ଅନେକ ବିଡ଼ିଓ ଜନ ପ୍ରତିନିଧିଙ୍କ କଥା ଶୁଣୁ ନାହାନ୍ତି :ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ବିଡିଓ ଓ ସିଡିଓଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ତାଗିଦ । ଅନେକ ବିଡ଼ିଓ ଜନ ପ୍ରତିନିଧିଙ୍କ କଥା ଶୁଣୁ ନାହାନ୍ତି । ସମ୍ମାନ ଦେଉନାହାନ୍ତି, ଚେୟାର ବି ଦେଉ ନାହାନ୍ତି । କେବଳ ବିଧାୟକ କି ବିଧାୟିକା ନୁହେଁ ମୁଖ୍ୟମନ୍ତ୍ରୀଙ୍କୁ ବି ସମ୍ମାନ ଦେଉନାହାନ୍ତି କିଛି ବିଡ଼ିଓ । ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ ଭିଡିଓ କନଫରେନ୍ସିଂ ଚାଲୁଥିବା ବେଳେ ଟିଭି ବନ୍ଦ କରି ଦିଆଯାଉଛି । ସଭାରୁ ଲୋକଙ୍କୁ ଚାଲିଯିବାକୁ କୁହାଯାଉଛି । ଏହାର ପରିଣାମ କ’ଣ ହେବ ବୁଝି ନିଅନ୍ତୁ । ମୋର ସରଳତା ଦୁର୍ବଳତା ନୁହେଁ । ସରପଞ୍ଚରୁ ମୁଖ୍ୟମନ୍ତ୍ରୀ ହୋଇଛି, ଆଦିବାସୀ ବର୍ଗରୁ ପ୍ରତିନିଧିତ୍ଵ କରୁଛି । କିନ୍ତୁ ବହୁତ ବଡ ନିଷ୍ପତ୍ତି ନେଇପାରେ । ମୋ ପାଖରେ ସବୁ ରିପୋର୍ଟ ରହିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ସେ କାଳ ପଖାଳ ଆଉ ନାହିଁ । ନୂଆ ସରକାରଙ୍କ ଆଭିମୁଖ୍ୟକୁ ନେଇ କାମ କରିବାକୁ ପଡ଼ିବ । ଯିଏ କାମ ନ କରିବ କ୍ଷମା ନାହିଁ । କୌଣସି ରାଜନୈତିକ ଚାପରେ ବଶବର୍ତ୍ତୀ ନହୋଇ କାମ କରିବାକୁ ପରାମର୍ଶ । ବର୍ତ୍ତମାନ ଏଇ ବିଭାଗର ଅତିରିକ୍ତ ସଚିବ ଥିବା ମନୋଜ କୁମାର ମହାନ୍ତି ବିଡ଼ିଓ ଥିବା ବେଳେ ଭଲ କାମ କରିଥିବା କହି ଉଦାହରଣ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

  • Garvita Odia

    Related Posts

    ସ୍ୱଦେଶ ଫେରିଲେ ଅପରାଜିତା, ଦିଆଗଲା ଉଚ୍ଛ୍ୱସିତ ସମ୍ୱର୍ଦ୍ଧନା

    ଭୁବନେଶ୍ୱର: ଅପରେସନ ସିନ୍ଦୂରର ସଫଳତା ଗାଥା ଏବଂ ଭାରତର ଆତଙ୍କବାଦ ବିରୋଧୀ ଲଢ଼େଇ ଲାଗି ସମର୍ଥନ ଗୋଟାଇବାକୁ ବିଦେଶ ଗସ୍ତରେ ଯାଇଥିବା ଭୁବନେଶ୍ୱର ସାଂସଦ ଶ୍ରୀମତି ଅପରାଜିତା ଷଡ଼ଙ୍ଗୀ ଏବଂ ତାଙ୍କ ଟିମ୍ ନିଜ ଦେଶକୁ ଫେରିବା ପରେ ନିଜ କର୍ମକ୍ଷେତ୍ର…

    ଫୁଲବାଣୀ ଠାରେ ୧୦୦ ସିଟ ବିଶିଷ୍ଟ ସରକାରୀ ମେଡିକାଲ କଲେଜ, ୬୫୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲର ଶୁଭ ଉଦ୍‍ଘାଟନ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି କନ୍ଧମାଳ ଜିଲ୍ଲା ଗସ୍ତ କରି ଫୁଲବାଣୀ ଠାରେ ୧୦୦ ସିଟ ବିଶିଷ୍ଟ ସରକାରୀ ମେଡିକାଲ କଲେଜ ଓ ୬୫୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲର ଶୁଭ ଉଦ୍‍ଘାଟନ କରିବା ସହିତ ଜିଲ୍ଲାର ବିକାଶ…

    Leave a Reply

    Your email address will not be published. Required fields are marked *

    You Missed

    ୭ ମାଓବାଦୀ ନିହତ

    ୭ ମାଓବାଦୀ ନିହତ

    ଡାକ୍ତରଖାନାରେ ଭର୍ତ୍ତି ସୋନିଆ ଗାନ୍ଧୀ

    ଡାକ୍ତରଖାନାରେ ଭର୍ତ୍ତି ସୋନିଆ ଗାନ୍ଧୀ

    ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ ବର୍ଷା

    ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ ବର୍ଷା

    ସମୁଦ୍ରରେ ଭାସିଯାଇ ଛାତ୍ର ନିଖୋଜ

    ସମୁଦ୍ରରେ ଭାସିଯାଇ ଛାତ୍ର ନିଖୋଜ

    ୮୦ ହଜାର ଟଙ୍କା ଖାଇଗଲେ ହାତୀ

    ୮୦ ହଜାର ଟଙ୍କା ଖାଇଗଲେ ହାତୀ

    ବନ୍ଦ ଘରୁ ଯୁବକ-ଯୁବତୀଙ୍କ ମୃତଦେହ ଉଦ୍ଧାର

    ବନ୍ଦ ଘରୁ ଯୁବକ-ଯୁବତୀଙ୍କ ମୃତଦେହ ଉଦ୍ଧାର