ବାଇକ୍‌କୁ ପିଟିଲା ଟ୍ରକ୍‌; ମା’ପୁଅ ମୃତ, ବାପା ଗୁରୁତର

ଅନୁଗୋଳ : ଅନୁଗୋଳ ଜିଲ୍ଲା ବଅଁରପାଳ ଥାନା ଅନ୍ତର୍ଗତ ବୁଢ଼ାପଙ୍କ ନିକଟରେ ୫୫ ନମ୍ବର ଜାତୀୟ ରାଜପଥରେ ଏକ ବାଇକ୍‌କୁ ଟ୍ରକ୍ ଧକ୍କା ଦେବାରୁ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକ ଦ୍ୱୟ ହେଉଛନ୍ତି, ମନୀଷା ସାଓ ଏବଂ ତାଙ୍କର ୩ ବର୍ଷର ପୁଅ ହର୍ଷଦ ରାଠୋର। ମନୀଷାଙ୍କ ସ୍ୱାମୀ ରୋହିତ ରାଠୋରଙ୍କୁ ଗୁରୁତର ଅବସ୍ଥାରେ ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ରୋହିତ ରାଠୋର କୌଣସି କାମରେ ବାଇକ୍‌?ରେ ପତ୍ନୀ ମନୀଷା ଓ ପୁଅ ହର୍ଷଦଙ୍କୁ ଧରି ମେରାମୁଣ୍ଡଳୀରୁ ଅନୁଗୋଳ ଅଭିମୁଖେ ଯାଉଥିଲେ। ସେହି ସମୟରେ ବୁଢ଼ାପଙ୍କ ନିକଟରେ ଏକ ଟ୍ରକ୍ ସେମାନଙ୍କୁ ପଛରୁ ଧକ୍କା ଦେଇଥିଲା। ମନୀଷାଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ରୋହିତ ଓ ୩ ବର୍ଷର ଶିଶୁ ପୁତ୍ର ହର୍ଷଦଙ୍କୁ ଗୁରୁତର ଅବସ୍ଥାରେ ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। କିନ୍ତୁ ସେଠାରେ ହର୍ଷଦଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ପୁଲିସ ଉଭୟ ଟ୍ରକ୍ ଓ ବାଇକକୁ ଜବତ କରି ଘଟଣାର ତଦନ୍ତ କରୁଛି।

  • Related Posts

    କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

    ନୂଆଦିଲ୍ଲୀ | ଭୁବନେଶ୍ୱର, ୮ ଅକ୍ଟୋବର ୨୦୨୬: ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଭାରତ ସରକାରଙ୍କ ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ନୂଆଦିଲ୍ଲୀଠାରେ ଆୟୋଜିତ ଦୁଇଦିନିଆ ବିଭାଗୀୟ ସମ୍ମିଳନୀରେ…

    Continue reading
    ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି

    ଅବଢ଼ା ଯୋଜନାରେ ଜଗନ୍ନାଥବଲ୍ଲଭ ତୀର୍ଥଯାତ୍ରୀ କେନ୍ଦ୍ର, ମାର୍କେଟ କମ୍ପ୍ଲେକ୍ସ, ଶ୍ରୀସେତୁ ତଥା ମୁସା ନଦୀର ସଂପ୍ରସାରଣ ପ୍ରକଳ୍ପ ପ୍ରକଳ୍ପ ପାଇଁ ଅଧିକ ୧୦୦.୮୩ କୋଟି ଟଙ୍କା ବରାଦ କଲେ ମୁଖ୍ୟମନ୍ତ୍ରୀ ପୂର୍ବରୁ ପ୍ରକଳ୍ପ ମୂଲ୍ୟ ଥିଲା ୫୫୭.୧୯ କୋଟି, ଏବେ ହେଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ