ରାଜ୍ୟ କ୍ୟାବିନେଟରେ ୮ ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ

ଭୁବନେଶ୍ବର: ରାଜ୍ୟ କ୍ୟାବିନେଟରେ  ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଲୋକସେବା ଭବନରେ ଆୟୋଜିତ ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଧ୍ୟକ୍ଷତା କରିଥିଲେ। ବୈଠକରେ ଅନେକ ବିଭାଗ ଓ କାର୍ୟ୍ୟଶୈଳୀ ଉପରେ ସମୀକ୍ଷା ହୋଇଥିଲା। ଏହି ବୈଠକରେ  ୮ ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିଥିବା ଜଣାପଡ଼ିଛି । ଏଥିରେ ୫ଟି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗର ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ପ୍ରାଣୀ ସମ୍ପଦ ସମୃଦ୍ଧି ଯୋଜନାରେ ୫ବର୍ଷରେ ଖର୍ଚ୍ଚ ହେବ ୧୦୩୧ କୋଟି । ୩ ଲକ୍ଷରୁ ଅଧିକ ଚାଷୀ ଉପକୃତ ହେବେ । ୫ଲକ୍ଷ ଅଣ୍ଡା ପ୍ରତିଦିନ ଉତ୍ପାଦନ ହେବ । ୯୫.୫୮ ମେଟ୍ରିକ ଟନ କୁକୁଡ଼ା ମାଂସ ଉତ୍ପାଦନ ହେବ । ମତ୍ସ୍ୟ କ୍ଷେତ୍ରରେ ଭିତ୍ତିଭୂମି ସୃଦୁଢ ପାଇଁ ୩ ବର୍ଷ ପାଇଁ ୪୪୯ କୋଟି ଟଙ୍କା ଖର୍ଚ୍ଚ ହେବ ।

ଗୋମାତା ନାଁରେ ଯୋଜନା  ଆସିବ । ୩ ବର୍ଷ ପାଇଁ ୩୪୨ କୋଟି ଟଙ୍କା ଖର୍ଚ୍ଚ ହେବ । ବାର୍ଷିକ ୨.୫ କୋଟି ଭ୍ୟାକ୍ସିନ, ୧.୩୦ କୋଟି ପ୍ରାଣୀଧନ ଚିକିତ୍ସା କରାଯିବ ବୋଲି କ୍ୟାବିନେଟରେ ନିଷ୍ପତ୍ତି ହୋଇଛି । ଜଳ ସମ୍ପଦ ଭିତ୍ତିଭୂମି ଉନ୍ନୟନ କାର୍ୟ୍ୟକ୍ରମରେ ୯୬୫୨ କୋଟି ବ୍ୟୟବରାଦକୁ କ୍ୟାବିନେଟ ଅନୁମୋଦନ କରିଛି । ଏହି କାର୍ୟ୍ୟକ୍ରମରେ ୬୪୩୫ ହେକ୍ଟର ସେଚ ଅଞ୍ଚଳ ଏବଂ ୧ଲକ୍ଷ ୫୮ହଜାର ହେକ୍ଟର ଅତିରିକ୍ତ ସେଚ ଜଳ ସୃଷ୍ଟି କରାଯିବ । ଓଡ଼ିଶା ସାର୍ବଜନୀନ ପରୀକ୍ଷା ବିଧେୟକ-୨୦୨୪ ପ୍ରଣୟନକୁ କ୍ୟାବିନେଟ ମଞ୍ଜୁରୀ ଦେଇଛି । କୌଣସି ସରକାରୀ ପରୀକ୍ଷା ପ୍ରକ୍ରିୟାରେ ବ୍ୟାଘାତ କିମ୍ବା ଚଞ୍ଚକତା କଲେ ରହିବ ଦଣ୍ଡ ବିଧାନ । ୩ ରୁ ୫ ବର୍ଷ ଜେଲ ସହ ୧୦ ଲକ୍ଷ ଜୋରିମାନା ରାଶି ଦେବାକୁ ହେବ । ସେବା ପ୍ରଦାନକାରୀକୁ ୧ କୋଟି ପର୍ୟ୍ୟନ୍ତ ଜୋରିମାନା ହୋଇପାରେ ।

  • Related Posts

    ଉଜ୍ଜୟିନୀରେ ‘ମହାକାଳ : ଦ ମାଷ୍ଟର ଅଫ୍ ଟାଇମ୍’ ଆନ୍ତର୍ଜାତୀୟ ସମ୍ମିଳନୀ ଶୁଭାରମ୍ଭରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

    ପୁରୀ, ଉଜ୍ଜୟିନୀ ଏବଂ କାଶୀ ଭାରତୀୟ ଜ୍ଞାନ ପରମ୍ପରାର ପ୍ରମୁଖ କେନ୍ଦ୍ର – ଧର୍ମେନ୍ଦ୍ର ପ୍ରଧାନମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡା. ମୋହନ ଯାଦବ ଏବଂ ଆରଏସଏସର ଅଖିଳ ଭାରତୀୟ କାର୍ଯ୍ୟକାରିଣୀ ସଦସ୍ୟ ସୁରେଶ ସୋନୀ ଉପସ୍ଥିତ • ଜାତୀୟ ଶିକ୍ଷା ନୀତି ଆମକୁ…

    Continue reading
    ବେଳାଭୂମିରେ ମଦ ବିକିପାରିବ ଓଟିଡିସି

    ଭୁବନେଶ୍ଵର: ଅବକାରୀ ବିଭାଗର ନୂଆ ଗାଇଡଲାଇନ୍। ଟେଟ୍ରା ପ୍ୟାକରେ ମିଳିବ ମଦ। ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ। ଏଥିରେ ୬ଟି ସୁରକ୍ଷା ଲେୟର ରହିବ। ସେପଟେ ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ