୍ପୂର୍ଣ୍ଣ ସଜାଗ ରହିଛନ୍ତି। ଲାଇଟ୍, କଟର, ଜେନେରେଟର୍, ଫାୟାର୍ ମାସ୍କ, ମେଟାଲ୍ ଡିଟେକ୍ଟର ସବୁ ଭିତରକୁ ଯାଇଛି।

ସ୍ଥାନାନ୍ତର ସରିବା ଯାଏ ଶ୍ରୀଜିଉଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ତେବେ ଆନନ୍ଦ ବଜାରରୁ ଭକ୍ତମାନେ ମହାପ୍ରସାଦ କିଣିପାରିବେ। ସ୍ଥାନାନ୍ତରଣ ସରିବା ପରେ ଦର୍ଶନ ଆରମ୍ଭ ହେବ ବୋଲି କହିଛନ୍ତି ଶ୍ରୀମନ୍ଦିର ଉପ ମୁଖ୍ୟ ପ୍ରଶାସକ।

ସୂଚନା ଅନୁସାରେ, ଶ୍ରୀମନ୍ଦିର ଭିତର ଓ ବାହାର ରତ୍ନଭଣ୍ଡାରରେ ୩ଟି କାଠ ଆଲମିରା, ଗୋଟିଏ ଷ୍ଟିଲ ଆଲମିରା, ୨ଟି କାଠ ସିନ୍ଦୁକ ଓ ଗୋଟିଏ ଲୁହା ସିନ୍ଦୁକ ରହିଛି। ଏଥିରେ ଥିବା ସମସ୍ତ ଅଳଙ୍କାର ଖଟ ସେଜଘର ଓ ଚାଙ୍ଗଡା ଘର ନିକଟ ଷ୍ଟ୍ରଙ୍ଗରୁମରେ ରଖାଯାଇଛି।

ଶ୍ରୀମନ୍ଦିର ରତ୍ନ ଭଣ୍ଡାରରେ ତଦାରଖ କମିଟି ଅଧ୍ୟକ୍ଷ ବିଶ୍ୱନାଥ ରଥ କହିଛନ୍ତି, ଏସଓପି ଅନୁସାରେ ସବୁ କାର୍ଯ୍ୟ କରାଯିବ। ରତ୍ନଭଣ୍ଡାରରେ ଥିବା ଖାଲି ସିନ୍ଦୁକ ଓ ଆଲମିରା ନୀଳାଦ୍ରି ମ୍ୟୁଜିୟମ ନିକଟ ରୁମକୁ ସ୍ଥାନାନ୍ତର ହେବ। ତାକୁ ଯତ୍ନ ସହକାରେ ରଖାଯିବ।

ପୁରୀ ଏସପି କହିଛନ୍ତି, ପୁଣି ଥରେ ରତ୍ନଭଣ୍ଡାର ଖୋଲାଯାଇଛି। ଏସଓପି ଅନୁସାରେ କାର୍ଯ୍ୟ କରାଯିବ। ସେଥିପାଇଁ ସୁରକ୍ଷା କଡ଼ାକଡ଼ି କରାଯାଇଛି।

ସୂଚନାଯୋଗ୍ୟ, ଜୁଲାଇ ୧୪ ଓ ୧୮ ତାରିଖ ଯଥାକ୍ରମେ ବାହାର ଓ ଭିତର ରତ୍ନଭଣ୍ଡାରରୁ ମୂଲ୍ୟବାନ ଅଳଙ୍କାର ଅସ୍ଥାୟୀ ରତ୍ନଭଣ୍ଡାରକୁ ସ୍ଥାନାନ୍ତରଣ କରାଯାଇଥିଲା। ରତ୍ନଭଣ୍ଡାର ସ୍ଥାନାନ୍ତର ପରେ ବାହାର ଓ ଭିତର ରତ୍ନଭଣ୍ଡାର ଯାଞ୍ଚ କରିଥିଲେ ବିଶେଷଜ୍ଞ ଟିମ୍‌। ଏହା ପରେ ଏଏସ୍‌ଆଇ ଟିମ୍‌ ମରାମତି କାମ କରିବ। ମରାମତି କାମ ସରିବା ପରେ ଏଏସ୍‌ଆଇ ରତ୍ନଭଣ୍ଡାକୁ ଶ୍ରୀମନ୍ଦିର ପ୍ରଶାସନକୁ ହସ୍ତାନ୍ତର କରିବ। ତା’ପରେ ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ସବୁ ବାହାର ଓ ଭିତର ରତ୍ନଭଣ୍ଡରକୁ ସ୍ଥାନାନ୍ତର ହେବ। ତା’ପରେ ସେଠାରେ ଗଣତି ଓ ମଣତି କରାଯିବ ବୋଲି ଜଣାପଡ଼ିଛି।

  • Related Posts

    State-wide fire safety mock drill on March 28

    Bhubaneswar,23/03/2026: The Housing & Urban Development Department, in collaboration with Odisha Fire Services, conducted a sensitization workshop on fire safety awareness and preparedness today. The session was aimed at synchronizing…

    Continue reading
    Heatwave Worries: Outdoor Activity Banned 11 a.m. to 3 p.m.

    Bhubaneswar, 23/03/2026: Odisha govt bans outdoor work from 11 AM to 3 PM in heatwave advisory Anticipating a rise in temperatures in April and a heightened risk of heatwave-related illnesses,…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ