୧୦ ତାରିଖ ଯାଏ ବର୍ଷା

ଭୁବନେଶ୍ୱର: ଆସନ୍ତା ୧୦ ତାରିଖ ଯାଏ ରାଜ୍ୟରେ ବର୍ଷା ହେବ। ସୋମବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ ଓ ଗଜପତିରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ୫୦ରୁ ୬୦ କିମି ବେଗରେ ପବନ ବି ବହିପାରେ । ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି ।

ତେବେ ରବିବାର ସନ୍ଧ୍ୟାରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ସହିତ ବଜ୍ରପାତ ହୋଇଛି । ସୋମବାର ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଅଛି । ୪୦ରୁ ୫୦କିମି ବେଗରେ ପବନ ବି ବହିବ । ୬ ତାରିଖ (ମଙ୍ଗଳବାର) ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୭ ତାରିଖରେ ନବରଙ୍ଗପୁର, ରାୟଗଡ଼ା, ଗଜପତି, କଳାହାଣ୍ଡି, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଆଶଙ୍କା ଅଛି । ୮ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତିରେ ସ୍ୱଳ୍ପରୁ ମଧ୍ୟମ ପରିମାଣର ବର୍ଷା ହୋଇପାରେ । ୯ ଓ ୧୦ ତାରିଖରେ ବି ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଅଛି ।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ