ଆସିବ ୩୨ ଅତ୍ୟାଧୁନିକ ମୋବାଇଲ ଫରେନ୍ସିକ ଭ୍ୟାନ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦେଶର ତିନୋଟି ନୂଆ ଅପରାଧିକ ଆଇନର ଫଳପ୍ରଦ କାର୍ୟ୍ୟକାରୀତା ସମ୍ପର୍କରେ ସମୀକ୍ଷା କରିଛନ୍ତି । ଲୋକସେବା ଭବନରେ ଅନୁଷ୍ଠିତ ସମୀକ୍ଷାରେ ମୁଖ୍ୟମନ୍ତ୍ରୀ ଜିରୋ ଏଫଆଇଆର ଉପରେ ଗୁରୁତ୍ୱାରୋପ କରିଛନ୍ତି । ୩୨ଟି ଅତ୍ୟାଧୁନିକ ମୋବାଇଲ ଫରେନସିକ ଭ୍ୟାନ ଖୁବଶୀଘ୍ର ଆସିବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି । ସେହିପରି ହସ୍ପିଟାଲ, କୋର୍ଟ, ଜେଲ, ଫରେନସିକ ଲ୍ୟାବ ଆଦିକୁ ଭିଡିଓ କନ୍ଫରେନସିଂ ଜରିଆରେ ଯୋଡିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।
ମୁଖ୍ୟମନ୍ତ୍ରୀ ଇ-ଏଫଆଇଆର, ଇ-ସମନ, ଇ-ସାକ୍ଷ୍ୟ ପ୍ରଦାନ ଆଦି ବ୍ୟବସ୍ଥା କାର୍ୟ୍ୟକାରୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଏହାଦ୍ୱାରା ନ୍ୟାୟ ପ୍ରଦାନ ବ୍ୟବସ୍ଥା ସହଜ, ସରଳ ହେବା ସହିତ ତ୍ୱରିତ ବେଗରେ କାର୍ୟ୍ୟକାରୀ କରାଯାଇ ପାରିବ । ଏଥିପାଇଁ ଜେଲ, ହସ୍ପିଟାଲ, ଫରେନସିକ ଲ୍ୟାବ, କୋର୍ଟ ଇତ୍ୟାଦିକୁ ଭିଡିଓ କନ୍ଫରେନ୍ସ ଜରିଆରେ ଯୋଡିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଏହା ଦ୍ୱାରା ସାକ୍ଷୀମାନେ ଯେଉଁ ସ୍ଥାନରେ ଥିବେ, ସେହି ସ୍ଥାନରୁ ହିଁ ସାକ୍ଷ୍ୟ ପ୍ରଦାନ କରିପାରିବେ । ତଦନ୍ତ ଓ ନ୍ୟାୟ ପ୍ରଦାନ ବ୍ୟବସ୍ଥା ଯେତେଦୂର ସମ୍ଭବ ଇଲେକ୍ଟ୍ରୋନିକ ମୋଡରେ କରିବା ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ଫରେନ୍ସିକ ବ୍ୟବସ୍ଥାର ଉନ୍ନତି ପାଇଁ ଅତ୍ୟାଧୁନିକ ମୋବାଇଲ ଫରେନସିକ ଭ୍ୟାନ ନିୟୋଜିତ କରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି । ରାଜ୍ୟରେ ଖୁବଶୀଘ୍ର ୩୨ଟି ମୋବାଇଲ ଫରେନସିକ ଭ୍ୟାନ ନିୟୋଜିତ କରାଯିବ । ଭିଡ ହିଂସା, ଉଗ୍ରବାଦୀ କାର୍ୟ୍ୟକଳାପ ଏବଂ ସଂଗଠିତ ଅପରାଧ କ୍ଷେତ୍ରରେ ଏସପିଙ୍କ ତଳ ର‍୍ୟାଙ୍କର କୌଣସି ଅଧିକାରୀ ତଦାରଖ ନକରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ବୈଠକରେ ନୂଆ ଆଇନର ଫଳପ୍ରଦ କାର୍ୟ୍ୟକାରୀତା ପାଇଁ ପୋଲିସ, ଜେଲ, ଆଇନଗତ କାର୍ୟ୍ୟାନୁଷ୍ଠାନ ଓ ବିଚାର ବିଭାଗୀୟ ବ୍ୟବସ୍ଥାର ସୁଦୃଢୀକରଣ ଉପରେ ଗୁରୁତ୍ବ ଆରୋପ କରାଯାଇଛି ।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ