ପଶ୍ଚିମବଙ୍ଗରେ ‘ବଏକଟ୍‌ ପୁରୀ ଟୁରିଜିମ୍‌’ ନାଁରେ ଟ୍ରେଣ୍ଡ୍‌ ଆରମ୍ଭ

ଭୁବନେଶ୍ୱର : ଦୀଘାରେ ଜଗନ୍ନାଥ ମନ୍ଦିର ଖୋଲି ଜଗନ୍ନାଥ ଧାମ ଲେଖିବାକୁ ନେଇ ବିବାଦ ତେଜିଛି । ଶ୍ରୀକ୍ଷେତ୍ର ବିରୋଧରେ ଏହା ବଡ଼ ଷଡ଼ଯନ୍ତ୍ର ବୋଲି କୁହାଯାଉଛି । ପଶ୍ଚିମବଙ୍ଗର ଟିଏମ୍‌ସି ସରକାର ଏହାକୁ ପ୍ରୋତ୍ସାହିତ କରୁଛନ୍ତି ବୋଲି ଅଭିଯୋଗ ହେଉଛି । ଏଭଳି ସମୟରେ ଓଡ଼ିଶା ବିରୋଧରେ ସାମାଜିକ ଗଣମାଧ୍ୟମରେ ବିଭିନ୍ନ ପୋଷ୍ଟ ଘୁରି ବୁଲୁଛି । କିଛି ନ୍ୟସ୍ତସ୍ୱାର୍ଥ ଲୋକ ପଶ୍ଚିମବଙ୍ଗରେ ‘ବଏକଟ୍‌ ପୁରୀ ଟୁରିଜିମ୍‌’ ନାଁରେ ଟ୍ରେଣ୍ଡ୍‌ ଆରମ୍ଭ କରିଛନ୍ତି ।

ବେଙ୍ଗଲ ୱାରିୟର ନାମକ କେହି ବ୍ୟକ୍ତି ଏକ୍ସରେ ଏଭଳି ବିଭ୍ରାନ୍ତକାରୀ ପୋଷ୍ଟ କରିଛନ୍ତି । ଏଥିରେ ଉଲ୍ଲେଖ ଅଛି, ବଙ୍ଗାଳୀ ଲୋକମାନେ ପୁରୀକୁ (ବର୍ଜନ) ବଏକଟ୍‌ କରନ୍ତୁ । ସେମାନଙ୍କ ପାଇଁ ଓଡ଼ିଶାର ପର୍ୟ୍ୟଟନ କ୍ଷେତ୍ରର ଅଭିବୃଦ୍ଧି ହୋଇଛି । ବିଶେଷ କରି ପୁରୀ ଜଗନ୍ନାଥ ମନ୍ଦିରକୁ ଦେଖିବାକୁ ପଶ୍ଚିମବଙ୍ଗରୁ ତୀର୍ଥଯାତ୍ରୀ ଧାଇଁ ଆସୁଛନ୍ତି । ଓଡ଼ିଶାର ଜିଡିପିରେ ପଶ୍ଚିମବଙ୍ଗର ପର୍ୟ୍ୟଟକଙ୍କ ବଡ଼ ଯୋଗଦାନ ରହିଛି । ଏଣୁ ସେମାନେ ପୁରୀକୁ ବଏକଟ୍‌ କରନ୍ତୁ ବୋଲି ଏହି ପୋଷ୍ଟରେ କୁହାଯାଇଛି ।

ସେପଟେ ଏହି ପୋଷ୍ଟକୁ ନେଇ ଓଡ଼ିଆ ଲୋକ କଡ଼ା ପ୍ରତିକ୍ରିୟା ପ୍ରକାଶ କରିଛନ୍ତି । ବିଭିନ୍ନ ମହଲରୁ ଏହାକୁ ନିନ୍ଦା କରାଯାଉଛି । ପଶ୍ଚିମବଙ୍ଗର ଦୀଘାରେ ଜଗନ୍ନାଥ ମନ୍ଦିର ହେବାରେ କୌଣସି ଆପତ୍ତି ନାହିଁ । ବିଶ୍ୱର ବିଭିନ୍ନ ସ୍ଥାନରେ ଜଗନ୍ନାଥ ମନ୍ଦିର ଅଛି । ଏହା ଜଗନ୍ନାଥ ସଂସ୍କୃତିକୁ ପ୍ରଚାରପ୍ରସାର କରୁଛି । କିନ୍ତୁ ଜଗନ୍ନାଥ ଧାମ ଲେଖାଯିବା ଗ୍ରହଣୀୟ ନୁହେଁ । ଜଗନ୍ନାଥ ଧାମ କହିଲେ କେବଳ ପୁରୀକୁ ବୁଝାଏ । ଶ୍ରୀକ୍ଷେତ୍ର ପୁରୀର ଗୌରବ ହାନି ହେଲା ଭଳି ଅପଚେଷ୍ଟା କରାନଯାଉ ବୋଲି ସ୍ୱାତୀ ନାୟକ ନାମକ ଜଣେ ସାମାଜିକ ଗଣମାଧ୍ୟମ ବ୍ୟବହାରକାରୀ ଲେଖିଛନ୍ତି ।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ